ଆଜିର ରାଶିଫଳ; 06 ମଇଁ 2020 ବୁଧୁବାର : କେମିତି କଟିବ ଆଜିର ଦିନ

ମେଷ

ପରିସ୍ଥିତି ଯେମିତି ହେଉ ମଧ୍ୟ ଆପଣ ଘରର ଶାନ୍ତି ଭଙ୍ଗ ହବାକୁ ଦିଅନ୍ତୁ ନାହିଁ । ନିଜ କ୍ରୋଧକୁ ନିଜ ଭିତରେ ରଖିବା ହିଁ ମଙ୍ଗଳ ।ଏହି କଳହ ଦ୍ୱାରା ଆପଣ ଲାଭବାନ ହେବେ ନାହିଁ ବରଂ ଏହା ଆପଣଙ୍କର ଅଧିକ ଚ଼ିନ୍ତାର କାରଣ ହେବ ।

ବୃଷ

ଆଜି ଆପଣ ବିଶ୍ରାମ କରନ୍ତୁ କାରଣ ଆପଣଙ୍କୁ କିଛି ସମସ୍ୟା ପାଇଁ ଅସୁବିଧା ହୋଇ ପାରେ । ବେଶୀ ଚ଼ିନ୍ତା କରନାହିଁ, ଆପଣଙ୍କର ସମସ୍ତ ସମସ୍ୟା ଶୀଘ୍ରହିଁ ଶେଷ ହୋଇଯିବ ।

ମିଥୁନ

ଆଜି ଆପଣ ରାଗର ଶିକାର ହୋଇପାରନ୍ତି, ନିଜ ରାଗଉପରେ ପୂରାପୁରି ଭାବରେ ନିୟନ୍ତ୍ରଣ ରଖିବାକୁ ଚ଼େଷ୍ଟା କରନ୍ତୁ । କିଛିବି ହେଉ ନିଜ କାର୍ଯ୍ୟାଳୟ ଏବଂ ସାର୍ବଜନୀନ ସ୍ଥାନରେ କଳିଠାରୁ ବଞ୍ଚନ୍ତୁ ।

କର୍କଟ

ଆଜି ଆପଣଙ୍କର ଆଖପାଖ ଲୋକ ଆପଣଙ୍କୁ ଭୁଲ ବୁଝିପାରନ୍ତି, ଏଥି ପାଇଁ ଆପଣଙ୍କର ବିଚ଼ାରକୁ ସ୍ପଷ୍ଟଭାବରେ ଅଭିବ୍ୟକ୍ତ କରନ୍ତୁ । ଯାହାବି କୁହନ୍ତୁ ବୁଝି ସୁଝି କୁହନ୍ତୁ, ଯଦି ଆପଣଙ୍କର ଶବ୍ଦକୁ ଭୁଲ ବୁଝି ନିଆ ଯାଏ ତେବେ ଅସୁବିଧା ହୋଇପାରେ ।

ସିଂହ

ଆପଣ ଯେତେବେଳେ ନିଜର ସମ୍ପର୍କିୟ ଲୋକ ସହ ଆଳାପ ଆଲୋଚନା କରୁଛନ୍ତି ନିଜର ଭାଷା ପ୍ରତି ସଂଯତ କରନ୍ତୁ । କିଛି କହିବା ପୂର୍ବରୁ ବିଶେଷ ଧ୍ୟାନ ଦିଅନ୍ତୁ । କେବଳ ଆପଣଙ୍କର ସାବଧାନତା ହିଁ ଆପଣଙ୍କୁ ବିପଦରୁ ଦୂରେଇ ରଖିବେ ।

କନ୍ଯା

ଆଜି ଆପଣ ଶାନ୍ତି ପୂର୍ବକ ଘରେ କୌଣସି କଳିକୁ ସମାଧାନ କରିବାକୁ ଚେଷ୍ଟାକରିବେ । ଯଦି ଆପଣ ଏବଂ ଆପଣଙ୍କ ପରିବାର ଲୋକଙ୍କ ମଧ୍ୟରେ କଳି ହୋଇଯାଏ, ତେବେ ଆପଣ ନିଜକୁ ସେମାନଙ୍କ ମଧ୍ୟରେ ଫସିଯାଇଥିବାର ପାଇବେ ।

ତୁଳା

କେବେ ଆପଣ ଭାବିଛନ୍ତି ଯେ କାହିଁକି ଆପଣଙ୍କ ଘରେ ଏତେ କଳି ହେଉଛି ? ବୋଧହୁଏ ଆପଣଙ୍କୁ ନିଜ କ୍ରୋଧ ସମ୍ବରଣ କରିବା ଉଚ଼ିତ୍ । ଆପଣ ନିଜ ପରିବାରବର୍ଗଙ୍କୁ ସମ୍ମାନ ପ୍ରଦର୍ଶନ କଲେ ସେମାନେ ମଧ୍ୟ ଆପଣଙ୍କୁ ପ୍ରତିଦାନରେ ଯଥୋଚ଼ିତ ସମ୍ମାନ ଦେବେ ।

ବିଛା

ଆଜି ଆପଣ ଘରେ ଝଗଡ଼଼ା କରିପାରନ୍ତି, ନିଜ ରାଗକୁ ନିୟନ୍ତ୍ରଣରେ ରଖନ୍ତୁ । ଏହି ଝଗଡ଼ା ଘରର ସଫା ସୁତୁରା କିମ୍ବା କର୍ତ୍ତବ୍ୟକୁ ନେଇ ହୋଇପାରେ । କଳି ଠାରୁ ବଞ୍ଚନ୍ତୁ ଏବଂ ନିଜ ଘରର ଶାନ୍ତି ବଜାୟ ରଖନ୍ତୁ ।

ଧନୁ

ନିଜର ଉଚ୍ଚଅଧିକାରୀ ଏବଂ ସହକର୍ମୀମାନଙ୍କ ସହ କଳି ନ କରିବାକୁ ଚ଼େଷ୍ଟା କରନ୍ତୁ । ଆପଣ ନୀରବ ରହିବା ଭଲ । ଆପଣ ଆଜି ଖୁସି ହେବେ ଯେତେବେଳେ ଆପଣ ଦେଖିବେଯେ ଆପଣ ଶାନ୍ତ ରହିବା ଦ୍ୱାରା ସବୁ କଥା ସ୍ୱାଭାବିକ ହୋଇଯାଇଛି ।

ମକର

ଆପଣଙ୍କର ବନ୍ଧୁ ନିଜର ଥିବା ଦୁଃଖକୁ ଲାଘବ କରିବା ପାଇଁ ନିଜ ଗୁରୁଙ୍କ ଉପଦେଶ ନେବା ଉଚିତ୍ । ଆପଣ ନିଜ ତରଫରୁ ସବୁ କିଛି ଠିକ୍ କରିବାକୁ ଚେଷ୍ଟା କରୁଛନ୍ତି ।

କୁମ୍ଭ

ଆଜି ଆପଣଙ୍କୁ ସତର୍କତା ଅବଲମ୍ବନ କରିବାକୁ ପଡ଼ିବ, କାରଣ କିଛି ଭୁଲ ବୁଝାମଣା ଯୋଗୁଁ ଆପଣ ଏବଂ ଆପଣଙ୍କ ସମ୍ପର୍କୀୟମାନଙ୍କ ମଧ୍ୟରେ କଳି ହୋଇପାରେ ।

ମୀନ

ଆଜି ଯାହା ହେଉନା କାହିଁକି ଆପଣ ନିଜ ଆତ୍ମୀୟମାନଙ୍କ ସହ କଳି କରିବେ ନାହିଁ । ପରିସ୍ଥିତି ଯେମିତି ହେଉ ମଧ୍ୟ ଆପଣ କଳିଠାରୁ ଦୂରେଇ ରୁହନ୍ତୁ । ଆପଣ ନିଜକୁ ଶାନ୍ତ ରଖିବାକୁ ଚ଼େଷ୍ଟା କରନ୍ତୁ ।