ଆଜିର ରାଶିଫଳ; ୦୬ ନଭେମ୍ବର ବୁଧୁବାର ; କେମିତି କଟିବ ଆଜିର ଦିନ

ମେଷ

ଘରେ ଲାଗିରହିଥିବା ଉଦାସ ଭାବ ହିଁ ଆପଣଙ୍କ ଚ଼ିନ୍ତାର କାରଣ । ଆପଣଙ୍କର ପରିସ୍ଥିତିକୁ ବୁଝିବା ଉଚ଼ିତ୍ ଏବଂ ଜାଣିବା ପାଇଁ ଚ଼େଷ୍ଟା କରନ୍ତୁ ଯେ ଭୁଲ କାହାର ଏବଂ କେଉଁଠି ହୋଇଛି । ନିଜ ତରଫରୁ ନିଜର କ୍ରୋଧ ସମ୍ବରଣ କରିବାକୁ ଚ଼େଷ୍ଟାକରନ୍ତୁ ।

ବୃଷ

କେବେ ଆପଣ ଭାବିଛନ୍ତି ଯେ କାହିଁକି ଆପଣଙ୍କ ଘରେ ଏତେ କଳି ହେଉଛି ? ବୋଧହୁଏ ଆପଣଙ୍କୁ ନିଜ କ୍ରୋଧ ସମ୍ବରଣ କରିବା ଉଚ଼ିତ୍ । ଆପଣ ନିଜ ପରିବାରବର୍ଗଙ୍କୁ ସମ୍ମାନ ପ୍ରଦର୍ଶନ କଲେ ସେମାନେ ମଧ୍ୟ ଆପଣଙ୍କୁ ପ୍ରତିଦାନରେ ଯଥୋଚ଼ିତ ସମ୍ମାନ ଦେବେ ।|

ମିଥୁନ

ଘରେ ଲାଗିରହିଥିବା ଅଶାନ୍ତି ଯୋଗୁଁ ଆପଣ ଚ଼ିନ୍ତିତ ହୋଇପାରନ୍ତି । ଯଦିଓ ଘରର ଅଶାନ୍ତିର କାରଣ ଆପଣ ନୁହଁନ୍ତି ତଥାପି ମାନସିକ ଶାନ୍ତି ପାଇଁ ନିଜର ଭାବନାକୁ ନିୟନ୍ତ୍ରଣରେ ରଖନ୍ତୁ ।|

କର୍କଟ

ପରିସ୍ଥିତି ଯେମିତି ହେଉ ମଧ୍ୟ ଆପଣ ଘରର ଶାନ୍ତି ଭଙ୍ଗ ହବାକୁ ଦିଅନ୍ତୁ ନାହିଁ । ନିଜ କ୍ରୋଧକୁ ନିଜ ଭିତରେ ରଖିବା ହିଁ ମଙ୍ଗଳ ।ଏହି କଳହ ଦ୍ୱାରା ଆପଣ ଲାଭବାନ ହେବେ ନାହିଁ ବରଂ ଏହା ଆପଣଙ୍କର ଅଧିକ ଚ଼ିନ୍ତାର କାରଣ ହେବ ।|

ସିଂହ

ନିଜର ଉଚ୍ଚଅଧିକାରୀ ଏବଂ ସହକର୍ମୀମାନଙ୍କ ସହ କଳି ନ କରିବାକୁ ଚ଼େଷ୍ଟା କରନ୍ତୁ । ଆପଣ ନୀରବ ରହିବା ଭଲ । ଆପଣ ଆଜି ଖୁସି ହେବେ ଯେତେବେଳେ ଆପଣ ଦେଖିବେଯେ ଆପଣ ଶାନ୍ତ ରହିବା ଦ୍ୱାରା ସବୁ କଥା ସ୍ୱାଭାବିକ ହୋଇଯାଇଛି ।|

କନ୍ୟା

ଆଜି ଆପଣ ଘରେ ସାବଧାନ ରୁହନ୍ତୁ କାରଣ କଳିହେବାର ପ୍ରବଳ ସମ୍ଭାବନା ରହିଛି । ଆଯଥା କଳିରୁ ବଞ୍ଚନ୍ତୁ । ଗ୍ରହଚ଼ଳନ ଖରାପ ଥିବାରୁ ଘରେ ଅଶାନ୍ତି ରହିବ ।|

ତୁଳା

ଆଜି ଆପଣ ଶାନ୍ତି ପୂର୍ବକ ଘରେ କୌଣସି କଳିକୁ ସମାଧାନ କରିବାକୁ ଚେଷ୍ଟାକରିବେ । ଯଦି ଆପଣ ଏବଂ ଆପଣଙ୍କ ପରିବାର ଲୋକଙ୍କ ମଧ୍ୟରେ କଳି ହୋଇଯାଏ, ତେବେ ଆପଣ ନିଜକୁ ସେମାନଙ୍କ ମଧ୍ୟରେ ଫସିଯାଇଥିବାର ପାଇବେ ।|

ବିଛା

ଆଜି ଯୁକ୍ତି କିମ୍ବା କଳି ହେବାର ସମ୍ଭାବନା ଅଛି । ଏଥିପାଇଁ ଆପଣ କୌଣସି ଯୁକ୍ତି କିମ୍ବା କଳିରେ ନପଡ଼ିବା ପାଇଁ ଚ଼େଷ୍ଟା କରନ୍ତୁ । ଯଦି ଆପଣଙ୍କୁ ଲାଗେ କି ପରିସ୍ଥିତି ବିଗୁଡ଼ୁଛି ତେବେ ଆପଣ ନିଜକୁ ତା` ଠାରୁ ଦୂରରେ ରଖନ୍ତୁ ।|

ଧନୁ

ଆଜି ଆପଣଙ୍କର ଆଖପାଖ ଲୋକ ଆପଣଙ୍କୁ ଭୁଲ ବୁଝିପାରନ୍ତି, ଏଥି ପାଇଁ ଆପଣଙ୍କର ବିଚ଼ାରକୁ ସ୍ପଷ୍ଟଭାବରେ ଅଭିବ୍ୟକ୍ତ କରନ୍ତୁ । ଯାହାବି କୁହନ୍ତୁ ବୁଝି ସୁଝି କୁହନ୍ତୁ, ଯଦି ଆପଣଙ୍କର ଶବ୍ଦକୁ ଭୁଲ ବୁଝି ନିଆ ଯାଏ ତେବେ ଅସୁବିଧା ହୋଇପାରେ ।|

ମକର

ଆଜି ଆପଣ ନିଜ ରାଗଉପରେ ନିୟନ୍ତ୍ରଣ ରଖିବେ । ଏମିତି କରିଲେ ଆପଣ ସେ ଶାନ୍ତିକୁ ବଜାୟ ରଖିବେ ଯାହାର ଆନନ୍ଦ ଏବେ ପର୍ଯ୍ୟନ୍ତ ନେଉଥିଲେ । ଆପଣଙ୍କୁ ଯେଉଁ କଥା ଆଜି ବଡ଼ ଲାଗୁଛି ସେହିକଥା କାଲି ଛୋଟ ଲାଗିବ ।|

କୁମ୍ଭ

ଆଜି ଆପଣ ରାଗର ଶିକାର ହୋଇପାରନ୍ତି, ନିଜ ରାଗଉପରେ ପୂରାପୁରି ଭାବରେ ନିୟନ୍ତ୍ରଣ ରଖିବାକୁ ଚ଼େଷ୍ଟା କରନ୍ତୁ । କିଛିବି ହେଉ ନିଜ କାର୍ଯ୍ୟାଳୟ ଏବଂ ସାର୍ବଜନୀନ ସ୍ଥାନରେ କଳିଠାରୁ ବଞ୍ଚନ୍ତୁ ।|

ମୀନ

ଆଜି ଆପଣଙ୍କୁ ସତର୍କତା ଅବଲମ୍ବନ କରିବାକୁ ପଡ଼ିବ, କାରଣ କିଛି ଭୁଲ ବୁଝାମଣା ଯୋଗୁଁ ଆପଣ ଏବଂ ଆପଣଙ୍କ ସମ୍ପର୍କୀୟମାନଙ୍କ ମଧ୍ୟରେ କଳି ହୋଇପାରେ ।|

Share Your Comments Below