ଆଜିର ରାଶିଫଳ; 21 ମଇଁ 2020 ଗୁରୁବାର : କେମିତି କଟିବ ଆଜିର ଦିନ

ମେଷ

ଆପଣଙ୍କୁ ଯେଉଁ କାର୍ଯ୍ୟ କରିବାକୁ କୁହାଯାଇଛି ସେ କାର୍ଯ୍ୟପୂରା ମନଯୋଗ ଦେଇ କରନ୍ତୁ । କାରଣ ଆପଣଙ୍କ ପରିବାର ଏହା ବଦଳରେ ଆପଣଙ୍କୁ ସବୁଦିନ ସାହାଯ୍ୟ କରିବ ଏହି ସମୟରେ ହୁଏତ ଆପଣଙ୍କ ପରିବାର ଆପଣଙ୍କ ପାଖରୁ କିଛି ଆଶା କରୁଛି ।

ବୃଷ

ଆଜି ଆପଣ ନିତିଦିନ କାର୍ଯ୍ୟକ୍ରମରେ କିଛି ନୂତନତା ଆଣିବାକୁ ଚ଼େଷ୍ଟା କରିବେ । ଆପଣ ସେହି କାର୍ଯ୍ୟ କରନ୍ତୁ ଯାହା ଆପଣଙ୍କର ବହୁତ ଦିନରୁ କରିବାର ଇଚ୍ଛାଥିଲା ।

ମିଥୁନ

ଆଜି ମାନସିକ ଶାନ୍ତି ସାରାଦିନ ରହିବ । ଆଜି କୌଣସି କଥାରେ ଆପଣଙ୍କ ଶାନ୍ତି ଭଙ୍ଗ ହେବାକୁ ଦିଅନ୍ତୁ ନାହିଁ । କିଛି ଲୋକ ଆପଣଙ୍କ କ୍ରୋଧକୁ ବଢ଼େଇପାରନ୍ତି ବା ଆପଣଙ୍କୁ ବିପଥଗାମୀ କରିବାକୁ ଚ଼େଷ୍ଟା କରିପାରନ୍ତି ।

କର୍କଟ

ଅଦାଲତ ସମ୍ବନ୍ଧୀୟ ସମସ୍ୟାର ଫଳାଫଳ ଆପଣଙ୍କ ସପକ୍ଷରେ ହୋଇପାରେ । ସୌଭାଗ୍ୟ ହେତୁ ଉଚ୍ଚ ଅଧିକାରୀ ଆଜି ଆପଣଙ୍କ ସପକ୍ଷରେ ରହିବେ ,ଯାହା ଫଳରେ ଆପଣଙ୍କୁ ବହୁତ ଲାଭ ହେବ ।

ସିଂହ

ଆଜି ଆପଣଙ୍କୁ ଲାଗିବ ଯେ ଆପଣ ବହୁତ ଭାଗ୍ୟଶାଳୀ ଅଟନ୍ତି । ଆପଣଙ୍କର ଆଖପାଖ ଲୋକଙ୍କୁ ମଧ୍ୟ ଏହାହିଁ ଲାଗିବ । ଆଜି ଆପଣ ନିଜ ପରିବାର ଏବଂ କାର୍ଯ୍ୟାଳୟର ଲୋକମାନଙ୍କ ପାଇଁ ମଧ୍ୟ ଭାଗ୍ୟଶାଳୀ ପ୍ରମାଣିତ ହେବେ ।

କନ୍ୟା

ଆଜି ଆପଣ ସାମାଜିକ କାର୍ଯ୍ୟରେ ବ୍ୟସ୍ତ ରହିବେ । ଆପଣ ହୁଏତ ଆପଣଙ୍କର ପୁରୁଣା ବନ୍ଧୁମାନଙ୍କୁ ମନେ ପକାଉଛନ୍ତି । ସେମାନଙ୍କ ସହ ସାକ୍ଷାତ ପରେ ଆପଣ ବହୁତ ଖୁସିହେବେ ।

ତୁଳା

ଆଜି କିଛି ନୂଆ ଦାୟୀତ୍ତ୍ୱ ଆପଣ ନେଇ ପାରନ୍ତି ,ଯାହାକି ଆପଣଙ୍କୁ ପୁରସ୍କାର ଆଣିଦେଇପାରେ ଆପଣ ନିଜର ମାନ,ଯଶର ପୁରା ମଜ୍ଜା ନେଇ ପାରନ୍ତି,ମାତ୍ର ମନେ ରଖନ୍ତୁ ଯେ କୌଣସି ପ୍ରକାରରେ ମଧ୍ୟ ନିଜର ପ୍ରତିଛବିକୁ ମଳିନ ହେବାକୁ ଦିଅନ୍ତୁ ନାହିଁ ।

ବିଛା

ଆପଣତ ସେ କଳିକଜିଆର ଭାଗିଦାର ନୁହଁନ୍ତି କିନ୍ତୁ ସମାଧାନ କରିବା ପାଇଁ ଆପଣଙ୍କୁ ସାକ୍ଷୀ ରୂପରେ ଡ଼କା ଯାଇ ପାରେ, ଆପଣ କାହା ପକ୍ଷରେ ନ ଯାଇ ସତ୍ୟ ସାଙ୍ଗରେ ରହିବେ, ଏଥିରୁ ଆପଣଙ୍କ ସହକର୍ମୀ ଆପଣଙ୍କ ଠାରୁ ବହୁତ ପ୍ରଭାବିତ ହେବେ ।

ଧନୁ

ଆଜି ଆପଣ ଘରର ସୁରକ୍ଷା ପ୍ରତି ଧ୍ୟାନ ଦିଅନ୍ତୁ, କାରଣ ବହୁମୂଲ୍ୟ ବସ୍ତୁ କିଛି ଚୋରି ହେବାର ସମ୍ଭାବନା ରହିଛି । କିନ୍ତୁ ଯଦି ଆପଣ ସାବଧାନ ରୁହନ୍ତି , କ୍ଷତି ହୋଇ ନ ପାରେ । ଏହାର ଅର୍ଥ ନୁହେଁ ଯେ ଆପଣ ଡରିଯିବେ ।

ମକର

ଆପଣ ଏଭଳି ଜଣେ ବ୍ୟକ୍ତି ଯାହାକୁ ନିଜ ଆଖପାଖ ଲୋକଙ୍କ ସାହାଯ୍ୟ ସହଯରେ ମିଳିଯାଏ । ଆପଣଙ୍କୁ ହୁଏତ ଏହା ଜଣା ନାହିଁ ଯେ ବହୁତ ଲୋକ ଆପଣଙ୍କ ବ୍ୟକ୍ତିତ୍ତ୍ୱ ଦ୍ୱାରା ପ୍ରଭାବିତ । ଆପଣ କେବେ ମଧ୍ୟ ନିଜର ଛବିକୁ ମଳିନ ହେବାକୁ ଦିଅନ୍ତୁ ନାହିଁ ।

କୁମ୍ଭ

ଆଜି ଆପଣ ନିଜର ମୂଲ୍ୟବାନ ଜିନିଷକୁ ସାଇତି ରଖନ୍ତୁ ,ନଚ଼େତ୍ ତାହା ହଜିଯିବାର ସମ୍ଭାବନା ଅଛି । ଆଦୌ ଚ଼ିନ୍ତା କରନ୍ତୁ ନାହିଁ । କେବଳ ସତର୍କତା ଅବଲମ୍ବନ କରନ୍ତୁ ।

ମୀନ

ଆପଣ ହଠାତ୍ ଏମିତି ଜଣେ ବ୍ୟକ୍ତି ସହ ଦେଖାହୋଇପାରନ୍ତି ଯିଏ ଆପଣଙ୍କୁ ବ୍ୟବସାୟିକ କିମ୍ବା ଆପଣଙ୍କର ଜୀବନ ସମ୍ବନ୍ଧୀୟ ଉପଦେଶ ଦେବେ । ନିଜର ଗୁରୁଜନମାନଙ୍କ ପାଖରୁ ଉପଦେଶ ନିଅନ୍ତୁ କାରଣ ସେମାନଙ୍କ ଅନୁଭବ ଆପଣଙ୍କୁ ବହୁତ ଲାଭବାନ କରାଇବ ।