ଆଜିର ରାଶିଫଳ; ୧୯ ନଭେମ୍ବର ମଙ୍ଗଳବାର; କେମିତି କଟିବ ଆଜିର ଦିନ

ମେଷ

ଆଜି ଆପଣ କୌଣସି ଗୁରୁତ୍ତ୍ୱପୂର୍ଣ୍ଣ ନିଷ୍ପତ୍ତି ଭାବିଚ଼ିନ୍ତି ନେବେ ।ଆଜିର ନିଷ୍ପତ୍ତି ଆପଣଙ୍କର ଭବିଷ୍ୟତ ଉପରେ ପଡ଼ିବ । ସେଥିପାଇଁ କୌଣସି ନିଷ୍ପତ୍ତି ନେବା ପୂର୍ବରୁ ବହୁତ ଭାବିଚ଼ିନ୍ତି ନିଅନ୍ତୁ ।

ବୃଷ

ନିକଟରେ ହୋଇଥିବା ସମସ୍ୟା ବଢ଼ୁଥିବା ଯୋଗୁଁ ଏବେ ଆପଣ ବନ୍ଧୁ ଏବଂ ପରିବାରର ସଦସ୍ୟଙ୍କ ସହିତ ସମୟ କଟାଇଲେ ତାହା ଦୂର ହୋଇଯିବ । ମାନସିକ ଶାନ୍ତି ପାଇଁ ଆଜି ଆପଣ ବାହାରକୁ ଯାଇ ପାରନ୍ତି ।|

ମିଥୁନ

ଆଜି ଆପଣ ପରିବାରର ଲୋକଙ୍କୁ ଏବଂ ବନ୍ଧୁ ମାନଙ୍କୁ ସେମାନଙ୍କର ସାହାଯ୍ୟ ପାଇଁ ପ୍ରଶଂସା କରିବେ । ସେମାନଙ୍କୁ ସେମାନଙ୍କର ସାହାଯ୍ୟ ପାଇଁ ଧନ୍ୟବାଦ ଅବସ୍ୟ ଦିଅନ୍ତୁ । ଏହା ଆପଣଙ୍କର ସମ୍ପର୍କ ଏବଂ ଶରୀର ପାଇଁ ଲାଭଦାୟକ ହେବ ।|

କର୍କଟ

ଆଜି ଆପଣଙ୍କର ଦିନ ଶାନ୍ତିରେ କଟିବ । ଦୁନିଆର ଅଶାନ୍ତି ବାତାବରଣ ଆପଣଙ୍କୁ ବ୍ୟସ୍ତ କରିପାରିବ ନାହିଁ । ଆଜି ଆପଣ ନିଜ ମସ୍ତିଷ୍କକୁ କିଛି ସମୟ ବିଶ୍ରାମ ଦେଲେ ଭଲ ହେବ ।|

ସିଂହ

ବର୍ତ୍ତମାନ ବୋଧହୁଏ ଆପଣ କୌଣସି କଠିନ କାମ କରୁଛନ୍ତି ।ଭଲ ଭାବରେ ବୁଝିବିଚ଼ାରି କାମ କରନ୍ତୁ ଏବଂ ନିଜର ବିଚ଼ାରକୁ ଷ୍ପଷ୍ଟ ଭାବରେ ଉପସ୍ଥାପନ କରନ୍ତୁ । ବ୍ୟସ୍ତ ହୋଇ କୌଣସି ଭୂଲ୍ କରନ୍ତୁ ନାହିଁ ।|

କନ୍ୟା

ଆଜିର ଦିନ ଟି ଆପଣଙ୍କର ଜୋସ୍ ରେ ଭରା ରହିବ । ଆଜି ଆପଣଙ୍କୁ ଆପଣଙ୍କର ପ୍ରତ୍ୟେକ ଦିନର ଦିନଚ଼ର୍ଯ୍ୟାରୁ ମୁକ୍ତି ମିଳିବ । ଏବଂ ଆପଣ ନିଜକୁ ସତେଜ ଅନୁଭବ କରିବେ ।|

ତୁଳା

ଏହିସମୟରେ ଆପଣଙ୍କୁ କିଛି ବଦଳାଇବାକୁ ପଡ଼ିବ ଯାହା ପାଇଁ ଆପଣ କିଛି ଚ଼ିନ୍ତାରେ ରହିବେ, କିନ୍ତୁ ମନେରଖନ୍ତୁ ଏହି ପରିବର୍ତ୍ତନ ଆପଣଙ୍କ ପାଇଁ କିଛି ନୂଆ ସୁଯୋଗ ଆଣିଦେବ ଏବଂ ଆପଣଙ୍କର ଚ଼ିନ୍ତାଧାରାକୁ ବଢ଼ାଇବାରେ ସହାୟକ ହେବ ।|

ବିଛା

ଆପଣଙ୍କର ଯେମିତି ପରିସ୍ଥିତି ହେଉ ମଧ୍ୟ ଆପଣ ସାହସ ହରାନ୍ତୁ ନାହିଁ । କୌଣସି ପ୍ରକାର ଛୋଟ କଥାରେ ଆପଣଙ୍କର ଝଗଡ଼ା ହେବାରେ ସମ୍ଭାବନା ଅଛି । ଏଥି ପାଇଁ ଅନ୍ୟମାନଙ୍କ ସହିତ ବ୍ୟବହାର ଭଲ ରଖନ୍ତୁ ।|

ଧନୁ

ଆଜି ଆପଣ କୌଣସି ନୂଆ କାର୍ଯ୍ୟ କରିବେ । କିଛି ନୂଆ ଖେଳ ଖେଳିବାକୁ କିମ୍ବା କୌଣସି ନୂତନ କାର୍ଯ୍ୟ କରିବାକୁ ଆପଣଙ୍କର ପ୍ରବଳ ଆଗ୍ରହ ହେବ । ଆଜି ଆପଣ ନିଷ୍ପତ୍ତି ନେବେ ଯେ ଯେଉଁ କାମ ଆପଣ କରିବେ ତାହା କିପରି କରିବେ ।|

ମକର

ଆଜି ଦିନଟି ଆପଣଙ୍କ ପାଇଁ ଶୁଭ ଅଟେ ।ବହୁତ ମଜା କରନ୍ତୁ ଆଜି ଆପଣଙ୍କର ଭାବନା ସ୍ଥିର ରହିବ ଏବଂ ଆପଣ ବହୁତ ଆନନ୍ଦ ଅନୁଭବ କରିବେ । ଆଜି ଆପଣଙ୍କର ଆତ୍ମବିଶ୍ୱାସ ଦୃଢ଼ ଅଛି ,ତେଣୁ ଏହି ସମୟର ସଦୁପଯୋଗ କରନ୍ତୁ ।|

କୁମ୍ଭ

ଆଜି ଆପଣଙ୍କୁ ବୋଧହୁଏ ନିଜ ପରିବାର କିମ୍ବା ବ୍ୟବସାୟୀକ କ୍ଷେତ୍ରରେ କୌଣସି ଗୁରୁତ୍ତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାକୁ ପଡ଼ିପାରେ । ନିଷ୍ପତ୍ତି ନେବାପୂର୍ବରୁ ଭାବିଚ଼ିନ୍ତି ନିଷ୍ପତ୍ତି ନେଲେ ଭଲ ହେବ ।|

ମୀନ

ଆଜିର ଦିନ ଆତ୍ମନିର୍ଭରତାର ଦିନ ଅଟେ । ମନେରଖନ୍ତୁ ନିଜର ସବୁ ଗୁରୁତ୍ତ୍ୱପୂର୍ଣ୍ଣ କାର୍ଯ୍ୟ ନିଜେ ସମାପନ କରନ୍ତୁ । ଯଦି ଏହି କାର୍ଯ୍ୟ ପାଇଁ ଆପଣ ଆଉ କାହା ଉପରେ ନିର୍ଭର କରିବେ ତାହାହେଲେ ଆପଣ ନିରାଶ ହେବେ ।|