ଆଜିର ରାଶିଫଳ; ୧୪ ନଭେମ୍ବର ଗୁରୁବାର; କେମିତି କଟିବ ଆଜିର ଦିନ

ମେଷ

ଆପଣଙ୍କ ପରିବାର ଲୋକଙ୍କ ସାଙ୍ଗରେ ଆପଣଙ୍କ ସମ୍ପର୍କ ବହୁତ ମଧୁର ଅଟେ । ନିଜର ସମ୍ପର୍କ ମଧୁର କରିବା ପାଇଁ ଆପଣ ବହୁତ ଚ଼େଷ୍ଟା କରିଛନ୍ତି, ଚ଼େଷ୍ଟା ଜାରି ରଖନ୍ତୁ ।

ବୃଷ

ଆପଣଙ୍କ ପରିବାର ଆପଣଙ୍କ ପାଇଁ ସହାୟତାର ସ୍ରୋତ ହେବ । ସେମାନେ ଆପଣଙ୍କର ସବୁ ପ୍ରକାର ସାହାଯ୍ୟ କରିବାକୁ ପ୍ରସ୍ତୁତ ଅଟନ୍ତି ।ତେଣୁ ଆପଣ ସେମାନଙ୍କ କଥା ଶୁଣିବା ଉଚ଼ିତ୍ ।

ମିଥୁନ

ଆଜି ଅପଣଙ୍କ ପ୍ରିୟଜନ ଆପଣଙ୍କୁ ସାହାଯ୍ୟ କରିବା ପାଇଁ ଆଗେଇ ଆସିବେ ନିଜର ଚ଼େଷ୍ଟା ଏବଂ ସ୍ନେହ ବଳରେ ଆପଣଙ୍କ ଦିନକୁ ସେମାନେ ବହୁତ ସୁନ୍ଦର କରିଦେବେ । ଆପଣ ସେମାନଙ୍କ ସ୍ନେହ ପାଇଁ ବହୁତ ଖୁସି ହେବେ ଏବଂ ନିଜକୁ କୃତାର୍ଥ ମନେ କରିବେ ।

କର୍କଚ

ଆପଣଙ୍କର କୌଣସି ପ୍ରିୟଜନ ଆପଣଙ୍କ ପାଇଁ ଶୁଭ ସମାଚ଼ାର ଆଣିବେ ଏବଂ ଆପଣ ସେଥିପାଇଁ ଗର୍ବ ଅନୁଭବ କରିବେ । ଏହି ସମୟ ଖୁସିର ଉତ୍ସବ କଟାଇବାର ଅଟେ । ସେମାନଙ୍କୁ କୌଣସି ଉପହାର, ଭଲ ନମ୍ବର ନ ହେଲେ ବହୁତ ପ୍ରଂଶସା ମିଳିପାରେ ।

ସିଂହ

ଯଦି ଆପଣଙ୍କର ନିକଟବର୍ତ୍ତୀ ସମ୍ପର୍କୀୟଙ୍କ ସାଙ୍ଗରେ କୌଣସି ମତଭେଦ ଅଛି ତାହା ସୁସମ୍ପର୍କରେ ପରିଣତ ହେବା ଆପଣ ଦେଖିବାକୁ ପାଇବେ । ଏହି ସୁସମ୍ପର୍କ ଦୁଇ ପକ୍ଷର ଚ଼େଷ୍ଟାର ପରିଣାମ ସୂରୂପ ହେବ ।

କନ୍ଯା

ଆଜି ଆପଣ ଅଧିକ ସମୟ ପରିବାର ଲୋକଙ୍କ ସହିତ କଟାଇବେ । ନିଜ ଲୋକଙ୍କ ସହିତ ରହିଲେ ଆପଣଙ୍କୁ ବହୁତ ଖୁସି ଲାଗିବ । ନିଜ ପ୍ରତି ପରିବାର ଲୋକଙ୍କ ସ୍ନେହ ଓ ସମ୍ମାନ ଦେଖି ଆପଣ ବହୁତ ଖୁସି ହେବେ ।

ତୁଳା

ଆଜି ଆପଣଙ୍କୁ ଆପଣଙ୍କ ପରିବାର ଲୋକଙ୍କର ସହାୟତା ମିଳିବ । ଯଦି ଆପଣ କିଛି ଅସୁବିଧାରେ ପଡ଼ିଛନ୍ତି ତାହାହେଲେ ପରିବାର ଲୋକଙ୍କ ସାହାଯ୍ୟ ମଧ୍ୟ ନେଇପାରନ୍ତି ।

ବିଛା

ଆଜି ଆପଣ ପରିବାରର ଲୋକଙ୍କ ଜୀବନରେ ସ୍ନେହ ଭରିଦିଅନ୍ତୁ । ଆଜିର ଦିନ ପରିବାର ଲୋକଙ୍କ ସହ କଟାଇବାର ଦିନ ଅଟେ । ଆପଣଙ୍କ ସ୍ନେହକୁ ଆପଣଙ୍କ ପରିବାର ଲୋକ ବୁଝିବେ । ଆଜି ଆପଣଙ୍କ ବିରତ୍ୱରେ ଦୃଢ଼ତା ଆସିବ ।

ଧନୁ

ଏହି ସମୟ ବର୍ତ୍ତମାନ ପରିବାର ଲୋକଙ୍କ ମଧ୍ୟରେ ସୁସମ୍ପର୍କ ପ୍ରତିଷ୍ଠା କରିବାର ସମୟ ଅଟେ ଯାହାଦ୍ୱାରା ଆପଣ ନିଜକୁ ପରିବାର ଲୋକଙ୍କ ନିକଟତର ପାଇବେ । ଆଜି ଆପଣ ସେମାନଙ୍କ ସାଙ୍ଗରେ ସମୟ କଟାଇବାକୁ ଚ଼ାହିଁବେ ।

ମକର

ଆପଣଙ୍କ ପରିବାର ଲୋକଙ୍କ ପାଇଁ ଆଜି ଆପଣ ଖୁସି ଓ ଗର୍ବ ଅନୁଭବ କରିବେ । ଆଜି ଆପଣଙ୍କୁ କୌଣସି ପରିବାର ଲୋକଙ୍କ ସହିତ ଜଡ଼ିତ ଶୁଭ ସମାଚ଼ାର ଆପଣଙ୍କୁ ବହୁତ ଖୁସି ଦେବ । ନିଜ ପରିବାର ଲୋକଙ୍କ ସହିତ ସେମାନଙ୍କ ଖୁସିରେ ଆପଣ ସାମିଲ ହୁଅନ୍ତୁ ।

କୁମ୍ଭ

ଏହି ସମୟ ପରିବାର ଲୋକଙ୍କ ସହିତ କୌଣସି ଉତ୍ସବକୁ ଯିବାର ସମୟ ଅଟେ । କେମିତି ଓ କେବେ ଯିବେ ଏହା ଅଧିକ ଭାବିବା ଦରକାର ନାହିଁ । ଏହି ସମୟର ସଦୁପଯୋଗ କରି ଆପଣ ବହୁତ ଆନନ୍ଦ ପାଇ ପାରନ୍ତି ।

ମୀନ

ଆଜି ଆପଣଙ୍କ ପରିବାରର କୌଣସି ସଦସ୍ୟଙ୍କୁ ନୂଆ ପରିଚ଼ୟ ମିଳିପାରେ । ଏଥିପାଇଁ ବୋଧହୁଏ ତାଙ୍କୁ ବହୁତ ପ୍ରଶଂସା ମିଳିପାରେ । ଆଜି ନିଜ ପରିବାରର କିଛି ସଦସ୍ୟଙ୍କର ଦେଖାଶୁଣା କରିବାକୁ ପଡ଼ିପାରେ । ସମୟ କାଢ଼ି ନିଜ ଲୋକଙ୍କୁ ସ୍ନେହ ଦିଅନ୍ତୁ ।