16 ଜୁଲାଇ ସୋମବାର : କେମିତି କଟିବ ଆଜିର ଦିନ

ମେଷ

ଆଜି ଆପଣଙ୍କର ଦିନ ଶାନ୍ତିରେ କଟିବ । ଦୁନିଆର ଅଶାନ୍ତି ବାତାବରଣ ଆପଣଙ୍କୁ ବ୍ୟସ୍ତ କରିପାରିବ ନାହିଁ । ଆଜି ଆପଣ ନିଜ ମସ୍ତିଷ୍କକୁ କିଛି ସମୟ ବିଶ୍ରାମ ଦେଲେ ଭଲ ହେବ ।

ବୃଷ

ବନ୍ଧୁମାନଙ୍କ ସହ ଆପଣଙ୍କର ଭ୍ରମଣ କରିବାର ଅଛି । ଏହା ଆପଣଙ୍କର ସହର ମଧ୍ୟରେ ଦୀର୍ଘରାସ୍ତା ଭ୍ରମଣ ହୋଇପାରେ । ଯାହା ହେଉ ପଛେ ଏହା ଏକ ସୁନ୍ଦର ସ୍ମରଣୀୟ ଭ୍ରମଣ ହିସାବରେ ଆପଣଙ୍କ ଜୀବନରେ ଛାପ ରହିବ ।

ମିଥୁନି

ଆଜି ଆପଣ ନିଜ ଉପରେ କାର୍ଯ୍ୟ ବୋଧ ବଢ଼ି ଯାଇଛି ବୋଲି ଅନୁଭବ କରିବେ । ଏହି ଚ଼ିନ୍ତା ଘର ଏବଂ କାର୍ଯ୍ୟ ସହ ସମ୍ବନ୍ଧିତ ହୋଇଥାଇପାରେ । ଆଜି ଆପଣ ଶାନ୍ତ ରହି ନିଜର କାର୍ଯ୍ୟ ସମ୍ପାଦନ କରନ୍ତୁ ।

କର୍କଟ

ଆପଣଙ୍କ ମନ ଆଜି ଖୁସି ରହିବ । ଏଥିରେ କେହି ବାଧା ସୃଷ୍ଟି କରିପାରିବେ ନାହିଁ ।ଏହା ଆପଣଙ୍କୁ କାର୍ଯ୍ୟ ସମ୍ପାଦନରେ ଏକ ସକାରାତ୍ମକ ମନଭାବ ସୃଷ୍ଟି କରିବ । ଏହି ପ୍ରକାର ମନଭାବ ନେଇ ଆଗେଇ ଚାଲନ୍ତୁ ଓ ବାକି ରହିଥିବା କାମଗୁଡିକ ଶେଷ କରନ୍ତୁ ।

ସିଂହ

ଆଜି ଆପଣଙ୍କ ପରିବାର ଲୋକମାନଙ୍କ ସହ ସାମାନ୍ୟ ଝଗଡା ହୋଇପାରେ ,ଯେଉଁଥିପାଇଁ ଆପଣଙ୍କ ମନର ଦୁଃଖ ଆସିବ ଆପଣ ହୁଏତ କିଛି ଭଲପାଇଁ ଉଦ୍ଦେଶ୍ୟ ଏ କାମ କରୁଛନ୍ତି ।

କନ୍ୟା

ଘରେ ଲାଗିରହିଥିବା ଅଶାନ୍ତି ଯୋଗୁଁ ଆପଣ ଚ଼ିନ୍ତିତ ହୋଇପାରନ୍ତି । ଯଦିଓ ଘରର ଅଶାନ୍ତିର କାରଣ ଆପଣ ନୁହଁନ୍ତି ତଥାପି ମାନସିକ ଶାନ୍ତି ପାଇଁ ନିଜର ଭାବନାକୁ ନିୟନ୍ତ୍ରଣରେ ରଖନ୍ତୁ ।

ତୁଳା

ଆଜି ଆପଣ ନିଜ ମନକୁ ପ୍ରାର୍ଥନା ଓ ଧ୍ୟାନରେ ଲଗାନ୍ତୁ ଓ ନିଜ ଭିତରେ ଶାନ୍ତି ଖୋଜିବାର ଚେଷ୍ଟା କରନ୍ତୁ । ଆପଣ ନିଜ ଅନ୍ତରାତ୍ମାର ରାସ୍ତାରେ ଚାଲିବାକୁ ଚାହାନ୍ତି ।

ବିଛା

ଆଜି ଆପଣ କୌଣସି ପ୍ରତିଯୋଗିତାର ମାନସିକତାରେ ଅଛନ୍ତି । ଜୀବନର କେତେକ କ୍ଷେତ୍ରରେ ଏହା ଠିକ୍, ମାତ୍ର ମନେରଖନ୍ତୁ ଯେ ଆପଣ ଯେମିତି ବେଶି ଉଗ୍ର ମନୋବୃତି ନଆଣନ୍ତି ବିଶେଷତଃ ନିଜ ପରିବାରକୁ ନେଇ ।

ଧନୁ

ଲମ୍ବା ସମୟ ଧରି ଅମୀମାଂସିତ ହୋଇରହିଥିବା କୌଣସି ଆଇନଗତ ସମସ୍ୟା ଆଜି ଆପଣଙ୍କ ସପକ୍ଷରେ ଯିବ । ଏ ସମସ୍ୟା ଆପଣଙ୍କୁ ବହୁତ ହଇରାଣ କରୁଥିଲା । ଏବେ ଆପଣଙ୍କ ସବୁ ସମସ୍ୟାର ସମାଧାନ ହୋଇଯିବ ଏବଂ ଜୀବନଧାରା ସ୍ୱାଭାବିକ ରୂପେ ଚ଼ାଲିବ ।

ମକର

ଆଜି ଆପଣ ନିଜର ବନ୍ଧୁମାନଙ୍କ କଥା ନଶୁଣି ,ନିଜର ହୃଦୟ କଥା ଶୁଣନ୍ତୁ ।ଆପଣଙ୍କ ଅନ୍ତରର ବାଣି ହିଁ ଆପଣଙ୍କୁ ନୂତନ ଦିଗଦର୍ଶନ ଦେବ ।ଆପଣ ନିଜେ ହିଁ ନିଜକୁ ଆଗେଇ ନେବାରେ ସାହାୟକ ହୋଇଛନ୍ତି ଏବଂ ଏବେ ଆପଣଙ୍କୁ ସଠିକ୍ ନିର୍ଣ୍ଣୟ ନେବା ଉଚ଼ିତ୍ ।

କୁମ୍ଭ

ଆଜି ଆପଣ ଦାୟୀତ୍ତ୍ୱର ସହ କିଛି କାମ କରିବାରେ ଅସୁବିଧା ହେବ । ଆପଣ ନିଜ ବୁଦ୍ଧି ପ୍ରୟୋଗ କରି କାର୍ଯ୍ୟ କରନ୍ତୁ କିନ୍ତୁ ଧୀର ମସ୍ତିଷ୍କରେ ଯୋଜନା କରନ୍ତୁ । ଶେଷରେ ଦେଖିବେ ଆପଣ ସମସ୍ତ କାର୍ଯ୍ୟ ସୁରୁଖୁରରେ କରିପାରିବେ ।

ମୀନ

ଆଜି ଆପଣ ନିଜର ଉଗ୍ରସଭାବକୁ ନିୟନ୍ତ୍ରଣ ମଧ୍ୟରେ ରଖନ୍ତୁ, ନ ହେଲେ ଅନ୍ୟ ମାନେ ଆପଣଙ୍କ ଠାରୁ ଦୂରେଇ ଯିବେ । ଆପଣ ଜୀବନରେ କୌଣସି ଘଟଣାକୁ ନେଇ ଆପଣ ବ୍ୟସ୍ତ ହୋଇ ପଡ଼ୁଛନ୍ତି । ତଥାପି ନିଜକୁ ଶାନ୍ତ ରଖନ୍ତୁ ।