ଆଜିର ରାଶିଫଳ; ୨୩ ଜୁନ ୨୦୨୦ ମଙ୍ଗଳବାର : କେମିତି କଟିବ ଆଜିର ଦିନ

ମେଷ

ଅଦାଲତ ସମ୍ବନ୍ଧୀୟ ସମସ୍ୟାର ଫଳାଫଳ ଆପଣଙ୍କ ସପକ୍ଷରେ ହୋଇପାରେ । ସୌଭାଗ୍ୟ ହେତୁ ଉଚ୍ଚ ଅଧିକାରୀ ଆଜି ଆପଣଙ୍କ ସପକ୍ଷରେ ରହିବେ ,ଯାହା ଫଳରେ ଆପଣଙ୍କୁ ବହୁତ ଲାଭ ହେବ ।

ବୃଷ

ଆଜି ଆପଣ ଘର ଏବଂ କାର୍ଯ୍ୟରେ ବୋଝ ଅନୁଭବ କରିବେ । ବହୁତ ଲୋକ ଆପଣଙ୍କୁ ଉପଦେଶ ମାଗିବେ । ଆପଣ ସାଧୁତା ଆବଲମ୍ବନ କରି ଉପଦେଶ ଦିଅନ୍ତୁ ଏବଂ ଯେଉଁ କାର୍ଯ୍ୟ କରୁଛନ୍ତି ତାର ପୁରା ଦାୟିତ୍ତ୍ୱ ନିଅନ୍ତୁ ।|

ମିଥୁନ

ଯଦି ଆପଣ କୌଣସି ଆଇନଗତ କେସ୍ ଲଢ଼ୁଛନ୍ତି ତେବେ ଆପଣଙ୍କ ଜିତିବା ନିଶ୍ଚୟ । କୌଣସି ଜଣେ ଅନୁଭବି ଓକିଲଙ୍କ ପରାମର୍ଶ ନିଅନ୍ତୁ । ଚ଼ିନ୍ତାର କୌଣସି କାରଣ ନାହିଁ, କାହିଁକି ନା ଉଚ୍ଚ ଅଧିକାରୀ ଆପଣଙ୍କ ସପକ୍ଷରେ ରହିବେ ।|

କର୍କଟ

ଲମ୍ବା ସମୟ ଧରି ଅମୀମାଂସିତ ହୋଇରହିଥିବା କୌଣସି ଆଇନଗତ ସମସ୍ୟା ଆଜି ଆପଣଙ୍କ ସପକ୍ଷରେ ଯିବ । ଏ ସମସ୍ୟା ଆପଣଙ୍କୁ ବହୁତ ହଇରାଣ କରୁଥିଲା । ଏବେ ଆପଣଙ୍କ ସବୁ ସମସ୍ୟାର ସମାଧାନ ହୋଇଯିବ ଏବଂ ଜୀବନଧାରା ସ୍ୱାଭାବିକ ରୂପେ ଚ଼ାଲିବ ।|

ସିଂହ

ସପ୍ତାହରୁ ଚ଼ାଲି ଆସୁଥିବା ଯୁକ୍ତି ଏବଂ ଚ଼ିନ୍ତାରୁ ଆପଣ ନିଜେ କ୍ଳାନ୍ତ ଅନୁଭବ କରୁଥିବେ । ବେଶୀ ଚ଼ିନ୍ତା କରନ୍ତୁ ନାହିଁ ଏବଂ କଳିରୁ ବଞ୍ଚିବାକୁ ଚ଼େଷ୍ଟା କରନ୍ତୁ । ନିଜ ବନ୍ଧୁ ଏବଂ ପରିବାରରେ ଭଲ ବ୍ୟବହାର କରନ୍ତୁ ।|

କନ୍ୟା

ବର୍ତ୍ତମାନ ଉଚ୍ଚପଦସ୍ଥ ଅଧିକାରୀମାନଙ୍କ ସହ କୌଣସି ପ୍ରକାର ମନୋମାଳିନ୍ୟରୁ ଦୂରେଇ ରୁହନ୍ତୁ । ବିଶେଷକରି ଯେତେବେଳେ ଆପଣଙ୍କୁ ତାଙ୍କଠାରୁ କୌଣସି କାମର ସ୍ୱୀକୃତି ଦରକାର ହେଉଛି ।|

ତୁଳା

ବହୁଦିନର ଲମ୍ବା ପ୍ରତୀକ୍ଷା ପରେ ଆଇନଗତ କେସର ନିଷ୍ପତ୍ତି ଆପଣଙ୍କ ସପକ୍ଷରେ ଯିବ । ଏବେ ଆପଣ ଶାନ୍ତିରେ ନିଶ୍ୱାସ ନେଇ ପାରିବେ । ଆପଣଙ୍କ ଓକିଲଙ୍କ ପରାମର୍ଶ ଏବେ କାମରେ ଲାଗିବ ।|

ବିଛା

କୌଣସି ଆଇନଗତ ନିଷ୍ପତ୍ତି ଏବେ ଆପଣଙ୍କ ସପକ୍ଷରେ ରହିବ । ଏବେ ଆପଣଙ୍କୁ ଆପଣଙ୍କ ଉଦ୍ୟମର ଫଳ ମିଳିପାରିବ । ସବୁ କିଛି ଠିକ୍ ହୋଇଯିବ କିନ୍ତୁ ଆପଣ ନିଜ କ୍ରୋଧ ଉପରେ ଅକ୍ତିଆର ରଖିବାକୁ ହେବ । ଏବେ ଖୁସିର ସମୟ ଆସିଗଲାଣି ।|

ଧନୁ

ନିଜର ତୀକ୍ଷ୍ଣ ବୁଦ୍ଧି ଯୋଗୁଁ ଆପଣ ଯେ କୌଣସି ସମସ୍ୟାର ସମାଧାନ କରିଦେବେ ଯାହା ବହୁତ ସମୟ ଧରି ଆପଣଙ୍କୁ ହଇରାଣ କରୁଥିଲା । ଆଜି ଆପଣଙ୍କ ବୌଦ୍ଧିକ କ୍ଷମତା ଓ ଯୋଗ୍ୟତା ଚ଼ରମ ସୀମାରେ ଉପନୀତ ହେବ ।|

ମକର

ଜୀବନପ୍ରତି ଆଜି ଆପଣଙ୍କ ଦୃଷ୍ଟିକୋଣ ସମ୍ପୂର୍ଣ ରୂପେ ବଦଳିଯାଇପାରେ । ଆଜି ଆପଣ ବ୍ୟବହାରିକ ଏବଂ ତର୍କସଙ୍ଗତ ତଥ୍ୟପ୍ରତି ନିଜର ଆତ୍ମଜ୍ଞାନ ଅନୁଭବ କରିବେ ।|

କୁମ୍ଭ

ଆଜି ଯେମିତିବି ହେଉ ଆପଣ ଆଇନଗତ ସମସ୍ୟାରୁ ମୁକ୍ତି ପାଇଯିବେ । ଆପଣଙ୍କର କୌଣସି କଳିରେ ସମ୍ପୃକ୍ତ ହେବାର ସଙ୍କେତ ଅଛି । ଯଦି ସମ୍ଭବ ହୁଏ ଏହି ଗମ୍ଭୀର ସମସ୍ୟାକୁ ଶାନ୍ତିପୂର୍ବକ ସମାଧାନ କରିବାକୁ ଚ଼େଷ୍ଟା କରନ୍ତୁ ।|

ମୀନ

ଆଜି ଆପଣ କୌଣସି ପ୍ରତିଯୋଗିତାର ମାନସିକତାରେ ଅଛନ୍ତି । ଜୀବନର କେତେକ କ୍ଷେତ୍ରରେ ଏହା ଠିକ୍, ମାତ୍ର ମନେରଖନ୍ତୁ ଯେ ଆପଣ ଯେମିତି ବେଶି ଉଗ୍ର ମନୋବୃତି ନଆଣନ୍ତି ବିଶେଷତଃ ନିଜ ପରିବାରକୁ ନେଇ ।|