ମେଷ
ଆଜି କାଲି ଯେଉଁ ସମସ୍ୟା ବଢି ଚ଼ାଲିଛି ଆପଣ ତାହାକୁ ଠିକ୍ ଭାବରେ ବୁଝି ଶେଷ କରିବା ପାଇଁ ଚ଼େଷ୍ଟା କରିବା ଉଚିତ୍ । ମାନସିକ ଶାନ୍ତି ପାଇଁ ବାହାରେ କେଉଁଠିବି ବୁଲିବାକୁ ଯାଆନ୍ତୁ କିମ୍ବା କୌଣସି ଭଲ ବହି ପଢ଼ି ପାରନ୍ତି ।
ବୃଷ
ଆଜି ଆପଣ ନିଜ ମନ ଖୁସିରଖନ୍ତୁ, ଛୋଟ ବଡ଼ ସମସ୍ୟାରେ ବ୍ୟସ୍ତ ହୁଅନ୍ତୁ ନାହିଁ । ଆଜି ଆପଣ ଯୁକ୍ତି କରିବା ମୁଡ଼ରେ ଲାଗୁଛନ୍ତି, ତଥାପି ଆପଣ ସବୁକିଛି ସମ୍ଭାଳି ନେବେ ।
ମିଥୁନ
ଆଜି ଆପଣ ଘରେ ଝଗଡ଼଼ା କରିପାରନ୍ତି, ନିଜ ରାଗକୁ ନିୟନ୍ତ୍ରଣରେ ରଖନ୍ତୁ । ଏହି ଝଗଡ଼ା ଘରର ସଫା ସୁତୁରା କିମ୍ବା କର୍ତ୍ତବ୍ୟକୁ ନେଇ ହୋଇପାରେ । କଳି ଠାରୁ ବଞ୍ଚନ୍ତୁ ଏବଂ ନିଜ ଘରର ଶାନ୍ତି ବଜାୟ ରଖନ୍ତୁ ।
କର୍କଟ
ଆଜି ଆପଣଙ୍କୁ ନିଜ କାର୍ଯ୍ୟ ଏବଂ ଘରର ଛୋଟ ଛୋଟ ଅସୁବିଧା ଗୁଡ଼ିକୁ ସମାଧାନ କରିବା ପାଇଁ ନିଜର ଚ଼ତୁରତା ଏବଂ ବୁଦ୍ଧିର ବ୍ୟବହାର କରିବା ଉଚ଼ିତ୍ ।
ସିଂହ
ଆଜି ଆପଣଙ୍କୁ ନିଜ କାର୍ଯ୍ୟାଳୟ କିମ୍ବା ଘରେ କିଛି ଚ଼ିନ୍ତା ଅନୁଭବ ହୋଇପାରେ । ସମ୍ଭାବନା ଯେ ଆପଣଙ୍କର ଆଖପାଖ ଲୋକ ରାଗରେ ରହିପାରନ୍ତି ,ଯାହାର ପ୍ରଭାବ ଆପଣଙ୍କର ମୁଡ଼୍ ଉପରେ ମଧ୍ୟ ପଡ଼ିପାରେ ।
କନ୍ୟା
କେବେ ଆପଣ ଭାବିଛନ୍ତି ଯେ କାହିଁକି ଆପଣଙ୍କ ଘରେ ଏତେ କଳି ହେଉଛି ? ବୋଧହୁଏ ଆପଣଙ୍କୁ ନିଜ କ୍ରୋଧ ସମ୍ବରଣ କରିବା ଉଚ଼ିତ୍ । ଆପଣ ନିଜ ପରିବାରବର୍ଗଙ୍କୁ ସମ୍ମାନ ପ୍ରଦର୍ଶନ କଲେ ସେମାନେ ମଧ୍ୟ ଆପଣଙ୍କୁ ପ୍ରତିଦାନରେ ଯଥୋଚ଼ିତ ସମ୍ମାନ ଦେବେ ।
ତୁଳା
ଆଜି କିଛି ଭୁଲବୁଝାବଣା ହୋଇ ପାରେ ଏଥି ପାଇଁ ସାବଧାନ ରହିବେ । ନିଜ ବିଚ଼ାରକୁ ସ୍ପଷ୍ଟଭାବରେ ଅଭିବ୍ୟକ୍ତ କରନ୍ତୁ ଏବଂ ତା ସହିତ ଅନ୍ୟ ବ୍ୟକ୍ତିର କଥାବାର୍ତ୍ତାକୁ ମଧ୍ୟ ମନଦେଇ ଶୁଣି ବୁଝିବାକୁ ଚ଼େଷ୍ଟା କରନ୍ତୁ ।
ବିଛା
ଆଜି ଆପଣ ରାଗର ଶିକାର ହୋଇପାରନ୍ତି, ନିଜ ରାଗଉପରେ ପୂରାପୁରି ଭାବରେ ନିୟନ୍ତ୍ରଣ ରଖିବାକୁ ଚ଼େଷ୍ଟା କରନ୍ତୁ । କିଛିବି ହେଉ ନିଜ କାର୍ଯ୍ୟାଳୟ ଏବଂ ସାର୍ବଜନୀନ ସ୍ଥାନରେ କଳିଠାରୁ ବଞ୍ଚନ୍ତୁ ।
ଧନୁ
ଉଚ୍ଚ ଅଧିକାରୀ ଆଜି ଆପଣଙ୍କୁ ସାହାଯ୍ୟ କରିବେ । ଯଦି ଆପଣଙ୍କୁ ଆପଣଙ୍କ କାର୍ଯ୍ୟରେ କୌଣସି ପ୍ରକାରର ସମସ୍ୟା ଦେଖାଯାଏ ତା` ହେଲେ ନିଜ ଅଧିକାରୀଙ୍କୁ ନିଶ୍ଚିତ ଜଣାନ୍ତୁ । ତାଙ୍କୁ କାର୍ଯ୍ୟାଳୟର ପରିବେଶଟିକୁ ଭଲ କରିବା କଥା କୁହନ୍ତୁ ।
ମକର
ଆଜି ସେହିଦିନ ଅଛି ଯେଉଁଦିନ ଆପଣଙ୍କର ଅଟକିଥିବା କାର୍ଯ୍ୟ ଗୁଡ଼ିକ ପୁରଣ କରାଯାଇପାରିବ । ଖାସ କରି ସେହି କାର୍ଯ୍ୟଗୁଡ଼ିକ ଯାହାକୁ ପୁରଣ କରିବା ପାଇଁ ଉଚ୍ଚ ଅଧିକାରୀ ମାନଙ୍କର ସ୍ୱୀକୃତୀ ଦରକାର ଥିଲା ।
କୁମ୍ଭ
ଆଜି ଆପଣ ଏମିତିହିଁ ଗପିବା ସମୟରେ ନିଜର ଶବ୍ଦଗୁଡ଼ିକୁ ବୁଝି ବିଚ଼ାରକରି କହିବେ । ଆପଣ କାହାକୁ କ`ଣ କହୁଛନ୍ତି ଏଥି ପ୍ରତି ଧ୍ୟାନ ଦିଅନ୍ତୁ । ଆପଣଙ୍କର ଶବ୍ଦଗୁଡ଼ିକୁ ବୁଲେଇ ଆପଣଙ୍କ ବିରୋଧରେ ବ୍ୟବହାର କରାଯାଇପାରେ ।
ମୀନ
ଆଜି ଆପଣ ନିଜର ପରିଚ଼ିତ ବ୍ୟକ୍ତିମାନଙ୍କ ଜରିଆରେ ବ୍ୟବସାୟିକ ଏବଂ ସାମାଜିକ ଜୀବନରେ ମଫଳତା ପାଇବେ । ଏହି ସମ୍ପର୍କକୁ ବଜାଏ ରଖିବେ, କାରଣ ଏଥିରୁ ହିଁ ଆପଣଙ୍କର ଜୀବନରେ ବହୁତ ଗୁଡ଼ିଏ ପରିବର୍ତ୍ତନ ଆସିବ ।