ଆଜିର ରାଶିଫଳ; ୦୬ ଏପ୍ରିଲ ୨୦୨୦ ମଙ୍ଗଳବାର : କେମିତି କଟିବ ଆଜିର ଦିନ

ମେଷ

ଆଜି ଆପଣଙ୍କ ଜୀବନରେ ଭ୍ରମ ସୃଷ୍ଟି ହୋଇପାରେ, ସାବଧାନ ରୁହନ୍ତୁ । ନିଜ ବାଣୀ ଉପରେ ଧ୍ୟାନ ଦିଅନ୍ତୁ ଯେଉଁ ଥିରେ କି ଆପଣ ଆପଣଙ୍କର ସାଙ୍ଗ ମାନଙ୍କୁ କିଛି ଭୂଲ କଥା ନ କୁହନ୍ତୁ ।

ବୃଷ

ଆଜି ଆପଣଙ୍କୁ ନିଜ କାର୍ଯ୍ୟାଳୟ କିମ୍ବା ଘରେ କିଛି ଚ଼ିନ୍ତା ଅନୁଭବ ହୋଇପାରେ । ସମ୍ଭାବନା ଯେ ଆପଣଙ୍କର ଆଖପାଖ ଲୋକ ରାଗରେ ରହିପାରନ୍ତି ,ଯାହାର ପ୍ରଭାବ ଆପଣଙ୍କର ମୁଡ଼୍ ଉପରେ ମଧ୍ୟ ପଡ଼ିପାରେ ।

ମିଥୁନ

ଆଜି ଆପଣ ଏମିତିହିଁ ଗପିବା ସମୟରେ ନିଜର ଶବ୍ଦଗୁଡ଼ିକୁ ବୁଝି ବିଚ଼ାରକରି କହିବେ । ଆପଣ କାହାକୁ କ`ଣ କହୁଛନ୍ତି ଏଥି ପ୍ରତି ଧ୍ୟାନ ଦିଅନ୍ତୁ । ଆପଣଙ୍କର ଶବ୍ଦଗୁଡ଼ିକୁ ବୁଲେଇ ଆପଣଙ୍କ ବିରୋଧରେ ବ୍ୟବହାର କରାଯାଇପାରେ ।

କର୍କଟ

ଆଜି ଆପଣଙ୍କର ବହୁତ ଦିନ ଧରି ଅଟକି ଥିବା କାମ ପୂରାହେବ । କେହି ଜଣେ ମହତ୍ତ୍ୱପୂର୍ଣ୍ଣ ବ୍ୟକ୍ତି ଯିଏକି ଏପର୍ଯ୍ୟନ୍ତ ଆପଣଙ୍କ ପାଇଁ ବାଧା ହୋଇ ରହିଥିଲା ସେ ଏବେ ଆପଣଙ୍କର ସାହାଯ୍ୟ ପାଇଁ ଆଗେଇ ଆସିବେ ।

ସିଂହ

ଉଚ୍ଚ ଅଧିକାରୀ ଆପଣଙ୍କ ରାସ୍ତାରେ କଣ୍ଟା ବିଛାଇ ପାରନ୍ତି । କିନ୍ତୁ ଆପଣ ନିଜର ରାସ୍ତାରେ ଦୃଢ଼ ରୁହନ୍ତୁ ଏବଂ ଆଗକୁ ବଢ଼ିଚ଼ାଲନ୍ତୁ । ଏହି ସମୟଟି ଖୁବଶୀଘ୍ର ବିତିଯିବ ଏବଂ ଆପଣ ଠିକ୍ ସମୟରେ ନିଜର କାର୍ଯ୍ୟ ଗୁଡ଼ିକୁ ପୂରା କରିପାରିବେ ।

କନ୍ୟା

ଆଜି ଆପଣଙ୍କର ସାହାସ ଏବଂ ସୌଭାଗ୍ୟ ଦୁଇଟି ଯାକ ମିଶିକରି ଆପଣଙ୍କୁ ସଫଳତା ଦେବେ । ଆଜି ଆତ୍ମନିର୍ଭରତା ଏବଂ ଆତ୍ମବିଶ୍ୱାସର ଦିନ ଅଛି ଯାହାକି ଆପଣଙ୍କ ନିଜର ନିର୍ଣ୍ଣୟ ଅନ୍ୟ ମାନଙ୍କର ନିର୍ଣ୍ଣୟ ଠାରୁ ଅଧିକ ଗୁରୁତ୍ତ୍ୱ ହେବ ।

ତୁଳା

ଆଜି ଆପଣଙ୍କର ଆଖପାଖ ଲୋକ ଆପଣଙ୍କୁ ଭୁଲ ବୁଝିପାରନ୍ତି, ଏଥି ପାଇଁ ଆପଣଙ୍କର ବିଚ଼ାରକୁ ସ୍ପଷ୍ଟଭାବରେ ଅଭିବ୍ୟକ୍ତ କରନ୍ତୁ । ଯାହାବି କୁହନ୍ତୁ ବୁଝି ସୁଝି କୁହନ୍ତୁ, ଯଦି ଆପଣଙ୍କର ଶବ୍ଦକୁ ଭୁଲ ବୁଝି ନିଆ ଯାଏ ତେବେ ଅସୁବିଧା ହୋଇପାରେ ।

ବିଛା

ଆଜି ଆପଣ ବିଶ୍ରାମ କରନ୍ତୁ କାରଣ ଆପଣଙ୍କୁ କିଛି ସମସ୍ୟା ପାଇଁ ଅସୁବିଧା ହୋଇ ପାରେ । ବେଶୀ ଚ଼ିନ୍ତା କରନାହିଁ, ଆପଣଙ୍କର ସମସ୍ତ ସମସ୍ୟା ଶୀଘ୍ରହିଁ ଶେଷ ହୋଇଯିବ ।

ଧନୁ

ଉଚ୍ଚ ଅଧିକାରୀ ଆଜି ଆପଣଙ୍କୁ ସାହାଯ୍ୟ କରିବା ପାଇଁ ପ୍ରସ୍ତୁତ ରହିବେ । ଏହାର ମାନେ ହୋଇପାରେ କି ସେ ଆପଣଙ୍କୁ ଠିକ୍ ରାସ୍ତା ଦେଖାଇ ଆପଣଙ୍କର ଦରକାର ମୁତାବକ ସାହାଯ୍ୟ କରିବେ ।

ମକର

ଆଜି କାଲି ଯେଉଁ ସମସ୍ୟା ବଢି ଚ଼ାଲିଛି ଆପଣ ତାହାକୁ ଠିକ୍ ଭାବରେ ବୁଝି ଶେଷ କରିବା ପାଇଁ ଚ଼େଷ୍ଟା କରିବା ଉଚିତ୍ । ମାନସିକ ଶାନ୍ତି ପାଇଁ ବାହାରେ କେଉଁଠିବି ବୁଲିବାକୁ ଯାଆନ୍ତୁ କିମ୍ବା କୌଣସି ଭଲ ବହି ପଢ଼ି ପାରନ୍ତି ।

କୁମ୍ଭ

ଆଜି ଆପଣଙ୍କ ଅଟକିଥିବା ସରକାରୀ ସମୃଦ୍ଧି କାର୍ଯ୍ୟ ଗୁଡ଼ିକ ପୂରଣ ହୋଇଯିବ । ସେହି ସଂସ୍ଥା ଗୁଡ଼ିକରୁ ହିଁ ଆପଣଙ୍କର କାର୍ଯ୍ୟକୁ ପ୍ରାଥମିକତା ମିଳିବ ଯେଉଁଠି କି ଆପଣଙ୍କର କାର୍ଯ୍ୟଉପରେ ଏପର୍ଯ୍ୟନ୍ତ ଧ୍ୟାନ ଦିଆଯାଉନଥିଲା ।

ମୀନ

ଉଚ୍ଚ ଅଧିକାରୀ ଆଜି ଆପଣଙ୍କୁ ସାହାଯ୍ୟ କରିବେ । ଯଦି ଆପଣଙ୍କୁ ଆପଣଙ୍କ କାର୍ଯ୍ୟରେ କୌଣସି ପ୍ରକାରର ସମସ୍ୟା ଦେଖାଯାଏ ତା` ହେଲେ ନିଜ ଅଧିକାରୀଙ୍କୁ ନିଶ୍ଚିତ ଜଣାନ୍ତୁ । ତାଙ୍କୁ କାର୍ଯ୍ୟାଳୟର ପରିବେଶଟିକୁ ଭଲ କରିବା କଥା କୁହନ୍ତୁ ।