ମେଷ
ଆଜି ଆପଣଙ୍କର ବହୁଦିନର ସମସ୍ୟାର ସମାଧାନ ହୋଇଯିବ । ଏହି ସମସ୍ୟା ବହୁଦିନ ପର୍ଯ୍ୟନ୍ତ ଲାଗି ରହିବାର କାରଣ ଏହି ସମସ୍ୟା ସହିତ ଜଡ଼ିତ ବ୍ୟକ୍ତି ମାନଙ୍କର ଚ଼ିନ୍ତା ଧାରାରେ ଏକତା ନ ରହିବା, ଯାହା ହେଉ ଆପଣ ମଜ୍ଜା କରିପାରନ୍ତି ।
ବୃଷ
ଆଜି ଆପଣଙ୍କର ନୂଆ ପରିଚୟ ଦ୍ୱାରା ନୂଆ ବନ୍ଧୁ କରିବେ ।ଭଲ ହେବ ଯଦି ଆପଣ ଏହି ଦିଗରେ ପ୍ରଥମେ ପାଦ ବଢାଇବେ ଏବଂ କଥା ଆରମ୍ଭ କରିବେ ।ମିଥୁନ
ଆଜି ଆପଣ ସେହି ବ୍ୟକ୍ତି ଉପରେ ହତାଶ ଅନୁଭବ କରୁଛନ୍ତି ଯେଉଁ ମାନେ ଆପଣଙ୍କୁ ନିରାଶ କରିଛନ୍ତି । ଆପଣଙ୍କୁ ଏମିତି ଲାଗିବ, ଲୋକମାନେ ଦେଇଥିବା କଥା ଅନୁସାରେ କାମ କରୁନାହାନ୍ତି । ଆଜି ଆପଣ ମୁଣ୍ଡକୁ ଶାନ୍ତ ରଖିବାକୁ ହେବ ।
କର୍କଟ
ଆଜି ଆପଣ ନିଜ ଜୀବନ ବିଷୟରେ ଗମ୍ଭୀର ହୋଇଯିବେ । ଆପଣ ସବୁବେଳେ ନିଜକୁ ଅଡ଼ୁଆ ପରିସ୍ଥିତିରେ ଦେଖୁଛନ୍ତି, କିନ୍ତୁ ଆପଣ ଜାଣିପାରୁନାହାନ୍ତି ଆପଣ ଜୀବନରେ କଣ କରିବାକୁ ଚ଼ାହାନ୍ତି ।
ସିଂହ
ଆଜି ଆପଣ ନିର୍ଦ୍ଦିଷ୍ଟ ସମୟରେ କାର୍ଯ୍ୟଟି ପୁରଣ ନକରିପାରନ୍ତି ସେଥି ପାଇଁ ସଚ଼େତନ ହେବା ଆବଶ୍ୟକ । ଯଦି ଆପଣ କୌଣସି ଚ଼ାକିରୀ କିମ୍ବା ଛାତ୍ରବୃତ୍ତି ପାଇଁ ଆବେଦନ କରୁଛନ୍ତି ତାହେଲେ ସତର୍କ ରୁହନ୍ତୁ ।
କନ୍ୟା
ଆଜି ଆତ୍ମନିର୍ଭରତାକୁ ମୂଳ ମନ୍ତ୍ର କରିଚ଼ାଲନ୍ତୁ । ଘର କଥା ହେଉ ଅଥବା ବନ୍ଧୁଙ୍କ ବିଷୟରେ ,ଏବିଷୟରେ ଆପଣ ନିଷ୍ପତ୍ତି ନେବା ଉଚ଼ିତ୍ ହେବ । ଏଥିପାଇଁ ଆପଣ ନିଷ୍ପତ୍ତି ନେବା ପାଇଁ ନିଜର ମନର କଥା ନିଶ୍ଚୟ ଶୁଣନ୍ତୁ ।
ତୁଳା
ଆଜି ଆପଣ ଯାହା ନିଷ୍ପତ୍ତି ନେବେ ଭାବିଚ଼ିନ୍ତି ନିଅନ୍ତୁ ,କାରଣ ଆପଣ ନେଇଥିବା ନିଷ୍ପତ୍ତି ଉପରେ ପଶ୍ଚାତାପ ଯେପରି କରିବାକୁ ନ ପଡ଼େ । ତରତର ହୋଇ କୌଣସି ନିଷ୍ପତ୍ତି ନିଅନ୍ତୁ ନାହିଁ ।
ବିଛା
ଆଜିର ଦିନ ଆତ୍ମନିର୍ଭରତାର ଦିନ ଅଟେ । ମନେରଖନ୍ତୁ ନିଜର ସବୁ ଗୁରୁତ୍ତ୍ୱପୂର୍ଣ୍ଣ କାର୍ଯ୍ୟ ନିଜେ ସମାପନ କରନ୍ତୁ । ଯଦି ଏହି କାର୍ଯ୍ୟ ପାଇଁ ଆପଣ ଆଉ କାହା ଉପରେ ନିର୍ଭର କରିବେ ତାହାହେଲେ ଆପଣ ନିରାଶ ହେବେ ।
ଧନୁ
ଆଜି ଆପଣ ନିତିଦିନ କାର୍ଯ୍ୟକ୍ରମରେ କିଛି ନୂତନତା ଆଣିବାକୁ ଚ଼େଷ୍ଟା କରିବେ । ଆପଣ ସେହି କାର୍ଯ୍ୟ କରନ୍ତୁ ଯାହା ଆପଣଙ୍କର ବହୁତ ଦିନରୁ କରିବାର ଇଚ୍ଛାଥିଲା ।
ମକର
ଖରାପ ସମୟରେ ଆଜି ଆପଣ ଗତିକରିବେ କିନ୍ତୁ ବ୍ୟସ୍ତ ହୁଅନ୍ତୁ ନାହିଁ । ଆପଣଙ୍କର ବିଜୟ ସୁନିଶ୍ଚିତ । ଆଜି ଯେତେ ସମସ୍ୟା ଆସିଲେ ସୁଧା ଆପଣ ସବୁ ସମସ୍ୟାର ସମାଧାନ ପାଇଁ ପ୍ରସ୍ତୁତ ଅଛନ୍ତି ।
କୁମ୍ଭ
ଆଜି ଆପଣ କାହା ଉପରେ ନିର୍ଭର କରୁଛନ୍ତି । ଆପଣ ସମସ୍ତଙ୍କୁ ବିଶ୍ୱାସ ବହୁତ ଶିଘ୍ର କରିନିଅନ୍ତି ।ଏହି ଅଭ୍ୟାସକୁ ଆପଣ ପରିବର୍ତ୍ତନ କରନ୍ତୁ ନହେଲେ ଏହି ଅଭ୍ୟାସ ପାଇଁ ଆପଣ ପଛରେ ହଇରାଣରେ ପଡ଼ିବେ ।
ମୀନ
ଆପଣଙ୍କର ଯେମିତି ପରିସ୍ଥିତି ହେଉ ମଧ୍ୟ ଆପଣ ସାହସ ହରାନ୍ତୁ ନାହିଁ । କୌଣସି ପ୍ରକାର ଛୋଟ କଥାରେ ଆପଣଙ୍କର ଝଗଡ଼ା ହେବାରେ ସମ୍ଭାବନା ଅଛି । ଏଥି ପାଇଁ ଅନ୍ୟମାନଙ୍କ ସହିତ ବ୍ୟବହାର ଭଲ ରଖନ୍ତୁ ।