ଆଜିର ରାଶିଫଳ; 20 ମଇଁ 2020 ବୁଧୁବାର : କେମିତି କଟିବ ଆଜିର ଦିନ

ମେଷ

ସପ୍ତାହରୁ ଚ଼ାଲି ଆସୁଥିବା ଯୁକ୍ତି ଏବଂ ଚ଼ିନ୍ତାରୁ ଆପଣ ନିଜେ କ୍ଳାନ୍ତ ଅନୁଭବ କରୁଥିବେ । ବେଶୀ ଚ଼ିନ୍ତା କରନ୍ତୁ ନାହିଁ ଏବଂ କଳିରୁ ବଞ୍ଚିବାକୁ ଚ଼େଷ୍ଟା କରନ୍ତୁ । ନିଜ ବନ୍ଧୁ ଏବଂ ପରିବାରରେ ଭଲ ବ୍ୟବହାର କରନ୍ତୁ ।

ବୃଷ

ଆପଣ ଆଜି ବିଦେଶରୁ ଗୋଟିଏ ଖୁସି ଖବର ପାଇପାରନ୍ତି ଯଦି ଆପଣ ବିଦ୍ୟାର୍ଥି ହୋଇଥାନ୍ତି ତେବେ ଆପଣ ବୃତ୍ତି ପାଇପାରନ୍ତି କିମ୍ବା ଆପଣଙ୍କର ନାମ ଲେଖା ହୋଇପାରେ । ଏହା ମଧ୍ୟ କୌଣସି ଏକ ନୂଆ ଚ଼ାକିରି ହୋଇଥାଇପାରେ । ତେଣୁ ଇମେଲ ଲେଖନ୍ତୁ ।

ମିଥୁନ

ଶିକ୍ଷାକ୍ଷେତ୍ରରେ ଆଜି ଆପଣଙ୍କୁ ସଫଳତା ମିଳିବ । ଯଦି ଆପଣ ଜଣେ ଛାତ୍ର ତାହେଲେ ଆଜି ପଢ଼ା କ୍ଷେତ୍ରରେ ଆପଣ ଆଗରେ ରହିବେ । ଆପଣଙ୍କୁ କୌଣସି ନୂଆ ଜାଗାରେ କିମ୍ବା ନୂଆ ପ୍ରଣାଳୀରେ ପଢ଼ିବା ପାଇଁ ସୁଯୋଗ ମିଳିପାରେ ।

କର୍କଟ

ଆଜି ଆପଣ ନିର୍ଦ୍ଦିଷ୍ଟ ସମୟରେ କାର୍ଯ୍ୟଟି ପୁରଣ ନକରିପାରନ୍ତି ସେଥି ପାଇଁ ସଚ଼େତନ ହେବା ଆବଶ୍ୟକ । ଯଦି ଆପଣ କୌଣସି ଚ଼ାକିରୀ କିମ୍ବା ଛାତ୍ରବୃତ୍ତି ପାଇଁ ଆବେଦନ କରୁଛନ୍ତି ତାହେଲେ ସତର୍କ ରୁହନ୍ତୁ ।

ସିଂହ

ଆଜି ଆପଣଙ୍କ ଆତ୍ମବିଶ୍ୱାସ ଖୁବ୍ ଉଚ୍ଚରେ ରହିବ । ଆପଣଙ୍କର ଖୁବ୍ କାର୍ଯ୍ୟ ଦକ୍ଷତା ପାଇଁ ପ୍ରଶଂସାଭାଜନ ହୋଇଛନ୍ତି । ଏହି ପ୍ରକାର କାର୍ଯ୍ୟ ଦକ୍ଷତାକୁ ଚ଼ିନ୍ତା କରି ଆପଣ ସମାଧାନ କରିପାରିନଥିବା ସମସ୍ୟାର ସମାଧାନ ପନ୍ଥା ବାହାର କରନ୍ତୁ ।

କନ୍ୟା

ଆଜି ଆପଣ ନିଜକୁ କୌଣସି ପରିବାରର କାର୍ଯ୍ୟ ବ୍ୟସ୍ତ ରଖିବେ ।ଏହି କାର୍ଯ୍ୟର ଆୟୋଜନ କରିବାରେ ଆପଣଙ୍କୁ ଆନନ୍ଦ ମିଳିବ ।ଏହି କାର୍ଯ୍ୟ ଦ୍ୱାରା ଆପଣ ଓ ଆପଣଙ୍କ ପରିବାରର ଲୋକ ବହୁତ ଖୁସି ହେବେ ।ଆପଣ ଏହି କାର୍ଯ୍ୟ ପାଇଁ ବହୁତ ବ୍ୟସ୍ତ ରହିବେ ।

ତୁଳା

ଆଜି ଆପଣ ସଫଳତାର ମୁକୁଟ ପିନ୍ଧିବେ ,ଏହି ସଫଳତାର ଅସଲ ହକଦାର ଆପଣ, କାରଣ ଏହି ସଫଳତା ପାଇବା ପାଇଁ ଆପଣ ଅପ୍ରାଣ ଉଦ୍ୟମ କରିଛନ୍ତି । ଆଜି ସବୁ ଚିନ୍ତିତରେ ଦୂରେଇ ଯାଇ ସଫଳତାକୁ ଉପଭୋଗ କରନ୍ତୁ ।

ବିଛା

ସଂଦ୍ଧ୍ୟାରେ ଆପଣଙ୍କର କୌଣସି ମାନସିକ ସମାରୋହକୁ ଯିବାର ସଙ୍କେତ ଅଛି । ଆପଣ କାହାରି ଭୋଜିରେ ମଧ୍ୟ ଯାଇ ପାରନ୍ତି କିମ୍ବା ବନ୍ଧୁଙ୍କ ଘରେ ହେଉଥିବା ସମାରୋହରେ ଭାଗନେଇ ପାରନ୍ତି । ଯାହା ବି ହେଉନା କାହିଁକି ଆଜି ଦିନ ଖୁବ୍ ଭଲ ।

ଧନୁ

ଘରବାଲା ହେଉବା ସାଙ୍ଗମାନଙ୍କର ଖରାପ ବ୍ୟବହାର ଠାରୁ ଆପଣଙ୍କୁ ଟିକେ ସତର୍କ ରହିବା ଉଚ଼ିତ୍ । ଏହା ହୁଏତ ଛୋଟ ଛୋଟ କଥା ହୋଇପାରେ କିନ୍ତୁ ଆସନ୍ତା ସମୟରେ ଏହା ଆପଣଙ୍କ ସମ୍ପର୍କରେ ବାଧା ସୃଷ୍ଟି କରିପାରେ ।

ମକର

ଆଜି ଆପଣଙ୍କ ଘରେ ଖୁସିର ପରିବେଶ ରହିବେ । ଆଜି ଆପଣ ଏବଂ ଆପଣଙ୍କ ଘରଲୋକେ ମଉଜ ମଜଲିସରେ ମଜ୍ଜି ରହିବେ । ବିଦେଶରୁ ମଧ୍ୟ ଆପଣଙ୍କ ଆତ୍ମୀୟ ସଜ୍ଜନ ଆସି ପାରନ୍ତି । ତାଙ୍କୁ ସ୍ୱାଗତ କରିବା ପାଇଁ ପ୍ରସ୍ତୁତ ରୁହନ୍ତୁ ।

କୁମ୍ଭ

ଆପଣଙ୍କୁ ବିଦେଶ ଯିବା ପାଇଁ ନିମନ୍ତ୍ରଣ ମିଳିପାରେ ସେଥିପାଇଁ ସଜାଗ୍ ରୁହନ୍ତୁ ଏବଂ ଏହି ସୁଯୋଗକୁ ହାତଛଡା କରନ୍ତୁ ନାହିଁ । କିନ୍ତୁ ଆପଣଙ୍କୁ ମିତବ୍ୟୟୀ ହେବାକୁ ପଡ଼ିବ ।

ମୀନ

ଆପଣ ଆଶାକରିଥିବା ଛୋଟ ଧରଣର ଯାତ୍ରାପାଇଁ ଆପଣ କୁଆଡେ ଯାଇପାରନ୍ତି । ଏହିଭଳି ଭଲ ସୁଯୋଗକୁ ହାତଛଡା କରନ୍ତୁ ନାହିଁ ।ନିଜର କାର୍ଯ୍ୟ ଜନିତ ହେଉ କିମ୍ବା ବ୍ୟକ୍ତିଗତ ସୁଖ ପାଇଁ ହେଉ ଏହିଯାତ୍ରା ପଛରେ କିଛି ମହତ୍ତ୍ୱ ରହିଛି ।