ଆଜିର ରାଶିଫଳ; ୧୧ ଜୁଲାଇ ୨୦୨୦ ଶନିବାର : କେମିତି କଟିବ ଆଜିର ଦିନ

ମେଷ

ଆଜି ଆପଣ ଅନୁଭବ କରିବେ ଛୋଟ ଛୋଟ କଥାରେ ଆପଣଙ୍କ ଘରେ କଳି ହେଉଛି । ପରିବାରର ଲୋକଙ୍କ ମଧ୍ୟରେ ମତଭେଦ ବଢ଼ିବାରେ ଲାଗିଛି । ଆଜି ଆପଣଙ୍କର କୌଣସି ପ୍ରିୟଜନଙ୍କର ମନ ମଧ୍ୟ ଖରାପ ହୋଇ ପାରେ ।|

ବୃଷ

ଆଜି ଆପଣ ଆତ୍ମବିଶ୍ଳେଷଣରେ ସମୟ ବିତାଇବେ । ଆପଣ କେତେ କଠିନ ପରିଶ୍ରମ କରି ଆଜି ପ୍ରତିଷ୍ଠିତ ହୋଇପାରିଛନ୍ତି , ସେ ବିଷୟରେ ଚ଼ିନ୍ତା କରିବେ ଏବଂ ଭବିଷ୍ୟତରେ କଣ କରିବେ ମଧ୍ୟ ଯୋଜନା କରିବେ । ଆପଣ ଭବିଷ୍ୟତରେ ଉପଯୁକ୍ତ ପାଇବା ପାଇଁ ଏହା ସାହାଯ୍ୟ କରିବ ।|

ମିଥୁନ

ଆପଣ ଆସୁବିଧାରେ ପଡ଼ୁଥିବା ପରିସ୍ଥିତିରୁ ଦୂରେଇ ରୁହନ୍ତୁ । କୌଣସି ବେକାର କାର୍ଯ୍ୟରେ ପଡ଼ନ୍ତୁ ନାହିଁ ଏବଂ ନିଜର ସକାରାତ୍ମକ ଚ଼ିନ୍ତା ଧାରା ବଜାୟ ରଖନ୍ତୁ । ଯାହା ଆପଣ ହୋଇପାରିବେ ନାହିଁ ତାହା ହେବା ପାଇଁ ଚ଼େଷ୍ଟା କରନ୍ତୁ ନାହିଁ ।|

କର୍କଟ

ବିଦେଶରୁ ଆସୁଥିବା ଖବର ଜରୁରୀ ନୁହେଁ ଯେ ଆପଣଙ୍କ ପାଇଁ ଶୁଭ ହେବ । ଯେଉଁ ଖବର ପାଇଁ ଆପଣ ଆଶାୟୀ ଥିଲେ ସେ ଖବର ହୁଏତ ଆପଣଙ୍କୁ ମିଳି ନପାରେ । ଧର୍ଯ୍ୟ ଧରି ପରିସ୍ଥିତିକୁ ବୁଝିବାକୁ ଚେଷ୍ଟା କରନ୍ତୁ ।|

ସିଂହ

ଆଜି ଆପଣଙ୍କୁ ବୋଧହୁଏ ନିଜ ପରିବାର କିମ୍ବା ବ୍ୟବସାୟୀକ କ୍ଷେତ୍ରରେ କୌଣସି ଗୁରୁତ୍ତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାକୁ ପଡ଼ିପାରେ । ନିଷ୍ପତ୍ତି ନେବାପୂର୍ବରୁ ଭାବିଚ଼ିନ୍ତି ନିଷ୍ପତ୍ତି ନେଲେ ଭଲ ହେବ ।|

କନ୍ୟା

ଛାତ୍ରମାନେ ଯଦି ଖେଳ କୁଦ କରିବାକୁ କିମ୍ବା ସିନେମା ଦେଖିବାକୁ ଚାହୁଁଛନ୍ତି ,ଏସମୟକୁ ଉପଯୁକ୍ତ ବ୍ୟବହାର କରନ୍ତୁ । ଆପଣ ମାନସିକ କ୍ଳାନ୍ତି ଭୋଗକରି ପାରନ୍ତି କିନ୍ତୁ ଅଧ୍ୟୟନକୁ ଅବହେଳା କରନ୍ତୁ ନାହିଁ ।|

ତୁଳା

ନିଜର ଘରର ଦରଜାକୁ ଠିକ୍ ଭାବେ ବନ୍ଦ ରଖନ୍ତୁ । ନଚ଼େତ୍ ଆପଣ କ୍ଷତି ସହି ପାରନ୍ତି । ଘରର ସୁରକ୍ଷା ବିଷୟରେ ଧ୍ୟାନ ଦିଅନ୍ତୁ । ନହେଲେ କ୍ଷତି ସହିବାକୁ ପଡ଼ିପାରେ । ନିଜର ମୂଲ୍ୟବାନ ବସ୍ତୁକୁ ଏଠି ସେଠି ପକାନ୍ତୁ ନାହିଁ ।|

ବିଛା

ଆଜି ଆପଣ ସବୁ କାର୍ଯ୍ୟ ଗୁଡ଼ିକ ସମାଜର କଲ୍ୟାଣ ଏବଂ ପରିବାରର କଲ୍ୟାଣ ନିମିତ୍ତ କରିବେ । ଆଜି ଆପଣ କିଛି ଦାନ କରିବେ, ଅଥବା ନିଜ ପ୍ରିୟଜନ ପାଇଁ ଉପହାର କିଣିବେ । ଆପଣଙ୍କର ଏହି କାର୍ଯ୍ୟ ପାଇଁ ଅବଶ୍ୟ କାହାକୁ ଲାଭ ମିଳିପାରିବ ।|

ଧନୁ

ଆପଣଙ୍କ ଆଖପାଖରେ ଲୋକ ଆପଣଙ୍କ ମଧୁର ବ୍ୟବହାରକୁ ଦେଖି ଆଶ୍ଚର୍ଯ୍ୟ ହେବେ । ଆପଣ ସମସ୍ତଙ୍କୁ ସାହାଯ୍ୟ କରିବା ପାଇଁ ଆଗେଇ ଯିବେ । ଆଜି ଆପଣ ଦେଖିବେ ଯେ ଜୀବନ ପ୍ରତି ଆପଣଙ୍କ ଭାବ ପୁରାପୁରି ବଦଳାଇ ଯାଇଛି ।|

ମକର

ଆଜି ଆପଣ କୌଣସି ତୀର୍ଥଯାତ୍ରାକୁ ଯିବା ପାଇଁ ଭାବିବେ । ଆପଣଙ୍କ ଆତ୍ମା ଆଧ୍ୟାତ୍ମ ପ୍ରତି ଆକର୍ଷିତ ରହିବ , ଆଜି ଆପଣଙ୍କର ଜୀବନରେ ଧର୍ମର ମହତ୍ତ୍ୱକୁ ମଧ୍ୟ ଜାଣିବାକୁ ଚାହିଁବେ । ଏହି ରାସ୍ତାରେ ଚାଲିଲେ ଆପଣଙ୍କୁ ସୁଖ ମିଳିବ ।|

କୁମ୍ଭ

କୌଣସି ଅସୁବିଧାରେ ପଡ଼ିବା ଆଗରୁ ନିଜକୁ ଦୂରେଇ ରଖନ୍ତୁ । ଜୀବନପ୍ରତି ସକାରାତ୍ମକ ଚ଼ିନ୍ତା ଧାରା ଏହି ସମୟରେ ଆବଶ୍ୟକ ଅଛି । ଆଜି ଆପଣ ନିଶ୍ଚୟ ନିଜର ଅଟଳ ବିଶ୍ୱାସ ଏବଂ ବୁଦ୍ଧିମତ୍ତା ଯୋଗୁଁ ସବୁ ସମସ୍ୟାର ସମାଧାନ କରିପାରିବେ ।|

ମୀନ

ଯଦି ଆପଣଙ୍କ ବନ୍ଧୁ କିମ୍ବା ଆତ୍ମୀୟସଜ୍ଜନ ବିଦେଶରୁ ଆସୁଥାନ୍ତି ,ତେବେ ବୋଧହୁଏ ସେ ଆଜି ଆପଣଙ୍କ ଘରକୁ ଆପଣଙ୍କୁ ଭେଟିବା ପାଇଁ ଆସିବେ । ସେଥିପାଇଁ ନିଜ ଘରକୁ ସଫାସୁତୁରା କରନ୍ତୁ ।|