ଆଜିର ରାଶିଫଳ; 18 ମଇଁ 2020 ସୋମବାର : କେମିତି କଟିବ ଆଜିର ଦିନ

ମେଷ

ଆଜି ବୋଧେ ଆପଣ କୌଣସି ନୁଆ ସମ୍ପର୍କ ସ୍ଥାପନ କରିପାରନ୍ତି । ଆପଣଙ୍କର ଏହି ନୁଆ ବନ୍ଧୁ ଆପଣଙ୍କର ଖରାପ ସମୟରେ ମଧ୍ୟ ଆପଣଙ୍କ ସାଙ୍ଗରେ ରହିବ । ଆପଣ ଆଜି ଅନୁଭବ କରିବେ ଯେ ଆପଣ କେତେ ସୌଭାଗ୍ୟଶାଳି ଯେ ଆପଣଙ୍କୁ ଏହି ଭଳି ମିତ୍ର ମିଳିଛନ୍ତି ।

ବୃଷ

ଆପଣଙ୍କୁ ହଠାତ୍ ଏକ ହଜିଯାଇଥିବା ବସ୍ତୁ ମିଳିଯିବ । ଏହା କୌଣସି ଉପହାର, କୌଣସି ମୂଲ୍ୟବାନ ବସ୍ତୁ କିମ୍ବା କୌଣସି ମହତ୍ତ୍ୱପୂର୍ଣ୍ଣ ଦଲିଲ୍ ହୋଇପାରେ ।

ମିଥୁନ

ଆପଣଙ୍କ ଭିତରେ ରଚ଼ନାତ୍ମକତା ବହୁପରିମାଣରେ ଅଛି, ଆଜିକା ଦିନଟି ଆପଣ ଏହାର ସମ୍ପୂର୍ଣ୍ଣ ବ୍ୟବହାର କରିପାରନ୍ତି । ଆପଣ ବହୁଦିନରୁ କିଛି କହିବାକୁ ଚ଼ାହୁଁଛନ୍ତି କିନ୍ତୁ କରିପାରୁନାହାନ୍ତି । ଆଜିକା ଦିନଟିକୁ ବ୍ୟବହାର କରି ଆପଣ ନିଜର ରଚ଼ନାତ୍ମକତାକୁ ଅଭିବ୍ୟକ୍ତ କରି ପାରନ୍ତି ।

କର୍କଟ

ବର୍ତ୍ତମାନ ବୋଧହୁଏ ଆପଣ କୌଣସି କଠିନ କାମ କରୁଛନ୍ତି ।ଭଲ ଭାବରେ ବୁଝିବିଚ଼ାରି କାମ କରନ୍ତୁ ଏବଂ ନିଜର ବିଚ଼ାରକୁ ଷ୍ପଷ୍ଟ ଭାବରେ ଉପସ୍ଥାପନ କରନ୍ତୁ । ବ୍ୟସ୍ତ ହୋଇ କୌଣସି ଭୂଲ୍ କରନ୍ତୁ ନାହିଁ ।

ସିଂହ

ଆଜି ଆପଣଙ୍କୁ ଆପଣଙ୍କ ଯୋଗ୍ୟତାର ବିକାଶ କରିବାର ସୁଯୋଗ ମିଳିପାରେ । ଏହି ସୁଯୋଗର ଆପଣ ପୂରା ଲାଭ ଉଠାନ୍ତୁ ଏବଂ ଶିକ୍ଷା କ୍ଷେତ୍ରରେ ଆପଣଙ୍କୁ ସଫଳତା ମିଳିବ ।

କନ୍ୟା

ବୋଧହୁଏ ଆଜି ଆପଣଙ୍କୁ ନିଜ ଆଖପାଖ ଲୋକଙ୍କ ପାଇଁ ନିରାଶ ହେବାକୁ ପଡ଼େ । ହୁଏତ ଏହାର କାରଣ ଆପଣଙ୍କୁ ତାଙ୍କଠାରୁ ଅଧିକ ଆଶା ରଖିବାକୁ ପଡ଼ିବ । ଏହାହିଁ ସତ୍ୟ ଯେ ଆମକୁ କାହାଠାରୁ ଅଧିକ ଆଶା ନ ରଖିବା ଉଚ଼ିତ୍ ।

ତୁଳା

ଆଜି ଆପଣ ପରିବାରର କୌଣସି ସମସ୍ୟା ସମାଧାନ କରିବାକୁ ଚ଼େଷ୍ଟା କରିବେ । ଅନ୍ୟମାନେ ଆପଣଙ୍କ ପରାମର୍ଶ ଉପରେ ନିର୍ଭର କରନ୍ତୁ । ସମସ୍ତେ ଆପଣଙ୍କ ଉପରେ ନିର୍ଭର କରିବାଟା ଆପଣଙ୍କୁ ଆଶ୍ଚର୍ଯ୍ୟ ଲାଗିପାରେ ।

ବିଛା

ଯେଉଁ ଛାତ୍ରମାନେ ନିଜର ଉଚ୍ଚଶିକ୍ଷା ଲାଭ କରିବାକୁ ଚାହୁଁଛନ୍ତି , ଆଜି ଏକ ଶୁଭଦିନ ହିସାବରେ ଯୋଜନା ଆରମ୍ଭ କରନ୍ତୁ । କଣ ଶିକ୍ଷା କରିବେ ଏକ ଚିଠା ତିଆରି କରନ୍ତୁ ଏବଂ ତାହାର ଭଲମନ୍ଦ ବିଚାର କରନ୍ତୁ ।

ଧନୁ

ଅସନ୍ତୋଷ ଓ ଅଶାନ୍ତିରେ ଦିନଟି କଟିବ । ବିଧିବଦ୍ଧକ ଚିନ୍ତା ମାଧ୍ୟମରେ କାରଣ ଖୋଜନ୍ତୁ । ଏହାର ସମାଧାନ ଅବଶ୍ୟ ବାହାରିବ । ଏଦୁଃସମୟ କିଛି କ୍ଷଣ ରହିଲା ପରେ ଅପସରି ଯିବ ।

ମକର

ଆଜି ଆପଣ କୌଣସି ପ୍ରକାର ମନୋରଞ୍ଜନ କରିବାକୁ ଚ଼ାହୁଁଛନ୍ତି, କିନ୍ତୁ କାର୍ଯ୍ୟଭାର ଆପଣଙ୍କର ରାସ୍ତାରେ ବାଧା ହୋଇଛି ଆପଣଙ୍କୁ ଏ ଦୁଇଟି ମଧ୍ୟରେ ସନ୍ତୁଳନ ରକ୍ଷା କରିବା ଜରୁରୀ ।

କୁମ୍ଭ

ନିଜ ସାଙ୍ଗ ସାଙ୍ଗରେ କୌଣସି ଯୁକ୍ତି କରନ୍ତୁ ନାହିଁ କାରଣ ମାନସିକ ଶାନ୍ତି ହରାଇ ବସିବେ ।ଯଦି ଆପଣ କୌଣସି ଅସୁବିଧାରେ ରହନ୍ତି ତଥାପି ନିଜକୁ ଶାନ୍ତି ରଖନ୍ତୁ ।ଏହି ସମୟରେ କୌଣସି ଯୁକ୍ତି ଆପଣଙ୍କର ସମ୍ପର୍କ ଓ ଶାନ୍ତି ପାଇଁ ଖରାପ ହୋଇପାରେ ।

ମୀନ

ଆଜି ଆପଣଙ୍କର ଭାଗ୍ୟହିଁ ଆପଣଙ୍କୁ ସଫଳତା ଦେବ । ଆଜି ସବୁ କିଛି ଆପଣଙ୍କର ଇଚ୍ଛା ଅନୁସାରେ ହିଁ ହେବ । ଆପଣଙ୍କୁ ଲାଗିବ ସବୁକିଛି ଆପଣଙ୍କ ପରିଶ୍ରମରେ ନହୋଇ ଆପଣଙ୍କ ଭାଗ୍ୟ ଯୋଗୁଁ ହେଉଛି । ଏହି ସୁଯୋଗର ସମ୍ପୁର୍ଣ୍ଣ ରୂପେ ଲାଭ ଉଠାନ୍ତୁ ।