ଆଜିର ରାଶିଫଳ; ୦୪ ଏପ୍ରିଲ ୨୦୨୦ ଶନିବାର : କେମିତି କଟିବ ଆଜିର ଦିନ

ମେଷ

ଆଜି ଆପଣଙ୍କୁ ଆପଣଙ୍କ ପରିବାରର ପୂରା ସହଯୋଗ ମିଳିବ । ଯଦି ଆପଣ କୌଣସି ଅସୁବିଧାରେ ପଡୁଛନ୍ତି , ତେବେ ଆପଣ ନିଜର ଲୋକମାନଙ୍କ ସାହାଯ୍ୟ ନିଅନ୍ତୁ । ଆପଣ ଯେକୌଣସି ପ୍ରକାର ସାହାଯ୍ୟ ଚାହୁଁଛନ୍ତି ଆପଣଙ୍କୁ ମିଳିପାରିବ । ସେଥିପାଇଁ ସାହାଯ୍ୟ ମାଗିବାକୁ କୁଣ୍ଠା ପ୍ରକାଶ କରନ୍ତୁ ନାହିଁ ।

ବୃଷ

ନିଜର ଉଚ୍ଚଅଧିକାରୀ ଏବଂ ସହକର୍ମୀମାନଙ୍କ ସହ କଳି ନ କରିବାକୁ ଚ଼େଷ୍ଟା କରନ୍ତୁ । ଆପଣ ନୀରବ ରହିବା ଭଲ । ଆପଣ ଆଜି ଖୁସି ହେବେ ଯେତେବେଳେ ଆପଣ ଦେଖିବେଯେ ଆପଣ ଶାନ୍ତ ରହିବା ଦ୍ୱାରା ସବୁ କଥା ସ୍ୱାଭାବିକ ହୋଇଯାଇଛି ।

ମିଥୁନ

ଆଜି ଦିନରେ ପରିବାର ଲୋକମାନଙ୍କ ସହ ଖୁବ୍ ଝଗଡା ହେବାର ସମ୍ଭାବନା ଅଛି । ଏଥିପାଇଁ କଥାବାର୍ତ୍ତା ଆଗରୁ ଖୁବ୍ ସତର୍କ ରହନ୍ତୁ । ହୁଏତ କଥାବାର୍ତ୍ତା କଲାବେଳେ କୌଣସି କାରଣରୁ ଉତ୍ତେଜିତ ହେଇପାରନ୍ତି କିମ୍ବା କ୍ରୋଧାନ୍ନିତ ହେଇପାରନ୍ତି ।

କର୍କଟ

ଘରେ ଲାଗିରହିଥିବା ଅଶାନ୍ତି ଯୋଗୁଁ ଆପଣ ଚ଼ିନ୍ତିତ ହୋଇପାରନ୍ତି । ଯଦିଓ ଘରର ଅଶାନ୍ତିର କାରଣ ଆପଣ ନୁହଁନ୍ତି ତଥାପି ମାନସିକ ଶାନ୍ତି ପାଇଁ ନିଜର ଭାବନାକୁ ନିୟନ୍ତ୍ରଣରେ ରଖନ୍ତୁ ।

ସିଂହ

ବହୁଦିନ ଧରି ଥିବା ସମସ୍ୟାର ସମାଧାନ ପାଇଁ ଆପଣ ଖୁସି ରହିବେ । ଆପଣ ଅନ୍ୟମାନଙ୍କ ସହିତ ମତାନ୍ତର ଥିବାର ଏ ସମସ୍ୟାର ସମାଧାନ ଦେଇପାରି ନଥିଲେ । ଯାହା ହେଉନା କାହିଁକି ବର୍ତ୍ତମାନ ଖୁସି ବଢାଇବାର ସମୟ ।

କନ୍ୟା

ଆଜି ଆପଣ ନରମ ମନୋଭାବ ପୋଷଣ କରି କାହାକୁ ସାହାଯ୍ୟ କରିବେ । ନିଜର ନକାରାତ୍ମକ ଭାବନାକୁ ଦୂରେଇ ଦିଅନ୍ତୁ ଏବଂ ନିଜ ସମ୍ପର୍କକୁ ଅନ୍ୟମାନଙ୍କ ସହ ମଜବୁତ କରନ୍ତୁ । ଏହା ଆପଣଙ୍କୁ ଖୁସି ଆଣି ଦେବ ।

ତୁଳା

ବ୍ୟସ୍ତ ହୋଇ କୌଣସି ମହତ୍ତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଅନ୍ତୁ ନାହିଁ । ଏହି ସମୟଟା ବୋଧହୁଏ ଆପଣ ଚ଼ିନ୍ତା ଗ୍ରସ୍ତହୋଇ କଟାଉଛନ୍ତି । ବ୍ୟସ୍ତ ହୁଅନ୍ତୁ ନାହିଁ ପରିସ୍ଥିତି ଏଭଳି ହେବ ଆପଣ ଆପେ ଆପେ ଏହି ଚ଼ିନ୍ତାରୁ ମୁକ୍ତ ହୋଇଯିବେ ।

ବିଛା

ଆଜି ଆପଣଙ୍କର କୌଣସି ପରିବାରବର୍ଗ ସଦସ୍ୟ କିମ୍ବା ପୋଡଶୀଙ୍କ ସହ ଝଗଡାରୁ ନିଜକୁ ରକ୍ଷା କରନ୍ତୁ । କୌଣସି ଏକ ଛୋଟ ସମସ୍ୟା ବିରାଟ ରୂପ ଧାରଣ କରିପାରେ ।

ଧନୁ

ଆଜି ଆପଣ ସେମାନଙ୍କ ସହିତ ସମୟ କଟାନ୍ତୁ । ଯେଉଁମାନଙ୍କ ସହିତ ସମୟ କଟାଇବାପାଇଁ ବହୁତ ଦିନରୁ ଅପେକ୍ଷାରତ ,ନିଜ ବନ୍ଧୁମାନଙ୍କୁ ଦେଖାକରନ୍ତୁ କିମ୍ବା ନିଜ ପରିବାରର ଲୋକ ମାନଙ୍କ ସହିତ ସମୟ କଟାନ୍ତୁ ।

ମକର

ଆଜି ଆପଣଙ୍କର ପରିବାର ସଦସ୍ୟ ନୁହେଁ ନିଜର ସହକର୍ମିଙ୍କ ସହ କଥାବାର୍ତ୍ତା ଓ ବ୍ୟବହାରରେ ସାବଧାନ ରୁହନ୍ତୁ । କିନ୍ତୁ ଗୁରୁତ୍ତ୍ୱପୂର୍ଣ୍ଣ ବିଷୟ ହେଉଛି ଆପଣ ଆପଣଙ୍କର ପରିପକ୍ୱ ମନ ସାହାଯ୍ୟରେ ଅଶୋଭନୀୟ ପରିସ୍ଥିତିରୁ ନିଜକୁ ରକ୍ଷା କରିପାରିବେ ।

କୁମ୍ଭ

ଆଜି ଆପଣଙ୍କ ସାଙ୍ଗକୁ ଆପଣଙ୍କର ସାହାଯ୍ୟ ଆବସ୍ୟକତା ଅଛି । ଆପଣ ତାଙ୍କୁ ସାହାଯ୍ୟ କରିବା ଉଚ଼ିତ୍ ହେବ । ଯାହା ହେଲେ ମଧ୍ୟ ଆପଣଙ୍କର ସମ୍ପର୍କ ଏମିତି ଅଛି । ବହୁତ ଭାବି ଚ଼ିନ୍ତି କାହାକୁ କୌଣସି ପରାମର୍ଶ ଦିଅନ୍ତୁ ।

ମୀନ

ଆଜି ଆପଣ ପରିବାର ଲୋକଙ୍କ ସହିତ ସମୟ କଟାଇବେ ଏବଂ ବହୁତ ଖୁସି ହେବେ । କିଛି ଏମିତି କରନ୍ତୁ ଯାହା ସମସ୍ତଙ୍କୁ ଖୁସି କରିବ ଏବଂ ପରସ୍ପର ନିକଟତର ହୋଇ ପାରିବେ ।