07 ଜୁଲାଇ ଶନିବାର : କେମିତି କଟିବ ଆଜିର ଦିନ

ମେଷ- ଆପଣ ଆଜି କୌଣସି କାରଣରୁ ନିରାଶ ହେବେ । ଆପଣ ନିଜ ଲକ୍ଷରେ ପହଁଚି କଷ୍ଟକର ହେବ । ଆପଣଙ୍କର କାର୍ଯ୍ୟ ଦକ୍ଷତା ହ୍ରାସ ପାଇପାରେ । ବିଶେଷ ବିବ୍ରତ ହୁଅନ୍ତୁ ନାହିଁ । ଆଜି ଦିନ ବିତେଇଲା ପରେ ଅନ୍ୟାନ୍ୟ କ୍ଷେତ୍ରରେ ଓ ଉନ୍ନତି ପରିଲକ୍ଷିତ ହେବ ।

ବୃଷ- ଆଜି ବୋଧହୁଏ ଆପଣଙ୍କୁ କୌଣସି ମିତ୍ର କିମ୍ବା ସହଯୋଗୀଙ୍କର ସାହାଯ୍ୟ ମିଳିବ ନାହିଁ । ଏଥିପାଇଁ ଆପଣ ନିରାଶ ହୋଇପଡ଼ିବେ କିନ୍ତୁ ମନେ ରଖନ୍ତୁ ଆପଣଙ୍କର ସବୁ କଥାରେ ଏକ ସୀମା ମଧ୍ୟ ରହିଛି ।

ମିଥୁନ- ଆଜି ଆପଣଙ୍କୁ ଏହା ଜାଣି ବହୁତ ଖରାପ ଅନୁଭବ ହେବଯେ ଯାହାକୁ ଆପଣ ନିଜ ସାଙ୍ଗ ଭାବୁଛନ୍ତି ସେ ଆପଣଙ୍କ ପିଠି ପଛରେ ଆପଣଙ୍କର ଖରାପ କରୁଛନ୍ତି ।

କର୍କଟ- ଆଜି ଆପଣଙ୍କୁ ନିଜ ଘରେ ପୂର୍ଣ୍ଣ ଦିନ ବିତାଇଲେ ଆଜି ଆପଣ ନିଜ ପରିବାରର ସୁନ୍ଦରତାକୁ ଚିହ୍ନି ପାରିବେ । ତାଙ୍କ ଦ୍ୱାରା ମିଲିଥିବା ସହଯୋଗ ଆପଣଙ୍କ ମନକୁ ସ୍ପର୍ଶ କରିବ ।

ସିଂହ- ଆଜି ଆପଣ ସେମାନଙ୍କୁ ଜଣାଇଦେବେ ଯେ ଆପଣ ସେମାନଙ୍କ ସାହାଯ୍ୟ କିପରି ଗ୍ରହଣ କରିଛନ୍ତି ଏବଂ ସବୁବେଳେ ଆପଣ ସେମାନଙ୍କ ବ୍ୟତିତ ଅନ୍ୟ କାହାର ସାହାଯ୍ୟ ଆବଶ୍ୟକ ହେଲେ ଆପଣ ସାହାଯ୍ୟ କରିବାକୁ ପଛାନ୍ତୁ ନାହିଁ ।

କନ୍ୟା- ଆଜି ଆପଣଙ୍କ ମଜ୍ଜା ଓ ଆରାମର ଦିନ । ସାମାଜିକ ରୀତିନୀତି ଆଜି ଆପଣଙ୍କ ପାଇଁ ବହୁତ ଆନନ୍ଦ ନେଇକି ଆସିବ । ଆପଣଙ୍କ ଜୀବନରେ ବର୍ତ୍ତମାନ ସମୟରେ ଯେଉଁ ପରିବର୍ତ୍ତନ ସବୁ ଆସିଛି, ସେଥିରୁ ମଧ୍ୟ ଆପଣଙ୍କୁ ବହୁତ ଖୁସି ମିଳିବ ।

ତୁଳା- ଆଜି ଆପଣଙ୍କୁ ନିଜ କାର୍ଯ୍ୟାଳୟ କିମ୍ବା ଘରେ କିଛି ଚ଼ିନ୍ତା ଅନୁଭବ ହୋଇପାରେ । ସମ୍ଭାବନା ଯେ ଆପଣଙ୍କର ଆଖପାଖ ଲୋକ ରାଗରେ ରହିପାରନ୍ତି ,ଯାହାର ପ୍ରଭାବ ଆପଣଙ୍କର ମୁଡ଼୍ ଉପରେ ମଧ୍ୟ ପଡ଼ିପାରେ ।

ବିଛା- ଆପଣଙ୍କୁ ନିଜ ପରିବାରର କୌଣସି ସଦସ୍ୟ କିମ୍ବା ବନ୍ଧୁ ନିରାଶ କରିପାରେ ଏବଂ ଆପଣଙ୍କ ଆଗରେ କୌଣସି ସମସ୍ୟା ମଧ୍ୟ ସୃଷ୍ଟି ହୋଇପାରେ । ଆପଣଙ୍କର ରାଗି କରି କଥା ହେବା ବଦଳରେ ଭଲହେବ ଯଦି ଆପଣ ତାଙ୍କୁ ସ୍ନେହରେ ବୁଝାଇବେ ।

ଧନୁ- ଆଜି ଆପଣଙ୍କୁ ନିଜ କାର୍ଯ୍ୟ ଏବଂ ଘରର ଛୋଟ ଛୋଟ ଅସୁବିଧା ଗୁଡ଼ିକୁ ସମାଧାନ କରିବା ପାଇଁ ନିଜର ଚ଼ତୁରତା ଏବଂ ବୁଦ୍ଧିର ବ୍ୟବହାର କରିବା ଉଚ଼ିତ୍ ।

ମକର- ଆଜି ଆପଣ ନିଜକୁ ଠିକ ଭାବେ ବୁଝି ପାରିବେ । ଆଜି ଆପଣ ନିଜର ବ୍ୟକ୍ତିତ୍ତ୍ୱକୁ ଭଲ ଭାବେ ବୁଝିବାକୁ ଚେଷ୍ଟା କରିବେ । ଏହି ସମୟ ଆପଣଙ୍କ ପାଇଁ ଶୁଭ ଅଟେ ।

କୁମ୍ଭ- ଆପଣ ଏଭଳି ଜଣେ ବ୍ୟକ୍ତି ଯାହାକୁ ନିଜ ଆଖପାଖ ଲୋକଙ୍କ ସାହାଯ୍ୟ ସହଯରେ ମିଳିଯାଏ । ଆପଣଙ୍କୁ ହୁଏତ ଏହା ଜଣା ନାହିଁ ଯେ ବହୁତ ଲୋକ ଆପଣଙ୍କ ବ୍ୟକ୍ତିତ୍ତ୍ୱ ଦ୍ୱାରା ପ୍ରଭାବିତ । ଆପଣ କେବେ ମଧ୍ୟ ନିଜର ଛବିକୁ ମଳିନ ହେବାକୁ ଦିଅନ୍ତୁ ନାହିଁ ।

ମୀନ- ଆଜି ଆପଣ କୌଣସି ନୂଆ କାମ କରିବାରେ ମନ ଦେବେ ।ଏହି କାମ ଚ଼େସ ଖେଳ ଠାରୁ ନେଇ ଆକାଶରେ ଉଡ଼ିବା ପର୍ଯ୍ୟନ୍ତ ହୋଇପାରେ । ଏହି ସମୟ ନିଜ ଜୀବନ ଶୈଳିରେ ପରିବର୍ତ୍ତନ ଆଣିବାର ଏବଂ କିଛି ମଜ୍ଜା କରିବାର ଅଟେ ।

Share Your Comments Below

Leave a Reply

Your email address will not be published. Required fields are marked *