ଆଜିର ରାଶିଫଳ; ୨୨ ଏପ୍ରିଲ ୨୦୨୦ ବୁଧୁବାର : କେମିତି କଟିବ ଆଜିର ଦିନ

ମେଷ

ଆଜି ଆପଣଙ୍କ ବିନମ୍ର ସ୍ୱଭାବ ଓ ଦୃଢ଼ତା ସଭିଙ୍କର ମନ ଜିତି ନେବ । ଆଉକିଛି ନହେଲେ ମଧ୍ୟ ଆପଣଙ୍କୁ ଏମିତି ଏକ ଦୃଢ଼ ମନୁଷ୍ୟ କରିଦେବ ଯିଏ କି ସବୁ ପରିସ୍ଥିତିକୁ ସହଜରେ ସମ୍ଭାଳି ନେବ ।

ବୃଷ

ହଠାତ୍ ଆସିଥିବା ସମସ୍ୟା ଆପଣଙ୍କୁ କୌଣସି ବ୍ୟସ୍ତତାରେ ପକାଇଦେବ । ଏହି ସମସ୍ୟା ଆପଣଙ୍କ କାର୍ଯ୍ୟରେ ବାଧା ସୃଷ୍ଟି କରିବ । ଏହି ସମସ୍ୟାକୁ ଆପଣ ସାହସର ସହିତ ମୁକାବିଲା କରନ୍ତୁ ଏବଂ ଆପଣଙ୍କୁ ବିଜୟ ସୁନିଶ୍ଚିତ ମିଳିବ ।

ମିଥୁନ

ଆଜି ଆପଣଙ୍କ ଜୀବନରେ ଗତିପଥ ସମାନ୍ ନୁହେଁ । ଏମିତି ଲାଗୁଛି ଯେପରି ଆପଣଙ୍କର ଆଖପାଖର ପରିସ୍ଥିତି ଖରାପ ଆଡ଼କୁ ଗତିକରୁଛି । ଆପଣଙ୍କ କାର୍ଯ୍ୟସ୍ଥଳରେ କିଛି ଅଦରକାରୀ ପରିବର୍ତ୍ତନ ହୋଇପାରେ ।

କର୍କଟ

କୌଣସି ଆଇନଗତ ନିଷ୍ପତ୍ତି ଏବେ ଆପଣଙ୍କ ସପକ୍ଷରେ ରହିବ । ଏବେ ଆପଣଙ୍କୁ ଆପଣଙ୍କ ଉଦ୍ୟମର ଫଳ ମିଳିପାରିବ । ସବୁ କିଛି ଠିକ୍ ହୋଇଯିବ କିନ୍ତୁ ଆପଣ ନିଜ କ୍ରୋଧ ଉପରେ ଅକ୍ତିଆର ରଖିବାକୁ ହେବ । ଏବେ ଖୁସିର ସମୟ ଆସିଗଲାଣି ।

ସିଂହ

ଆପଣଙ୍କ ସାହସ ଏବଂ ଉପସ୍ତିତ ବୁଦ୍ଧି ଆପଣଙ୍କୁ ଅନ୍ୟମାନଙ୍କୁ ଠାରୁ ବହୁ ଆଗକୁ ନେଇ ଯିବ । ଆପଣଙ୍କ ଧୀଶକ୍ତି ଏବଂ ସଂପ୍ରେଷଣ କଳା ଆପଣଙ୍କୁ ଲକ୍ଷ୍ୟପ୍ରାପ୍ତି କରିବାରେ ସାହାଯ୍ୟ କରିବ ।

କନ୍ୟା

ଆଜି ମାନସିକ ଶାନ୍ତି ସାରାଦିନ ରହିବ । ଆଜି କୌଣସି କଥାରେ ଆପଣଙ୍କ ଶାନ୍ତି ଭଙ୍ଗ ହେବାକୁ ଦିଅନ୍ତୁ ନାହିଁ । କିଛି ଲୋକ ଆପଣଙ୍କ କ୍ରୋଧକୁ ବଢ଼େଇପାରନ୍ତି ବା ଆପଣଙ୍କୁ ବିପଥଗାମୀ କରିବାକୁ ଚ଼େଷ୍ଟା କରିପାରନ୍ତି ।

ତୁଳା

ଆପଣଙ୍କ ସଂପ୍ରେଷଣ କଳା ଏବଂ ଦୃଢ଼ ନିଶ୍ଚୟ ଯୋଗୁଁ ଆପଣ ବହୁ ସମସ୍ୟାକୁ ସମାଧାନ କରିବେ । ଯେତେବେଳେ ଆପଣ ସଫଳତା ପାଇବେ, ସେତେବେଳେ ଏଗୁଡ଼ିକର ଆପଣଙ୍କ ଜୀବନରେ କେତେ ମହତ୍ତ୍ୱ ବୁଝିପାରିବେ ।

ବିଛା

ଯଦି ଆପଣଙ୍କ ବନ୍ଧୁ କିମ୍ବା ଆତ୍ମୀୟସଜ୍ଜନ ବିଦେଶରୁ ଆସୁଥାନ୍ତି ,ତେବେ ବୋଧହୁଏ ସେ ଆଜି ଆପଣଙ୍କ ଘରକୁ ଆପଣଙ୍କୁ ଭେଟିବା ପାଇଁ ଆସିବେ । ସେଥିପାଇଁ ନିଜ ଘରକୁ ସଫାସୁତୁରା କରନ୍ତୁ ।

ଧନୁ

ଆଜି ଆପଣ ସବୁ କାର୍ଯ୍ୟ ଗୁଡ଼ିକ ସମାଜର କଲ୍ୟାଣ ଏବଂ ପରିବାରର କଲ୍ୟାଣ ନିମିତ୍ତ କରିବେ । ଆଜି ଆପଣ କିଛି ଦାନ କରିବେ, ଅଥବା ନିଜ ପ୍ରିୟଜନ ପାଇଁ ଉପହାର କିଣିବେ । ଆପଣଙ୍କର ଏହି କାର୍ଯ୍ୟ ପାଇଁ ଅବଶ୍ୟ କାହାକୁ ଲାଭ ମିଳିପାରିବ ।

ମକର

ଆଜି ଆପଣଙ୍କ ଆତ୍ମବିଶ୍ୱାସ ଏହାର ଚ଼ରମ ସୀମାରେ ରହିବ । ଏହାର ପୂର୍ଣ୍ଣ ଫାଇଦା ଉଠାନ୍ତୁ । ଆପଣ ନିଜର ଆତ୍ମବିଶ୍ୱାସ ଏବଂ ସକାରାତ୍ମକ ଭାବନା ଦ୍ୱାରା ଅନ୍ୟ ମାନଙ୍କୁ ପ୍ରଭାବିତ କରିବେ ।

କୁମ୍ଭ

ଆଜି ଦିନରେ ଆପଣ ଅତି ସାବଧାନରେ ସମସ୍ତ କଥା ଚିନ୍ତା କରିବେ । ଏଭଳି ଅବସ୍ଥାରେ ପହଞ୍ଚିବା ପାଇଁ କେତେ କଠିନ ପରିଶ୍ରମ କରିଛନ୍ତି ତାହା ଚିନ୍ତା କରି ଆନନ୍ଦିତ ହେବେ ଏବଂ ଭବିଷ୍ୟତ ଆପଣଙ୍କ କିପରି ହେବ ତାହା ମଧ୍ୟ ଚିନ୍ତା କରିବେ ।

ମୀନ

ଆଜି ଆପଣ ସେହି ଦ୍ରବ୍ୟକୁ ଗୁରୁତ୍ତ୍ୱ ଦିଅନ୍ତୁ ,ଯାହା ଆପଣଙ୍କ ପାଇଁ ଗୁରୁତ୍ତ୍ୱପୂର୍ଣ୍ଣ ଅଟେ । ଆପଣ ନିଜ ପରିବାରର କାମ ଏବଂ ମିତ୍ରମାନଙ୍କ ମଧ୍ୟରେ ଏକ ସନ୍ତୁଳନ ରକ୍ଷାକରନ୍ତୁ ।