ଆଜିର ରାଶିଫଳ; 19 ମଇଁ 2020 ମଙ୍ଗଳବାର : କେମିତି କଟିବ ଆଜିର ଦିନ

ମେଷ

ଘରେ କିଛି ସମୟରୁ ଚାଲୁଥିବା ସମସ୍ୟା ଗୁଡିକ ସମାପ୍ତ ହୋଇଯିବ । ଶାନ୍ତି ବାଗେଇ ରଖିବା ଚେଷ୍ଟା ଏବେ ରଂଗ ଆଣି ଘରେ ବଦଳୁ ଥିବା ଏହି ଶାନ୍ତି ପୂର୍ଣ୍ଣ ବାତା ବରଣ ପାଇଁ ଆପଣଙ୍କୁ ଈଶ୍ୱରଙ୍କୁ ଧନ୍ୟବାଦ କରିବା ଉଚିତ ।

ବୃଷ

ଆଜି ଆପଣ ନିଜର ଘରବାଲା ଓ ସାଂଗ ମାନଙ୍କ ସହିତ ମଜା ନେବେ ,ଯେଉଁଥିରେ ଆପଣଙ୍କ ଘର ଉପରେ ଖୁସିରେ ବାତାବରଣ ବାଗେଇ ହୋଇ ରହିବ । ଅଧିକ ସମୟ ଧରି ଘରେ ଚାଲିଥିବା କଳିକଜିଆରୁ ଆପଣଙ୍କୁ ମୁକ୍ତି ମିଳିଯିବ ।

ମିଥୁନ

ଆଜି ଆପଣ କିଛି ସମୟଧରି ଚାଲୁଥିବା ଝଗଡାର ସମସ୍ୟାକୁ ସମାଧାନ କରି ଶାନ୍ତିର ନିଶ୍ୱାସ ନେବେ । ଆପଣ ଘରେ ରହିକରି ଘର ଲୋକଙ୍କ ସହିତ କଥାବାର୍ତ୍ତା କରନ୍ତୁ ଏବଂ ଖୁବ ମଜା କରନ୍ତୁ ।ଏହି ଛୋଟ ଦୁଇଟି କଥା ଆପଣଙ୍କ ସମ୍ପର୍କକୁ ଆହୁରୀ ଦୃଢ କରିବ ।

କର୍କଟ

ଆଜି ଆପଣଙ୍କୁ ଏମିତି ଗୋଟିଏ ଜ୍ଞାନ ପ୍ରାପ୍ତି କରିବାର ଅବସର ମିଳିବ ଯେଉଁଥିରେ କି ଆପଣଙ୍କୁ ଲାଭ ହେବ । ଏହି ଜ୍ଞାନ ଆପଣଙ୍କୁ କୌଣସି ବ୍ୟକ୍ତି କିମ୍ବା ପୁସ୍ତକରୁ ପ୍ରାପ୍ତ ହୋଇପାରେ ।

ସିଂହ

ଆଜି ଆପଣ ନିଜ ଘରର ସାଜସଜ୍ଜାକୁ ଗୋଟିଏ ନୂଆରୂପ ଦେବାକୁ ଚ଼ାହିଁବେ । ଏଥିରୁ ଆପଣ ନିଜ ଜୀବନରେ ମଧ୍ୟ ନୂଆ ଭାବନା ଅନୁଭବ କରିବେ, ଘରେ କରାଯାଇଥିବା ଏହି ପରିବର୍ତ୍ତନ ଆପଣଙ୍କର ନିଜ ଭିତରେ ଥିବା ପରିବର୍ତ୍ତନ କୁ ହିଁ ଦର୍ଶାଇବ ।

କନ୍ୟା

ଆଜି ଆପଣ ନିଜ ବୁଦ୍ଧିକୁ ନିଜେ ଆର୍କଷିତ କରିବେ । ଗୋଟିଏ ଭଲ ବିଷୟ ପ୍ରତି ଆପଣଙ୍କର ଅଧିକ ରୁଚ଼ି ବଢ଼ିବ । ଏହି ପ୍ରକାର ଅଲଗା ଅଲଗା ବିଷୟରେ ନିଜର ଜ୍ଞାନ ବଢ଼ାଇବା ଦ୍ୱାରା ଆପଣଙ୍କୁ ଲାଭ ହେବ

ତୁଳା

ଆଜି ଆପଣଙ୍କୁ କିଛି ନୂଆ ଶିଖିବାକୁ ମିଳିବ । ଜୀବନରେ ପ୍ରତିକ୍ଷଣରେ ଆମକୁ କିଛି ନୂଆ କଥା ଶିଖିବାକୁ ପଡ଼ିଥାଏ ।ତେଣୁ ସବୁ ପରିସ୍ଥିତିରୁ ଆମେ କିଛି ନା କିଛି ଶିଖିବା ଉଚ଼ିତ୍ । ଏମିତିବି ଆପଣଙ୍କୁ ନୂଆ ଅନୁଭୂତି ଅନୁଭବ କରିବା ବହୁତ ପସନ୍ଦ ।

ବିଛା

ଆଜି ଆପଣ ମାନସିକ କ୍ଷେତ୍ରରେ ଦୃଢ଼ ରହିବେ । ଆପଣଙ୍କ ଯୋଗ୍ୟତା ଓ ଜ୍ଞାନ ବଳରେ ଆପଣଙ୍କ ଆତ୍ମବିଶ୍ୱାସ ବଢ଼ିବ ଓ ତା ସଙ୍ଗେ ଆପଣଙ୍କୁ ଲାଭ ମଧ୍ୟ ମିଳିବ ।

ଧନୁ

ଏହି କ୍ଷେତ୍ରରେ ଆପଣ ବଢ଼ାଇଥିବା ପାଦ କେବଳ ଆପଣଙ୍କ ମାନସିକ ଯୋଗ୍ୟତା ନୁହେଁ ଆପଣଙ୍କ ବ୍ୟବସାୟିକ ଦିଗରେ ମଧ୍ୟ ବହୁତ ଲାଭଦାୟକ ହେବ । ଆଜି ଆପଣଙ୍କୁ କିଛି ନୂଆ ଶିଖିବାର ଆଗ୍ରହ ଆପଣଙ୍କୁ ବ୍ୟସ୍ତ କରେଇଦେବ ।

ମକର

ଶିକ୍ଷାକ୍ଷେତ୍ରରେ ଆଜି ଆପଣଙ୍କୁ ସଫଳତା ମିଳିବ । ଯଦି ଆପଣ ଜଣେ ଛାତ୍ର ତାହେଲେ ଆଜି ପଢ଼ା କ୍ଷେତ୍ରରେ ଆପଣ ଆଗରେ ରହିବେ । ଆପଣଙ୍କୁ କୌଣସି ନୂଆ ଜାଗାରେ କିମ୍ବା ନୂଆ ପ୍ରଣାଳୀରେ ପଢ଼ିବା ପାଇଁ ସୁଯୋଗ ମିଳିପାରେ ।

କୁମ୍ଭ

ଯଦି ଆପଣଙ୍କର ନିକଟବର୍ତ୍ତୀ ସମ୍ପର୍କୀୟଙ୍କ ସାଙ୍ଗରେ କୌଣସି ମତଭେଦ ଅଛି ତାହା ସୁସମ୍ପର୍କରେ ପରିଣତ ହେବା ଆପଣ ଦେଖିବାକୁ ପାଇବେ । ଏହି ସୁସମ୍ପର୍କ ଦୁଇ ପକ୍ଷର ଚ଼େଷ୍ଟାର ପରିଣାମ ସୂରୂପ ହେବ ।

ମୀନ

ଆଜି ସାହିତ୍ୟ ପଢ଼ିଲେ ଆପଣଙ୍କୁ ବହୁତ ଲାଭ ମିଳିବ । ବୋଧହୁଏ ଆପଣଙ୍କୁ ଏମିତି ଲାଗିବ ଯେ ଆପଣ ଯାହା ପଢ଼ିଛନ୍ତି ସେହି ପାଠ ଆପଣଙ୍କ ବ୍ୟକ୍ତିଗତ ଉନ୍ନତିରେ ସହାୟକ ହେବ ।