ଆଜିର ରାଶିଫଳ; ୦୬ ଏପ୍ରିଲ ୨୦୨୦ ସୋମବାର : କେମିତି କଟିବ ଆଜିର ଦିନ

ମେଷ

ଆପଣ ଯେତେବେଳେ ନିଜର ସମ୍ପର୍କିୟ ଲୋକ ସହ ଆଳାପ ଆଲୋଚନା କରୁଛନ୍ତି ନିଜର ଭାଷା ପ୍ରତି ସଂଯତ କରନ୍ତୁ । କିଛି କହିବା ପୂର୍ବରୁ ବିଶେଷ ଧ୍ୟାନ ଦିଅନ୍ତୁ । କେବଳ ଆପଣଙ୍କର ସାବଧାନତା ହିଁ ଆପଣଙ୍କୁ ବିପଦରୁ ଦୂରେଇ ରଖିବେ ।

ବୃଷ

ଆଜି ଆପଣଙ୍କୁ ନିଜ କାର୍ଯ୍ୟ ଏବଂ ଘରର ଛୋଟ ଛୋଟ ଅସୁବିଧା ଗୁଡ଼ିକୁ ସମାଧାନ କରିବା ପାଇଁ ନିଜର ଚ଼ତୁରତା ଏବଂ ବୁଦ୍ଧିର ବ୍ୟବହାର କରିବା ଉଚ଼ିତ୍ ।ମିଥୁନ

ନିଜ ସାଙ୍ଗ ସାଙ୍ଗରେ କୌଣସି ଯୁକ୍ତି କରନ୍ତୁ ନାହିଁ କାରଣ ମାନସିକ ଶାନ୍ତି ହରାଇ ବସିବେ ।ଯଦି ଆପଣ କୌଣସି ଅସୁବିଧାରେ ରହନ୍ତି ତଥାପି ନିଜକୁ ଶାନ୍ତି ରଖନ୍ତୁ ।ଏହି ସମୟରେ କୌଣସି ଯୁକ୍ତି ଆପଣଙ୍କର ସମ୍ପର୍କ ଓ ଶାନ୍ତି ପାଇଁ ଖରାପ ହୋଇପାରେ ।

କର୍କଟ

ଆଜି ଆପଣ ନିଜ ରାଗଉପରେ ନିୟନ୍ତ୍ରଣ ରଖିବେ । ଏମିତି କରିଲେ ଆପଣ ସେ ଶାନ୍ତିକୁ ବଜାୟ ରଖିବେ ଯାହାର ଆନନ୍ଦ ଏବେ ପର୍ଯ୍ୟନ୍ତ ନେଉଥିଲେ । ଆପଣଙ୍କୁ ଯେଉଁ କଥା ଆଜି ବଡ଼ ଲାଗୁଛି ସେହିକଥା କାଲି ଛୋଟ ଲାଗିବ ।

ସିଂହ

ଖାସକରିକି ସତ୍ତାଧାରୀ ଲୋକମାନଙ୍କ ସାଙ୍ଗରେ ଯୁକ୍ତି ନକରିଲେ ଭଲ ହେବ । ଖାସକରି ଯଦି ଆପଣ ତାଙ୍କଠାରୁ କିଛି କାମ ବାହାରକରିବାକୁ ଚ଼ାହୁଁଛନ୍ତି , ସରକାରୀ ସମ୍ବନ୍ଧ କାର୍ଯ୍ୟ ଗୁଡ଼ିକୁ କରାଇବା ପାଇଁ ଆପଣଙ୍କୁ ଟିକେ ଧର୍ଯ୍ୟ ସହିତ କାମ କରିବାକୁ ହେବ ।

କନ୍ୟା

ଆଜି ଆପଣ ନିଜ ମନ ଖୁସିରଖନ୍ତୁ, ଛୋଟ ବଡ଼ ସମସ୍ୟାରେ ବ୍ୟସ୍ତ ହୁଅନ୍ତୁ ନାହିଁ । ଆଜି ଆପଣ ଯୁକ୍ତି କରିବା ମୁଡ଼ରେ ଲାଗୁଛନ୍ତି, ତଥାପି ଆପଣ ସବୁକିଛି ସମ୍ଭାଳି ନେବେ ।

ତୁଳା

କୌଣସି ଏକ ଅଶୋଭନୀୟ କଥାବାର୍ତ୍ତା ଉପରେ ନିୟନ୍ତ୍ରଣ ରଖନ୍ତୁ । କାରଣ ସାମାନ୍ୟ କଥାରେ ଆପଣ ଉତ୍ତେଜିତ ହୋଇ ପାରନ୍ତି ଓ ଝଗଡା ହୋଇପାରେ ।ଶାନ୍ତିର ସହ ନିଜର କାଯ୍ୟରେ ନିୟୋଜିତ ରୁହନ୍ତୁ ।

ବିଛା

ଘରେ ଲାଗିରହିଥିବା ଉଦାସ ଭାବ ହିଁ ଆପଣଙ୍କ ଚ଼ିନ୍ତାର କାରଣ । ଆପଣଙ୍କର ପରିସ୍ଥିତିକୁ ବୁଝିବା ଉଚ଼ିତ୍ ଏବଂ ଜାଣିବା ପାଇଁ ଚ଼େଷ୍ଟା କରନ୍ତୁ ଯେ ଭୁଲ କାହାର ଏବଂ କେଉଁଠି ହୋଇଛି । ନିଜ ତରଫରୁ ନିଜର କ୍ରୋଧ ସମ୍ବରଣ କରିବାକୁ ଚ଼େଷ୍ଟାକରନ୍ତୁ ।

ଧନୁ

ବୃଥାରେ କୌଣସି କାଥାବାର୍ତ୍ତା କରନ୍ତୁ ନାହିଁ ବରଂ ସମ୍ପର୍କ ସଜବୁତ କରିବା ପାଇଁ ଚେଷ୍ଚା କରନ୍ତୁ । କୌଣସି ବ୍ୟକ୍ତି ସହ କଥାବାର୍ତ୍ତା ବେଳେସମାନ୍ୟ କଟୁ କଥା ନ କହିବା ପାଇଁ ଧ୍ୟାନ ଦିଅନ୍ତୁ ।

ମକର

ଆଜି ଆପଣ ରାଗର ଶିକାର ହୋଇପାରନ୍ତି, ନିଜ ରାଗଉପରେ ପୂରାପୁରି ଭାବରେ ନିୟନ୍ତ୍ରଣ ରଖିବାକୁ ଚ଼େଷ୍ଟା କରନ୍ତୁ । କିଛିବି ହେଉ ନିଜ କାର୍ଯ୍ୟାଳୟ ଏବଂ ସାର୍ବଜନୀନ ସ୍ଥାନରେ କଳିଠାରୁ ବଞ୍ଚନ୍ତୁ ।

କୁମ୍ଭ

ପରିସ୍ଥିତି ଯେମିତି ହେଉ ମଧ୍ୟ ଆପଣ ଘରର ଶାନ୍ତି ଭଙ୍ଗ ହବାକୁ ଦିଅନ୍ତୁ ନାହିଁ । ନିଜ କ୍ରୋଧକୁ ନିଜ ଭିତରେ ରଖିବା ହିଁ ମଙ୍ଗଳ ।ଏହି କଳହ ଦ୍ୱାରା ଆପଣ ଲାଭବାନ ହେବେ ନାହିଁ ବରଂ ଏହା ଆପଣଙ୍କର ଅଧିକ ଚ଼ିନ୍ତାର କାରଣ ହେବ ।

ମୀନ

ଆଜି ଆପଣ ଶାନ୍ତି ପୂର୍ବକ ଘରେ କୌଣସି କଳିକୁ ସମାଧାନ କରିବାକୁ ଚେଷ୍ଟାକରିବେ । ଯଦି ଆପଣ ଏବଂ ଆପଣଙ୍କ ପରିବାର ଲୋକଙ୍କ ମଧ୍ୟରେ କଳି ହୋଇଯାଏ, ତେବେ ଆପଣ ନିଜକୁ ସେମାନଙ୍କ ମଧ୍ୟରେ ଫସିଯାଇଥିବାର ପାଇବେ ।