ଆଜିର ରାଶିଫଳ; ୧୫ ମାର୍ଚ୍ଚ ୨୦୨୦ ରବିବାର : କେମିତି କଟିବ ଆଜିର ଦିନ

ମେଷ

ଯଦି ଆପଣଙ୍କୁ ଏମିତି ଲାଗେ ଯେ ଆଜି ଆପଣଙ୍କ କୌଣସି ଅସୁବିଧାରେ ଏକା ପଡ଼ିଯାଇଛନ୍ତି ତାହାଲେ ଆପଣଙ୍କୁ ଆପଣଙ୍କର ବନ୍ଧୁ କିମ୍ବା ପରିବାର ସମସ୍ତେ ସାହାଯ୍ୟ କରିବାକୁ ଆଗେଇ ଆସିବେ । ସାହାଯ୍ୟ ପାଇଁ ଆପଣ ସେମାନଙ୍କ ଉପରେ ନିର୍ଭର କରିପାରିବେ ।

ବୃଷ

ଆଜି ଆପଣଙ୍କ ଖୁସିର ଠିକଣା ରହିବ ନାହିଁ । ଆଜି ଆପଣଙ୍କ ପରିବାର ଲୋକ କିମ୍ବା ବନ୍ଧୁ ମାନଙ୍କ ସହିତ କୌଣସି ଉତ୍ସବରେ ଯୋଗ ଦେବେ କିମ୍ବା ବାହାରକୁ ବୁଲିବାକୁ ଯିବେ ।

ମିଥୁନ

ଆପଣଙ୍କର କୌଣସି ପ୍ରିୟଜନ ଆପଣଙ୍କ ପାଇଁ ଶୁଭ ସମାଚ଼ାର ଆଣିବେ ଏବଂ ଆପଣ ସେଥିପାଇଁ ଗର୍ବ ଅନୁଭବ କରିବେ । ଏହି ସମୟ ଖୁସିର ଉତ୍ସବ କଟାଇବାର ଅଟେ । ସେମାନଙ୍କୁ କୌଣସି ଉପହାର, ଭଲ ନମ୍ବର ନ ହେଲେ ବହୁତ ପ୍ରଂଶସା ମିଳିପାରେ ।

କର୍କଟ

ଏହି ସମୟ ପରିବାର ଲୋକଙ୍କ ସହିତ କୌଣସି ଉତ୍ସବକୁ ଯିବାର ସମୟ ଅଟେ । କେମିତି ଓ କେବେ ଯିବେ ଏହା ଅଧିକ ଭାବିବା ଦରକାର ନାହିଁ । ଏହି ସମୟର ସଦୁପଯୋଗ କରି ଆପଣ ବହୁତ ଆନନ୍ଦ ପାଇ ପାରନ୍ତି ।

ସିଂହ

ଏହି ସମୟ ବର୍ତ୍ତମାନ ପରିବାର ଲୋକଙ୍କ ମଧ୍ୟରେ ସୁସମ୍ପର୍କ ପ୍ରତିଷ୍ଠା କରିବାର ସମୟ ଅଟେ ଯାହାଦ୍ୱାରା ଆପଣ ନିଜକୁ ପରିବାର ଲୋକଙ୍କ ନିକଟତର ପାଇବେ । ଆଜି ଆପଣ ସେମାନଙ୍କ ସାଙ୍ଗରେ ସମୟ କଟାଇବାକୁ ଚ଼ାହିଁବେ ।

କନ୍ୟା

ଆଜି ଆପଣ ଜାଣିପାରିବେ ଯେ ଆପଣ ନିଜ ବନ୍ଧୁମାନଙ୍କୁ ବହୁତ ଭଲପାଆନ୍ତି ଏବଂ ସେମାନଙ୍କ ସାଙ୍ଗରେ ସମୟ କଟାଇବାକୁ ଚ଼ାହାନ୍ତି । ଆଜିର ଦିନ ନିଜ ପରିବାର ଲୋକଙ୍କ ସହିତ କଟାଇଲେ ଶୁଭ ହେବ ।

ତୁଳା

ଆଜି ଆପଣଙ୍କୁ ନିଜର କେହି ଆଶ୍ଚର୍ଯ୍ୟ କରିବ । ବିଷୟଟି ଆପଣଙ୍କ ସମ୍ପର୍କରେ ହୋଇପାରିଥାଏ,ନ ହୋଇ ମଧ୍ୟ ପାରିଥାଏ । କିନ୍ତୁ ସବୁ ପରିସ୍ଥିତିରେ ଆପଣଙ୍କୁ ଶାନ୍ତ ରହିବାକୁ ପଡିବ ଏବଂ ନିଜ ଲୋକଙ୍କୁ ସାହାର୍ଯ୍ୟ ପାଇଁ ଚେଷ୍ଟା କରିବା ଉଚିତ ହେବ ।

ବିଛା

ଆଜି ଆପଣ ଅଧିକ ସମୟ ପରିବାର ଲୋକଙ୍କ ସହିତ କଟାଇବେ । ନିଜ ଲୋକଙ୍କ ସହିତ ରହିଲେ ଆପଣଙ୍କୁ ବହୁତ ଖୁସି ଲାଗିବ । ନିଜ ପ୍ରତି ପରିବାର ଲୋକଙ୍କ ସ୍ନେହ ଓ ସମ୍ମାନ ଦେଖି ଆପଣ ବହୁତ ଖୁସି ହେବେ ।

ଧନୁ

ଆଜି ଆପଣ ପରିବାରର ଲୋକଙ୍କ ଜୀବନରେ ସ୍ନେହ ଭରିଦିଅନ୍ତୁ । ଆଜିର ଦିନ ପରିବାର ଲୋକଙ୍କ ସହ କଟାଇବାର ଦିନ ଅଟେ । ଆପଣଙ୍କ ସ୍ନେହକୁ ଆପଣଙ୍କ ପରିବାର ଲୋକ ବୁଝିବେ । ଆଜି ଆପଣଙ୍କ ବିରତ୍ୱରେ ଦୃଢ଼ତା ଆସିବ ।

ମକର

ଆଜି ଆପଣ ଘରର ଗୁରୁଜନ ମାନଙ୍କ ସହିତ ସମୟ ବିତାଇବା ଉଚ଼ିତ୍ ହେବ । ସେମାନେ ଆପଣଙ୍କୁ କିଛି କୁହନ୍ତୁ ବା ନକୁହନ୍ତୁ ସେମାନେ ମଧ୍ୟ ଆପଣଙ୍କର ସାନିଧ୍ୟ୍ୟ ଆବଶ୍ୟକ କରନ୍ତି ।

କୁମ୍ଭ

ଆଜିର ଦିନ ବିଶ୍ରାମ କରନ୍ତୁ ଏବଂ ମିତ୍ର ମାନଙ୍କ ଗହଣରେ କଟାନ୍ତୁ । କିଛି ଦିନ ପୂର୍ବରୁ ମାନସିକ ଚ଼ିନ୍ତା ଯୋଗୁଁ ଆପଣ କିଛି ଭଲ ଅନୁଭବ କରୁନଥିଲେ କିନ୍ତୁ ଆଜି ଆପଣଙ୍କର ସବୁ ଚ଼ିନ୍ତା ଦୁର ହୋଇଯାଇଛି ।

ମୀନ

ଆଜି ଆପଣ କୌଣସି ଉତ୍ସବ ପାଇଁ ପ୍ରସ୍ତୁତ ହୋଇଯାଆନ୍ତୁ । ବନ୍ଧୁ ଏବଂ ସମ୍ପର୍କୀୟ ମାନେ ମିଶି ବହୁତ ମଜା କରିବେ ,ଯାହା ଆପଣଙ୍କ ସ୍ମୃତିରେ ସବୁଦିନ ପାଇଁ ଅଭୂଲା ହୋଇଯିବ ।ଆଜିର ଦିନଟି ପରସ୍ପର ସହିତ ବହୁତ ଖୁସି କରିବାର ଦିନ ।