ଆଜିର ରାଶିଫଳ; ୨୦ ନଭେମ୍ବର ବୁଧୁବାର; କେମିତି କଟିବ ଆଜିର ଦିନ

ମେଷ

ଆଜି ଆପଣ ବହୁତ ବଡ଼ ସ୍ୱପ୍ନ ଦେଖିବେ ,ଆପଣଙ୍କ ଜୀବନରେ କଣ କରିବାକୁ ହେବ । ଆଜି ଆପଣ ଜୀବନେର ଥିବା ସବୁ କାର୍ଯ୍ୟର ତାଲିକା ପ୍ରସ୍ତୁତ କରନ୍ତୁ । ଏହି ଦିଗରେ କରାଯାଇଥିବା ପ୍ରୟାସ ବହୁତ ଲାଭ ଦାୟକ ହେବ ।

ବୃଷ

ଆଜି ଆପଣ ଆଶ୍ଚର୍ଯ୍ୟ ହେବେ ,ବହୁଦିନର ସମସ୍ୟାର ସମାଧାନ ଆପଣ କରିଦେଲେ ଯାହା ଆପଣ ବହୁ ଦିନରୁ କରିପାରୁ ନଥିଲେ । ଏହି ସମସ୍ୟା ଆପଣଙ୍କର ପ୍ରିୟଜନ ମାନଙ୍କ ମଧ୍ୟରେ ଚ଼ାଲିଥିଲା ।

ମିଥୁନ

ଆଜି ଆପଣ କିଛି ନୂଆ ଲୋକଙ୍କୁ ଭେଟିବେ ଏବଂ ନିଜ କାର୍ଯ୍ୟରେ ଆପଣ ନିଜର ସ୍ଥିତିକୁ ଦୃଢ଼ କରିପାରିବେ ଏହା ଦ୍ୱାରା ଆପଣଙ୍କର ନୂଆ ବନ୍ଧୁ ସୃଷ୍ଟି ହେବେ ଏବଂ ଆପଣଙ୍କର ଜୀବନରେ ଅନ୍ୟ ଏକ ନୂଆ ଦିଗ ଦେଖାଦେବ ।

କର୍କଟ

ଖରାପ ସମୟରେ ଆଜି ଆପଣ ଗତିକରିବେ କିନ୍ତୁ ବ୍ୟସ୍ତ ହୁଅନ୍ତୁ ନାହିଁ । ଆପଣଙ୍କର ବିଜୟ ସୁନିଶ୍ଚିତ । ଆଜି ଯେତେ ସମସ୍ୟା ଆସିଲେ ସୁଧା ଆପଣ ସବୁ ସମସ୍ୟାର ସମାଧାନ ପାଇଁ ପ୍ରସ୍ତୁତ ଅଛନ୍ତି ।

ସିଂହ

ଆଜି ଆତ୍ମନିର୍ଭରତାକୁ ମୂଳ ମନ୍ତ୍ର କରିଚ଼ାଲନ୍ତୁ । ଘର କଥା ହେଉ ଅଥବା ବନ୍ଧୁଙ୍କ ବିଷୟରେ ,ଏବିଷୟରେ ଆପଣ ନିଷ୍ପତ୍ତି ନେବା ଉଚ଼ିତ୍ ହେବ । ଏଥିପାଇଁ ଆପଣ ନିଷ୍ପତ୍ତି ନେବା ପାଇଁ ନିଜର ମନର କଥା ନିଶ୍ଚୟ ଶୁଣନ୍ତୁ ।

କନ୍ୟା

ଆଜି ଆପଣଙ୍କର ବହୁଦିନର ସମସ୍ୟାର ସମାଧାନ ହୋଇଯିବ । ଏହି ସମସ୍ୟା ବହୁଦିନ ପର୍ଯ୍ୟନ୍ତ ଲାଗି ରହିବାର କାରଣ ଏହି ସମସ୍ୟା ସହିତ ଜଡ଼ିତ ବ୍ୟକ୍ତି ମାନଙ୍କର ଚ଼ିନ୍ତା ଧାରାରେ ଏକତା ନ ରହିବା, ଯାହା ହେଉ ଆପଣ ମଜ୍ଜା କରିପାରନ୍ତି ।

ତୁଳା

ଆଜି ଆପଣ କୌଣସି ନୂଆ କାମ କରିବାରେ ମନ ଦେବେ ।ଏହି କାମ ଚ଼େସ ଖେଳ ଠାରୁ ନେଇ ଆକାଶରେ ଉଡ଼ିବା ପର୍ଯ୍ୟନ୍ତ ହୋଇପାରେ । ଏହି ସମୟ ନିଜ ଜୀବନ ଶୈଳିରେ ପରିବର୍ତ୍ତନ ଆଣିବାର ଏବଂ କିଛି ମଜ୍ଜା କରିବାର ଅଟେ ।

ବିଛା

ଆଜି ଆପଣ ନିଜ ଜୀବନ ବିଷୟରେ ଗମ୍ଭୀର ହୋଇଯିବେ । ଆପଣ ସବୁବେଳେ ନିଜକୁ ଅଡ଼ୁଆ ପରିସ୍ଥିତିରେ ଦେଖୁଛନ୍ତି, କିନ୍ତୁ ଆପଣ ଜାଣିପାରୁନାହାନ୍ତି ଆପଣ ଜୀବନରେ କଣ କରିବାକୁ ଚ଼ାହାନ୍ତି ।

ଧନୁ

ଆଜି ଆପଣ ନିଜର ଉଗ୍ରସଭାବକୁ ନିୟନ୍ତ୍ରଣ ମଧ୍ୟରେ ରଖନ୍ତୁ, ନ ହେଲେ ଅନ୍ୟ ମାନେ ଆପଣଙ୍କ ଠାରୁ ଦୂରେଇ ଯିବେ । ଆପଣ ଜୀବନରେ କୌଣସି ଘଟଣାକୁ ନେଇ ଆପଣ ବ୍ୟସ୍ତ ହୋଇ ପଡ଼ୁଛନ୍ତି । ତଥାପି ନିଜକୁ ଶାନ୍ତ ରଖନ୍ତୁ ।

ମକର

ଆଜି ଆପଣ କାହା ଉପରେ ନିର୍ଭର କରୁଛନ୍ତି । ଆପଣ ସମସ୍ତଙ୍କୁ ବିଶ୍ୱାସ ବହୁତ ଶିଘ୍ର କରିନିଅନ୍ତି ।ଏହି ଅଭ୍ୟାସକୁ ଆପଣ ପରିବର୍ତ୍ତନ କରନ୍ତୁ ନହେଲେ ଏହି ଅଭ୍ୟାସ ପାଇଁ ଆପଣ ପଛରେ ହଇରାଣରେ ପଡ଼ିବେ ।

କୁମ୍ଭ

ଆଜି ଆପଣ ନିଜ ନିଷ୍ପତ୍ତିରେ ଅଟଳ ରୁହନ୍ତୁ ଏବଂ ଆଉ କାହା କଥାରେ ପ୍ରଭାବିତ ହୁଅନ୍ତୁ ନାହିଁ । ଭଲ ହେବ ନିଜ ବିଚ଼ାରକୁ ନିଜେ ଶୁଣନ୍ତୁ । କୌଣସି ବ୍ୟକ୍ତିର ବିଚ଼ାର ଧାରାକୁ ନିଜ ଉପରେ ପ୍ରଭାବିତ ହେବାକୁ ଦିଅନ୍ତୁ ନାହିଁ ।

ମୀନ

ଧ୍ୟାନ ରଖନ୍ତୁ କୌଣସି ଗୁରୁତ୍ତ୍ୱପୂର୍ଣ୍ଣ କାର୍ଯ୍ୟ ପାଇଁ ଆଉ କାହା ଉପରେ ନିର୍ଭର କରନ୍ତୁ ନାହିଁ । ଏହି କାମ ନିଜେ କରନ୍ତୁ ,ଅନ୍ୟଥା ପରିଣାମ ନିରାଶରେ ପରିଣତ ହେବ ।