14 ଜୁଲାଇ ଶନିବାର : କେମିତି କଟିବ ଆଜିର ଦିନ

ମେଷ

ଆଜି ଆପଣ କିଛି ସମୟଧରି ଚାଲୁଥିବା ଝଗଡାର ସମସ୍ୟାକୁ ସମାଧାନ କରି ଶାନ୍ତିର ନିଶ୍ୱାସ ନେବେ । ଆପଣ ଘରେ ରହିକରି ଘର ଲୋକଙ୍କ ସହିତ କଥାବାର୍ତ୍ତା କରନ୍ତୁ ଏବଂ ଖୁବ ମଜା କରନ୍ତୁ ।ଏହି ଛୋଟ ଦୁଇଟି କଥା ଆପଣଙ୍କ ସମ୍ପର୍କକୁ ଆହୁରୀ ଦୃଢ କରିବ ।

ବୃଷ

ଆଜିର ଦିନ ବିଶ୍ରାମ କରନ୍ତୁ ଏବଂ ମିତ୍ର ମାନଙ୍କ ଗହଣରେ କଟାନ୍ତୁ । କିଛି ଦିନ ପୂର୍ବରୁ ମାନସିକ ଚ଼ିନ୍ତା ଯୋଗୁଁ ଆପଣ କିଛି ଭଲ ଅନୁଭବ କରୁନଥିଲେ କିନ୍ତୁ ଆଜି ଆପଣଙ୍କର ସବୁ ଚ଼ିନ୍ତା ଦୁର ହୋଇଯାଇଛି ।

ମିଥୁନି

ଆଜି ଆପଣ ନିଜ ଘରୋଇ ଜୀବନ ପ୍ରତି ସନ୍ତୁଷ୍ଟ ରହିବେ । ବହୁତ ସମୟରୁ ଆପଣ ନିଜର ଘରୋଇ ଜୀବନ ବିଷୟରେ ଭାବୁ ନଥିଲେ । କେତେ ସମୟ ବିତିଗଲା ଯୋଉଁଥିପାଇଁ ଆପଣ ଏହା ଅନୁଭବ କରିପାରିବେ ନାହିଁ ଯେ ଆପଣଙ୍କର ଘରୋଇ ଜୀବନଟି କେତେ ମହତ୍ତ୍ୱପୂର୍ଣ୍ଣ ।

କର୍କଟ

ଆଜି ଯେଉଁ ପର୍ଯ୍ୟନ୍ତ ଆପଣଙ୍କର ବ୍ୟବସାୟିକ ଉଦ୍ଦେଶ୍ୟର ପ୍ରଶ୍ନଅଛି ତେବେ ଆପଣଙ୍କର ରାଶି ଭଲ ରହିବ । ଆପଣଙ୍କୁ ଏହି ଜୀବନରେ ସବୁକିଛି ମିଳିପାରିବ ଯଥା ସାଙ୍ଗ, ସାଥୀ, ପରିବାର, ପଇସା ଏବଂ ସଫଳତା ।

ସିଂହ

ଗ୍ରହମାନଙ୍କର ଖରାପ ପ୍ରଭାବ ଯୋଗୁଁ ଆଜି ଆପଣଙ୍କ ଘରେ କୌଣସି ବ୍ୟକ୍ତିଙ୍କ ସହ କଳହ ହୋଇପାରେ ।ଏଥି ପାଇଁ ଆପଣ ନିଜ କଥା ଓ କ୍ରୋଧକୁ ନିୟନ୍ତ୍ରଣରେ ରଖନ୍ତୁ ।ଯଦି ଆପଣ ଶାନ୍ତ ରହିବେ ତେବେ ଭବିଷ୍ୟତର ବହୁ ଘରୋଇ ସମସ୍ୟାକୁ ସମାଧାନ କରିପାରିବେ ।

କନ୍ୟା

ଆଜି ଆପଣ ନିଜର ଅତିତକଥା ମନେ ପକାଇ ଖୁସି ରହିବେ । ସପ୍ତାହଶେଷରେ ବନ୍ଧୁ ଏବଂ ସମ୍ପର୍କିୟଙ୍କୁ ଭେଟିବାକୁ ଇଛା କରିବେ । ଏହା ଆପଣଙ୍କୁ ବିଗତ ଦିନର ସ୍ମୃତି ଚାରଣ କରିବାରେ ସାହାଯ୍ୟ କରିବ ।

ତୁଳା

ଆଜି ଆପଣଙ୍କ ଜୀବନରେ ଭ୍ରମ ସୃଷ୍ଟି ହୋଇପାରେ, ସାବଧାନ ରୁହନ୍ତୁ । ନିଜ ବାଣୀ ଉପରେ ଧ୍ୟାନ ଦିଅନ୍ତୁ ଯେଉଁ ଥିରେ କି ଆପଣ ଆପଣଙ୍କର ସାଙ୍ଗ ମାନଙ୍କୁ କିଛି ଭୂଲ କଥା ନ କୁହନ୍ତୁ ।

ବିଛା

ଆଜି ଆପଣ ଆତ୍ମବିଶ୍ଳେଷଣରେ ସମୟ ବିତାଇବେ । ଆପଣ କେତେ କଠିନ ପରିଶ୍ରମ କରି ଆଜି ପ୍ରତିଷ୍ଠିତ ହୋଇପାରିଛନ୍ତି , ସେ ବିଷୟରେ ଚ଼ିନ୍ତା କରିବେ ଏବଂ ଭବିଷ୍ୟତରେ କଣ କରିବେ ମଧ୍ୟ ଯୋଜନା କରିବେ । ଆପଣ ଭବିଷ୍ୟତରେ ଉପଯୁକ୍ତ ପାଇବା ପାଇଁ ଏହା ସାହାଯ୍ୟ କରିବ ।

ଧନୁ

ଆଜି ଆପଣଙ୍କୁ ଉଚ୍ଚ ଅଧିକାରୀମାନଙ୍କ ପାଇଁ ବୋଧହୁଏ କିଛି ଅସୁବିଧାର ସମ୍ମୁଖୀନ ହେବାକୁ ପଡ଼େ । ଏହି ସମୟଟି ଭାବିଚ଼ିନ୍ତି କରି ପାଦ ଉଠାଇବାର ଅଛି ।

ମକର

ଆଜି ଆପଣଙ୍କର ନୂଆ ପରିଚୟ ଦ୍ୱାରା ନୂଆ ବନ୍ଧୁ କରିବେ ।ଭଲ ହେବ ଯଦି ଆପଣ ଏହି ଦିଗରେ ପ୍ରଥମେ ପାଦ ବଢାଇବେ ଏବଂ କଥା ଆରମ୍ଭ କରିବେ ।

କୁମ୍ଭ

ଆପଣଙ୍କ ମନ ଆଜି ଖୁସି ରହିବ । ଏଥିରେ କେହି ବାଧା ସୃଷ୍ଟି କରିପାରିବେ ନାହିଁ ।ଏହା ଆପଣଙ୍କୁ କାର୍ଯ୍ୟ ସମ୍ପାଦନରେ ଏକ ସକାରାତ୍ମକ ମନଭାବ ସୃଷ୍ଟି କରିବ । ଏହି ପ୍ରକାର ମନଭାବ ନେଇ ଆଗେଇ ଚାଲନ୍ତୁ ଓ ବାକି ରହିଥିବା କାମଗୁଡିକ ଶେଷ କରନ୍ତୁ ।

ମୀନ

ଧ୍ୟାନ ରଖନ୍ତୁ କୌଣସି ଗୁରୁତ୍ତ୍ୱପୂର୍ଣ୍ଣ କାର୍ଯ୍ୟ ପାଇଁ ଆଉ କାହା ଉପରେ ନିର୍ଭର କରନ୍ତୁ ନାହିଁ । ଏହି କାମ ନିଜେ କରନ୍ତୁ ,ଅନ୍ୟଥା ପରିଣାମ ନିରାଶରେ ପରିଣତ ହେବ ।