ଆଜିର ରାଶିଫଳ; 06 ଜୁନ 2020 ଶନିବାର : କେମିତି କଟିବ ଆଜିର ଦିନ

ମେଷ

ଆଜି ଆପଣଙ୍କ ଘରେ ସୁଖ ଶାନ୍ତିର ବାତାବରଣ ହୋଇପାରିଛି ।ନିଜ ପରିବାର ସାଂଗରେ କଟାଇଥିବା ସମୟର ପରିପୂର୍ଣ୍ଣ ଆନନ୍ଦ ନିଅ । ଆପଣ ବିଦେଶୀ କଥା ହେବେ ଓ ପରସ୍ପର ଭିତରେ ମଜା କରିବେ ।ଆପଣ ଛୋଟ ଛୋଟ ଖୁସି ନିଜ ପରିବାରର ଲୋକଙ୍କ ସହିତ ବାଣ୍ଟିବେ ।

ବୃଷ

ଏହି ସମୟଟି ଘର ପ୍ରତି ଧ୍ୟାନ ଦେବାର ଅଛି । ନିଜର ଆଖପାଖକୁ ଦେଖନ୍ତୁ ଏବଂ ଭାବନ୍ତୁ ଆପଣ କିପରିଭାବେ ନିଜ ବାତାବରଣକୁ ସୁନ୍ଦର କରିପାରିବେ । ନିଜ ଘରକୁ ସୁନ୍ଦର କଲେ ଆପଣଙ୍କୁ ବି ସତେଜ ଅନୁଭବ ହେବ ।

ମିଥୁନ

ଆଜି ଦିନରେ ପରିବାର ଲୋକମାନଙ୍କ ସହ ଖୁବ୍ ଝଗଡା ହେବାର ସମ୍ଭାବନା ଅଛି । ଏଥିପାଇଁ କଥାବାର୍ତ୍ତା ଆଗରୁ ଖୁବ୍ ସତର୍କ ରହନ୍ତୁ । ହୁଏତ କଥାବାର୍ତ୍ତା କଲାବେଳେ କୌଣସି କାରଣରୁ ଉତ୍ତେଜିତ ହେଇପାରନ୍ତି କିମ୍ବା କ୍ରୋଧାନ୍ନିତ ହେଇପାରନ୍ତି ।

କର୍କଟ

ପରିକ୍ଷାର୍ଥି ଛାତ୍ରଛାତ୍ରୀମାନେ ମାନସିକ ଚାପରେ ରହିବେ । ଆପଣଙ୍କ ମାନସିକ ବିଚଳିତ ହୋଇପାରେ କିନ୍ତୁ ପାଠପଢାରେ ମନଦିଅନ୍ତୁ । ଅଧିକ ଚିନ୍ତା ଗ୍ରସ୍ତ ନହୋଇ ପରୀକ୍ଷାରେ ଭଲ କରିବାକୁ ଚେଷ୍ଟା କରନ୍ତୁ ।

ସିଂହ

ବହୁଦିନ ଧରି ଥିବା ସମସ୍ୟାର ସମାଧାନ ପାଇଁ ଆପଣ ଖୁସି ରହିବେ । ଆପଣ ଅନ୍ୟମାନଙ୍କ ସହିତ ମତାନ୍ତର ଥିବାର ଏ ସମସ୍ୟାର ସମାଧାନ ଦେଇପାରି ନଥିଲେ । ଯାହା ହେଉନା କାହିଁକି ବର୍ତ୍ତମାନ ଖୁସି ବଢାଇବାର ସମୟ ।

କନ୍ୟା

ଭଲ ବନ୍ଧୁ ଆପଣଙ୍କୁ ଠିକ ଉତ୍ତର ଦେବ । ନିଜର ଜୀବନ ସୈଳି ପରିବର୍ତ୍ତନ ପାଇଁ ବନ୍ଧୁ ମାନଙ୍କର ସହିତ ଆଲୋଚନା କରନ୍ତୁ ଏବଂ ସେମାନଙ୍କ ଠାରୁ ସକାରତ୍ମକ ଉତ୍ତର ନିଅନ୍ତୁ ।

ତୁଳା

ଆଜି ଆପଣ ନରମ ମନୋଭାବ ପୋଷଣ କରି କାହାକୁ ସାହାଯ୍ୟ କରିବେ । ନିଜର ନକାରାତ୍ମକ ଭାବନାକୁ ଦୂରେଇ ଦିଅନ୍ତୁ ଏବଂ ନିଜ ସମ୍ପର୍କକୁ ଅନ୍ୟମାନଙ୍କ ସହ ମଜବୁତ କରନ୍ତୁ । ଏହା ଆପଣଙ୍କୁ ଖୁସି ଆଣି ଦେବ ।

ବିଛା

ଅଦାଲତ ସମ୍ବନ୍ଧୀୟ ସମସ୍ୟାର ଫଳାଫଳ ଆପଣଙ୍କ ସପକ୍ଷରେ ହୋଇପାରେ । ସୌଭାଗ୍ୟ ହେତୁ ଉଚ୍ଚ ଅଧିକାରୀ ଆଜି ଆପଣଙ୍କ ସପକ୍ଷରେ ରହିବେ ,ଯାହା ଫଳରେ ଆପଣଙ୍କୁ ବହୁତ ଲାଭ ହେବ ।

ଧନୁ

ଆଜି ଆପଣ ଆତ୍ମବିଶ୍ଳେଷଣରେ ସମୟ ବିତାଇବେ । ଆପଣ କେତେ କଠିନ ପରିଶ୍ରମ କରି ଆଜି ପ୍ରତିଷ୍ଠିତ ହୋଇପାରିଛନ୍ତି , ସେ ବିଷୟରେ ଚ଼ିନ୍ତା କରିବେ ଏବଂ ଭବିଷ୍ୟତରେ କଣ କରିବେ ମଧ୍ୟ ଯୋଜନା କରିବେ । ଆପଣ ଭବିଷ୍ୟତରେ ଉପଯୁକ୍ତ ପାଇବା ପାଇଁ ଏହା ସାହାଯ୍ୟ କରିବ ।

ମକର

ଗୋଟେ ପରେ ଗୋଟେ ସମସ୍ୟାର କାରଣରୁ ଆପଣଙ୍କର ମାନସିକ ଶାନ୍ତି ଭଙ୍ଗ ହୋଇପାରେ । ଏହାର ଉପାୟ ଏହି କି ଆପଣ ଗୋଟେ ଗୋଟେ କରି ସମସ୍ୟା ଗୁଡ଼ିକୁ ସମାଧାନ କରନ୍ତୁ ।

କୁମ୍ଭ

ଆଜି ଆପଣଙ୍କୁ ଆପଣଙ୍କର କୌଣସି ନିକଟର ବନ୍ଧୁଙ୍କ ଠାରୁ ଉପହାର ମିଳିପାରେ । ଏମିତି କୌଣସି ବସ୍ତୁ ଆପଣଙ୍କୁ ମିଳିପାରେ ଯାହା ଆପଣ କିଣିବାକୁ ଚାହୁଁ ନଥିବେ । ଏହି ଉପହାର ପାଇଁ ଆପଣ ବନ୍ଧୁଙ୍କୁ ଧନ୍ୟବାଦ ଦିଅନ୍ତୁ ।

ମୀନ

ଏହି ସମୟରେ ଆପଣଙ୍କୁ ଧନ,ମାନ ,ଯଶ ସବୁ ମିଳିପାରିବ । ଆଜି ଆପଣଙ୍କର ମଜା କରିବାର ଦିନ , ଜୀବନ ଆଜି ଆପଣଙ୍କୁ ସେ ସବୁ କିଛି ଦେଇଛି ,ଯାହାପାଇଁ ଆପଣ ବହୁତ ପରିଶ୍ରମ କରିଥିଲେ ।