ଆଜିର ରାଶିଫଳ; 05 ମଇଁ 2020 ସୋମବାର : କେମିତି କଟିବ ଆଜିର ଦିନ

ମେଷ

ଯଦି ଆପଣ ସାହାଯ୍ୟ ଚାହୁଁଥାନ୍ତି ତେବେ ଆଜି ନିଶ୍ଚିନ୍ତ ସାହାଯ୍ୟ ମିଳିବ । କେହି ଜଣେ ରାଜନୈତିକ ବ୍ୟକ୍ତି ଆପଣଙ୍କୁ ବିପଦ ସମୟରେ ସାହାଯ୍ୟ କରିବ । ଏହି ସହାୟତା ନେବା ପାଇଁ କୁଣ୍ଠା ପ୍ରକାଶ କରନ୍ତୁ ନାହିଁ ।

ବୃଷ

ଗ୍ରହମାନଙ୍କର ଖରାପ ପ୍ରଭାବ ଯୋଗୁଁ ଆଜି ଆପଣଙ୍କ ଘରେ କୌଣସି ବ୍ୟକ୍ତିଙ୍କ ସହ କଳହ ହୋଇପାରେ ।ଏଥି ପାଇଁ ଆପଣ ନିଜ କଥା ଓ କ୍ରୋଧକୁ ନିୟନ୍ତ୍ରଣରେ ରଖନ୍ତୁ ।ଯଦି ଆପଣ ଶାନ୍ତ ରହିବେ ତେବେ ଭବିଷ୍ୟତର ବହୁ ଘରୋଇ ସମସ୍ୟାକୁ ସମାଧାନ କରିପାରିବେ ।ମିଥୁନ

ଘରେ ଲାଗିରହିଥିବା ଉଦାସ ଭାବ ହିଁ ଆପଣଙ୍କ ଚ଼ିନ୍ତାର କାରଣ । ଆପଣଙ୍କର ପରିସ୍ଥିତିକୁ ବୁଝିବା ଉଚ଼ିତ୍ ଏବଂ ଜାଣିବା ପାଇଁ ଚ଼େଷ୍ଟା କରନ୍ତୁ ଯେ ଭୁଲ କାହାର ଏବଂ କେଉଁଠି ହୋଇଛି । ନିଜ ତରଫରୁ ନିଜର କ୍ରୋଧ ସମ୍ବରଣ କରିବାକୁ ଚ଼େଷ୍ଟାକରନ୍ତୁ ।

କର୍କଟ

କୌଣସି ନିକଟ ସମ୍ପର୍କୀୟ ଆଜି ଆପଣଙ୍କୁ ସହଯୋଗର ହାତ ବଢ଼େଇବେ । କୌଣସି ସମସ୍ୟାର ସମାଧାନ କରିବାକୁ ହେଲେ ଆପଣଙ୍କୁ ଆପଣଙ୍କର ଲୋକଙ୍କର ସାହାଯ୍ୟର ଦରକାର ପଡ଼ିପାରେ ।

ସିଂହ

ବୃଥାରେ କୌଣସି କାଥାବାର୍ତ୍ତା କରନ୍ତୁ ନାହିଁ ବରଂ ସମ୍ପର୍କ ସଜବୁତ କରିବା ପାଇଁ ଚେଷ୍ଚା କରନ୍ତୁ । କୌଣସି ବ୍ୟକ୍ତି ସହ କଥାବାର୍ତ୍ତା ବେଳେସମାନ୍ୟ କଟୁ କଥା ନ କହିବା ପାଇଁ ଧ୍ୟାନ ଦିଅନ୍ତୁ ।

କନ୍ଯା

ଆଜି ଆପଣଙ୍କର ପରିବାର ସଦସ୍ୟ ନୁହେଁ ନିଜର ସହକର୍ମିଙ୍କ ସହ କଥାବାର୍ତ୍ତା ଓ ବ୍ୟବହାରରେ ସାବଧାନ ରୁହନ୍ତୁ । କିନ୍ତୁ ଗୁରୁତ୍ତ୍ୱପୂର୍ଣ୍ଣ ବିଷୟ ହେଉଛି ଆପଣ ଆପଣଙ୍କର ପରିପକ୍ୱ ମନ ସାହାଯ୍ୟରେ ଅଶୋଭନୀୟ ପରିସ୍ଥିତିରୁ ନିଜକୁ ରକ୍ଷା କରିପାରିବେ ।

ତୁଳା

ଆଜି ଦିନରେ ପରିବାର ଲୋକମାନଙ୍କ ସହ ଖୁବ୍ ଝଗଡା ହେବାର ସମ୍ଭାବନା ଅଛି । ଏଥିପାଇଁ କଥାବାର୍ତ୍ତା ଆଗରୁ ଖୁବ୍ ସତର୍କ ରହନ୍ତୁ । ହୁଏତ କଥାବାର୍ତ୍ତା କଲାବେଳେ କୌଣସି କାରଣରୁ ଉତ୍ତେଜିତ ହେଇପାରନ୍ତି କିମ୍ବା କ୍ରୋଧାନ୍ନିତ ହେଇପାରନ୍ତି ।

ବିଛା

ଘରେ ଲାଗିରହିଥିବା ଅଶାନ୍ତି ଯୋଗୁଁ ଆପଣ ଚ଼ିନ୍ତିତ ହୋଇପାରନ୍ତି । ଯଦିଓ ଘରର ଅଶାନ୍ତିର କାରଣ ଆପଣ ନୁହଁନ୍ତି ତଥାପି ମାନସିକ ଶାନ୍ତି ପାଇଁ ନିଜର ଭାବନାକୁ ନିୟନ୍ତ୍ରଣରେ ରଖନ୍ତୁ ।

ଧନୁ

ଆଜି ଆପଣଙ୍କ ପରିବାର ଲୋକମାନଙ୍କ ସହ ସାମାନ୍ୟ ଝଗଡା ହୋଇପାରେ ,ଯେଉଁଥିପାଇଁ ଆପଣଙ୍କ ମନର ଦୁଃଖ ଆସିବ ଆପଣ ହୁଏତ କିଛି ଭଲପାଇଁ ଉଦ୍ଦେଶ୍ୟ ଏ କାମ କରୁଛନ୍ତି ।

ମକର

ଆଜି ଆପଣ କୌଣସି ଉପଦେଷ୍ଠାଙ୍କର କିମ୍ବା ବରିଷ୍ଠ ବ୍ୟକ୍ତିଙ୍କର ମାର୍ଗ ଦର୍ଶନ ପାଇଁ ସାହାଯ୍ୟ ଚାହିଁବେ । ଆପଣ ବୋଧ ହୁଏ ନିଜ ଜୀବନର କୌଣସି ଦ୍ୱିଧା ବା ଅସୁବିଧା ପରିସ୍ଥିତିରୁ ବାହାରି ଆସିପାରୁ ନାହାନ୍ତି ।

କୁମ୍ଭ

ଆଜି ଆପଣ ଘରେ ସାବଧାନ ରୁହନ୍ତୁ କାରଣ କଳିହେବାର ପ୍ରବଳ ସମ୍ଭାବନା ରହିଛି । ଆଯଥା କଳିରୁ ବଞ୍ଚନ୍ତୁ । ଗ୍ରହଚ଼ଳନ ଖରାପ ଥିବାରୁ ଘରେ ଅଶାନ୍ତି ରହିବ ।

ମୀନ

କୌଣସି ଏକ ଅଶୋଭନୀୟ କଥାବାର୍ତ୍ତା ଉପରେ ନିୟନ୍ତ୍ରଣ ରଖନ୍ତୁ । କାରଣ ସାମାନ୍ୟ କଥାରେ ଆପଣ ଉତ୍ତେଜିତ ହୋଇ ପାରନ୍ତି ଓ ଝଗଡା ହୋଇପାରେ ।ଶାନ୍ତିର ସହ ନିଜର କାଯ୍ୟରେ ନିୟୋଜିତ ରୁହନ୍ତୁ ।