ଆଜିର ରାଶିଫଳ; 01 ଅଗଷ୍ଟ 2020 ଶନିବାର : କେମିତି କଟିବ ଆଜିର ଦିନ

ମେଷ

ଆଜି ଆପଣଙ୍କୁ ଆପଣଙ୍କ ପରିବାର ଲୋକଙ୍କର ସହାୟତା ମିଳିବ । ଯଦି ଆପଣ କିଛି ଅସୁବିଧାରେ ପଡ଼ିଛନ୍ତି ତାହାହେଲେ ପରିବାର ଲୋକଙ୍କ ସାହାଯ୍ୟ ମଧ୍ୟ ନେଇପାରନ୍ତି ।

ବୃଷ

ଆଜି ସାହିତ୍ୟ ପଢ଼ିଲେ ଆପଣଙ୍କୁ ବହୁତ ଲାଭ ମିଳିବ । ବୋଧହୁଏ ଆପଣଙ୍କୁ ଏମିତି ଲାଗିବ ଯେ ଆପଣ ଯାହା ପଢ଼ିଛନ୍ତି ସେହି ପାଠ ଆପଣଙ୍କ ବ୍ୟକ୍ତିଗତ ଉନ୍ନତିରେ ସହାୟକ ହେବ ।

ମିଥୁନ

ଯଦି ଆପଣଙ୍କର ନିକଟବର୍ତ୍ତୀ ସମ୍ପର୍କୀୟଙ୍କ ସାଙ୍ଗରେ କୌଣସି ମତଭେଦ ଅଛି ତାହା ସୁସମ୍ପର୍କରେ ପରିଣତ ହେବା ଆପଣ ଦେଖିବାକୁ ପାଇବେ । ଏହି ସୁସମ୍ପର୍କ ଦୁଇ ପକ୍ଷର ଚ଼େଷ୍ଟାର ପରିଣାମ ସୂରୂପ ହେବ ।

କର୍କଟ

ଆପଣଙ୍କ ପରିବାର ଲୋକଙ୍କ ପାଇଁ ଆଜି ଆପଣ ଖୁସି ଓ ଗର୍ବ ଅନୁଭବ କରିବେ । ଆଜି ଆପଣଙ୍କୁ କୌଣସି ପରିବାର ଲୋକଙ୍କ ସହିତ ଜଡ଼ିତ ଶୁଭ ସମାଚ଼ାର ଆପଣଙ୍କୁ ବହୁତ ଖୁସି ଦେବ । ନିଜ ପରିବାର ଲୋକଙ୍କ ସହିତ ସେମାନଙ୍କ ଖୁସିରେ ଆପଣ ସାମିଲ ହୁଅନ୍ତୁ ।

ସିଂହ

ଆପଣଙ୍କର କୌଣସି ପ୍ରିୟଜନ ଆପଣଙ୍କ ପାଇଁ ଶୁଭ ସମାଚ଼ାର ଆଣିବେ ଏବଂ ଆପଣ ସେଥିପାଇଁ ଗର୍ବ ଅନୁଭବ କରିବେ । ଏହି ସମୟ ଖୁସିର ଉତ୍ସବ କଟାଇବାର ଅଟେ । ସେମାନଙ୍କୁ କୌଣସି ଉପହାର, ଭଲ ନମ୍ବର ନ ହେଲେ ବହୁତ ପ୍ରଂଶସା ମିଳିପାରେ ।

କନ୍ୟା

ଆଜିର ଦିନ ନିଜର ପରିଜନ ଏବଂ ପ୍ରିୟଜନ ମାନଙ୍କ ସହିତ ବିତାଇବାର ଶୁଭ ଦିନ ଅଟେ । ଆଜି ଆପଣ ଏମିତି ପ୍ରିୟଜନ ମାନଙ୍କ ସହିତ କଟେଇବେ ଯେଉଁ ମାନଙ୍କ ସହିତ ଆପଣ ବହୁତ ଦିନରୁ ଦେଖାକରି ପାରିନାହାନ୍ତି ।

ତୁଳା

ଆପଣଙ୍କ ପରିବାର ଲୋକଙ୍କ ସାଙ୍ଗରେ ଆପଣଙ୍କ ସମ୍ପର୍କ ବହୁତ ମଧୁର ଅଟେ । ନିଜର ସମ୍ପର୍କ ମଧୁର କରିବା ପାଇଁ ଆପଣ ବହୁତ ଚ଼େଷ୍ଟା କରିଛନ୍ତି, ଚ଼େଷ୍ଟା ଜାରି ରଖନ୍ତୁ ।

ବିଛା

ଆଜି କୌଣସି ପାରିବାରିକ ଉତ୍ସବ ହେବାର ସମ୍ଭାବନା ଅଛି ତେଣୁ ଯିବାପାଇଁ ପ୍ରସ୍ତୁତ ହୋଇଯାଆନ୍ତୁ, ଏହା ଆନନ୍ଦ କରିବାର ସମୟ ଅଟେ । ଏହି ପାରିବାରିକ ଉତ୍ସବ ଆପଣଙ୍କ ପାଇଁ ଏବଂ ଆପଣଙ୍କ ପରିବାର ପାଇଁ ବହୁତ ଖୁସି ଆଣିଦେବ ।

ଧନୁ

ଆଜି ଆପଣ ସବୁ ଚ଼ିନ୍ତା ପରିତ୍ୟାଗ କରି କିଛି ସମୟ ପରିବାର ଲୋକଙ୍କ ସହିତ କଟାଇବାକୁ ଚ଼ାହିଁବେ ।ଏହି ସମୟ ଆପଣ ଆପଣଙ୍କ ଲୋକଙ୍କ ସହିତ ସ୍ନେହ ବାଣ୍ଟିବାର ସମୟ ଅଟେ ।ଆପଣଙ୍କ ପରିବାର ଆପଣଙ୍କ ସହ ଥିବାରୁ ଆପଣ ଇଶ୍ୱରଙ୍କୁ ଧନ୍ୟବାଦ ଦିଅନ୍ତୁ ।

ମକର

ଏହି ସମୟ ପରିବାର ଲୋକଙ୍କ ସହିତ କୌଣସି ଉତ୍ସବକୁ ଯିବାର ସମୟ ଅଟେ । କେମିତି ଓ କେବେ ଯିବେ ଏହା ଅଧିକ ଭାବିବା ଦରକାର ନାହିଁ । ଏହି ସମୟର ସଦୁପଯୋଗ କରି ଆପଣ ବହୁତ ଆନନ୍ଦ ପାଇ ପାରନ୍ତି ।

କୁମ୍ଭ

ଏହି ସମୟ ବର୍ତ୍ତମାନ ପରିବାର ଲୋକଙ୍କ ମଧ୍ୟରେ ସୁସମ୍ପର୍କ ପ୍ରତିଷ୍ଠା କରିବାର ସମୟ ଅଟେ ଯାହାଦ୍ୱାରା ଆପଣ ନିଜକୁ ପରିବାର ଲୋକଙ୍କ ନିକଟତର ପାଇବେ । ଆଜି ଆପଣ ସେମାନଙ୍କ ସାଙ୍ଗରେ ସମୟ କଟାଇବାକୁ ଚ଼ାହିଁବେ ।

ମୀନ

ଆଜି ଆପଣ ଅଧିକ ସମୟ ପରିବାର ଲୋକଙ୍କ ସହିତ କଟାଇବେ । ନିଜ ଲୋକଙ୍କ ସହିତ ରହିଲେ ଆପଣଙ୍କୁ ବହୁତ ଖୁସି ଲାଗିବ । ନିଜ ପ୍ରତି ପରିବାର ଲୋକଙ୍କ ସ୍ନେହ ଓ ସମ୍ମାନ ଦେଖି ଆପଣ ବହୁତ ଖୁସି ହେବେ ।