ମେଷ
ଆଜି ଆପଣ ବନ୍ଧୁଙ୍କ ସହିତ ଝଗଡ଼ା କରିବା ଦ୍ୱାରା ଚ଼ିନ୍ତାରେ ପଡ଼ିଯିବେ । ଏହି କଥା ପାଇଁ ଆପଣଙ୍କୁ ବହୁତ ଆଶ୍ଚର୍ଯ୍ୟ ଲାଗିବ ଏବଂ ବହୁତ ବୁଦ୍ଧିର ସହିତ ଆପଣଙ୍କୁ ଏହି ପରିସ୍ଥିତିକୁ ସମ୍ଭାଳିବା ପାଇଁ ପଡ଼ିବ ।
ବୃଷ
ଆଜି ଆପଣ ସାରାଦିନ ସାଙ୍ଗମାନଙ୍କ ସହିତ କଟାଇବେ ଓ ବହୁତ ମଜା କରିବେ । ଏହି ସମୟରେ ଆପଣଙ୍କର ସମ୍ପର୍କ ଦୃଢ଼ ହେବା ସହିତ ଆପଣଙ୍କର ନିକଟତର ଲୋକ ଆପଣଙ୍କ ଖୁସିର କାରଣ ହେବେ । ଆଜିର ଦିନ ଆପଣ ବହୁତ ମଜା କରନ୍ତୁ ।
ମିଥୁନ
ଆଜି ଆପଣଙ୍କୁ ଆପଣଙ୍କ ପରିବାରର ପୂରା ସହଯୋଗ ମିଳିବ । ଯଦି ଆପଣ କୌଣସି ଅସୁବିଧାରେ ପଡୁଛନ୍ତି , ତେବେ ଆପଣ ନିଜର ଲୋକମାନଙ୍କ ସାହାଯ୍ୟ ନିଅନ୍ତୁ । ଆପଣ ଯେକୌଣସି ପ୍ରକାର ସାହାଯ୍ୟ ଚାହୁଁଛନ୍ତି ଆପଣଙ୍କୁ ମିଳିପାରିବ । ସେଥିପାଇଁ ସାହାଯ୍ୟ ମାଗିବାକୁ କୁଣ୍ଠା ପ୍ରକାଶ କରନ୍ତୁ ନାହିଁ ।
କର୍କଟ
ନିଜ ଜୀବନରେ ସମସ୍ୟାକୁ ସୁଧାରିବା ପାଇଁ ଆପଣ ଆଜି କୌଣସି ବ୍ୟକ୍ତିଙ୍କର ଉପଦେଶ ଗ୍ରହଣ କରିବେ । ଉପଦେଶ ଦେଉଥିବା ବ୍ୟକ୍ତି ଜଣେ ଜ୍ୟୋତିଷ୍କ ହୋଇପାରନ୍ତି । ଯିଏକି ଆପଣଙ୍କୁ ସଠିକ୍ ମାର୍ଗ ଦେଖାଇ ପାରିବେ ।
ସିଂହ
ଆପଣ ହଠାତ୍ ଏମିତି ଜଣେ ବ୍ୟକ୍ତି ସହ ଦେଖାହୋଇପାରନ୍ତି ଯିଏ ଆପଣଙ୍କୁ ବ୍ୟବସାୟିକ କିମ୍ବା ଆପଣଙ୍କର ଜୀବନ ସମ୍ବନ୍ଧୀୟ ଉପଦେଶ ଦେବେ । ନିଜର ଗୁରୁଜନମାନଙ୍କ ପାଖରୁ ଉପଦେଶ ନିଅନ୍ତୁ କାରଣ ସେମାନଙ୍କ ଅନୁଭବ ଆପଣଙ୍କୁ ବହୁତ ଲାଭବାନ କରାଇବ ।
କନ୍ୟା
ଆଜି ଆପଣ କୌଣସି ଶାନ୍ତ ପରିବେଶରେ ଧ୍ୟାନସ୍ଥ ହୁଅନ୍ତୁ । ଆପଣ ଲମ୍ବା ସମୟରୁ ବହୁତ କଠିନ ପରିଶ୍ରମ କରି ଆସୁଛନ୍ତି । ଏହି ବିରତି ଆପଣଙ୍କ ପାଇଁ ବହୁତ ଭଲ ଅଟେ । ଧ୍ୟାନ ମଗ୍ନ ହେବା ହେତୁ ଆପଣ ନିଜକୁ ନକାରାତ୍ମକତା ରୁ ରୋକିପାରିବେ ।
ତୁଳା
ଆଜି ଆପଣ ମାନସିକ ଶାନ୍ତି ପାଇବା ପାଇଁ ଚାହାଁନ୍ତି । ଶାନ୍ତି ଆପଣଙ୍କ ଭିତରେ ହିଁ ଅଛି । ଏହାକୁ ବାହାରେ ଖୋଜିବା ପରିବର୍ତ୍ତେ ନିଜ ଭିତରେ ଫଳାଫଳକୁ ଆପଣ ଖୋଜନ୍ତୁ । ଏହାର ଆରମ୍ଭ ଆପଣ ଯୋଗଠାରୁ କରନ୍ତୁ ।
ବିଛା
ଆପଣଙ୍କୁ ଯେଉଁ କାର୍ଯ୍ୟ କରିବାକୁ କୁହାଯାଇଛି ସେ କାର୍ଯ୍ୟପୂରା ମନଯୋଗ ଦେଇ କରନ୍ତୁ । କାରଣ ଆପଣଙ୍କ ପରିବାର ଏହା ବଦଳରେ ଆପଣଙ୍କୁ ସବୁଦିନ ସାହାଯ୍ୟ କରିବ ଏହି ସମୟରେ ହୁଏତ ଆପଣଙ୍କ ପରିବାର ଆପଣଙ୍କ ପାଖରୁ କିଛି ଆଶା କରୁଛି ।
ଧନୁ
ଆଜି ଆପଣ ଆପଣଙ୍କ ସାଙ୍ଗର ସାନିଧ୍ୟ ଲାଭ କରିବେ ।ଆଜିର ଦିନ ବହୁତ ଖୁସି କରିବାର ଦିନ ଅଟେ । ସମୟର ତାଳେ ତାଳେ ଏହି ସମ୍ପର୍କ ଆହୁରି ମଜବୁତ ହେବ । ଆଜି ଦିନରେ ସ୍ମରଣୀୟ ମୂହୁର୍ତ୍ତ ଆପଣଙ୍କ ସାଂଗରେ ସବୁବେଳେ ରହିବ ।
ମକର
ଆଜି ଆପଣଙ୍କର କରିବାର ଲୋକଙ୍କ ପାଇଁ ଖୁସିର ଦିନ ଅଟେ କାରଣ ଆପଣ ଆଜି ସେମାନଙ୍କ ସହିତ ସମୟ କଟାଇବେ । କରିବାରର ସମସ୍ତେ ଏକ ହେବାର ଏବେ ସମୟ ଅଟେ । ବୋଧହୁଏ ଆପଣ ପାହାରକୁ ବୁଲିବାକୁ କିମ୍ବା ଚ଼ଳଚ୍ଚିତ୍ର ଦେଖିବାକୁ ଯାଇପାରନ୍ତି ।
କୁମ୍ଭ
ଆପଣ ଏବଂ ଆପଣଙ୍କର ସାଙ୍ଗ ମଧ୍ୟରେ ଥିବା ସମ୍ପର୍କରେ ଅଧିକ ଦୃଢତା ଆସିବ ।ଆପଣଙ୍କ ମଧ୍ୟରେ ଚିନ୍ତାଧାରାରେ ବହୁତ ସାମଞ୍ଜସ୍ୟ ଥିବାରୁ ଏକା ସାଂଗରେ ସମୟ କଟାଇବାକୁ ବହୁତ ଭଲ ଲାଗିବ । ଏହି ସମ୍ପର୍କକୁ ଏହି ଭଳି ବଜାଇ ରଖନ୍ତୁ ।
ମୀନ
ଆଜି ଘରେ ବହୁତ କୋଳାହଳମୟ ପରିବେଶ ହେବ । ଘରେ ଏକା ସାଙ୍ଗରେ ବହୁତ କାର୍ଯ୍ୟ ହେବ । ଆଜି ଆପଣଙ୍କ ଘରକୁ ବିଦେଶରୁ ଅତିଥି ଆସି ପାରନ୍ତି । ଆପଣ ନିଜର ସବୁ ସମସ୍ୟାକୁ ଗୋଟିଏ ପଟେ ରଖି ନିଜ ସାଙ୍ଗ ସାଥିଙ୍କ ସହିତ ମଜ୍ଜା କରନ୍ତୁ ।