ଆଜିର ରାଶିଫଳ; ୨୧ ଫେବୁଆରି ୨୦୨୦ ଶୁକ୍ରବାର ; କେମିତି କଟିବ ଆଜିର ଦିନ

ମେଷ

ଆପଣ କିଛି ଦିନ ହେଲା ଯାଣିପାରୁନାହାନ୍ତି ଯେ ଆପଣଙ୍କର କଣ କରିବା ଉଚ଼ିତ୍ । କିନ୍ତୁ ଆପଣଙ୍କର ଚ଼ିନ୍ତାଧାରାରେ ସ୍ପଷ୍ଟତା ଆସିଯିବ । ଏହି ସମୟର ଲାଭ ଉଠାନ୍ତୁ ଏବଂ ଅଟକି ଯାଉଥିବା ସମସ୍ତ କାର୍ଯ୍ୟ କରିବାକୁ ଚ଼େଷ୍ଟା କରନ୍ତୁ ।

ବୃଷ

ଅସନ୍ତୋଷ ଓ ଅଶାନ୍ତିରେ ଦିନଟି କଟିବ । ବିଧିବଦ୍ଧକ ଚିନ୍ତା ମାଧ୍ୟମରେ କାରଣ ଖୋଜନ୍ତୁ । ଏହାର ସମାଧାନ ଅବଶ୍ୟ ବାହାରିବ । ଏଦୁଃସମୟ କିଛି କ୍ଷଣ ରହିଲା ପରେ ଅପସରି ଯିବ ।|

ମିଥୁନ

ଆଜି ଆପଣଙ୍କ ନିଜ ସବୁ ସମସ୍ୟାକୁ ସମାଧାନ କରିବା ଚ଼େଷ୍ଟାରେ ଲାଗିଯିବେ । ଏହି ସମୟରେ କୌଣସି ରୋଗ କିମ୍ବା ବିଷୟକୁ କେବଳ ଉପରେ ସମାଧାନ କରନ୍ତୁ ନାହିଁ । ଆପଣ ଏହାର ମୂଳୋତ୍ପାନ କରିବାକୁ ଚ଼େଷ୍ଟା କରନ୍ତୁ ।|

କର୍କଟ

ଆଜି ଆପଣ ନିଜର ଅତିତକଥା ମନେ ପକାଇ ଖୁସି ରହିବେ । ସପ୍ତାହଶେଷରେ ବନ୍ଧୁ ଏବଂ ସମ୍ପର୍କିୟଙ୍କୁ ଭେଟିବାକୁ ଇଛା କରିବେ । ଏହା ଆପଣଙ୍କୁ ବିଗତ ଦିନର ସ୍ମୃତି ଚାରଣ କରିବାରେ ସାହାଯ୍ୟ କରିବ ।|

ସିଂହ

ଆଜି ଆପଣଙ୍କ ଘରେ ଖୁସିର ପରିବେଶ ରହିବେ । ଆଜି ଆପଣ ଏବଂ ଆପଣଙ୍କ ଘରଲୋକେ ମଉଜ ମଜଲିସରେ ମଜ୍ଜି ରହିବେ । ବିଦେଶରୁ ମଧ୍ୟ ଆପଣଙ୍କ ଆତ୍ମୀୟ ସଜ୍ଜନ ଆସି ପାରନ୍ତି । ତାଙ୍କୁ ସ୍ୱାଗତ କରିବା ପାଇଁ ପ୍ରସ୍ତୁତ ରୁହନ୍ତୁ ।|

କନ୍ୟା

ଆପଣଙ୍କ ମାନସିକ ଅବସ୍ଥାରେ କିଛି ପରିବର୍ତ୍ତନ ହେବ ଏବଂ ଦିନତମାମ ଆପଣଙ୍କ ଏକାଗ୍ରତାର ଆଘାତ ସୃଷ୍ଟି ହେବ । କାହାରି ଉପରେ ଅଯ଼ଥାରେ ବିରକ୍ତି ଭାବ ପ୍ରକାଶ କରନ୍ତୁ ନାହିଁ ଏବଂ ନିଜେ ମଧ୍ୟ ମାନସିକ ଭାରସାମ୍ୟ ହରାନ୍ତୁ ନାହିଁ ।|

ତୁଳା

ଆପଣ ପରିବାରର କାର୍ଯ୍ୟ କ୍ଷେତ୍ର ଏବଂ ବୈବାହିକ ଜୀବନରେ ସଫଳତାର ସ୍ୱାଦ ଉପଭୋଗ କରିବେ । ଆପଣଙ୍କର ଭବିଷ୍ୟତର ସୁଖ ସ୍ୱାଛନ୍ଦ୍ୟର ଭାବନା । ଆପଣଙ୍କ ଦିନଟି ସୁଖରେ କଟିବ । ଏହା ଅନ୍ୟମାନଙ୍କୁ ପ୍ରଭାବିତ କରିବ ।|

ବିଛା

ଆଜି ଆପଣ ମାନସିକ ଶାନ୍ତିରୁ ବଞ୍ଚିତ ରହିବେ । କୌଣସି ମନୋରଞ୍ଜନ କାର୍ଯ୍ୟରେ ଭାଗନେଲେ ବହୁତ ଉତ୍ତମ । ପରିବାର ସଦସ୍ୟ କିମ୍ବା ସାଥିମାନଙ୍କ ସହ ବାହାରେ ଭ୍ରମଣ କରନ୍ତୁ ।|

ଧନୁ

ଆଜି ଆପଣ କୌଣସି ପ୍ରତିଯୋଗିତାର ମାନସିକତାରେ ଅଛନ୍ତି । ଜୀବନର କେତେକ କ୍ଷେତ୍ରରେ ଏହା ଠିକ୍, ମାତ୍ର ମନେରଖନ୍ତୁ ଯେ ଆପଣ ଯେମିତି ବେଶି ଉଗ୍ର ମନୋବୃତି ନଆଣନ୍ତି ବିଶେଷତଃ ନିଜ ପରିବାରକୁ ନେଇ ।|

ମକର

ଆଜି ଆପଣଙ୍କ ବିନମ୍ର ସ୍ୱଭାବ ଓ ଦୃଢ଼ତା ସଭିଙ୍କର ମନ ଜିତି ନେବ । ଆଉକିଛି ନହେଲେ ମଧ୍ୟ ଆପଣଙ୍କୁ ଏମିତି ଏକ ଦୃଢ଼ ମନୁଷ୍ୟ କରିଦେବ ଯିଏ କି ସବୁ ପରିସ୍ଥିତିକୁ ସହଜରେ ସମ୍ଭାଳି ନେବ ।|

କୁମ୍ଭ

ଆଜି ଆପଣଙ୍କ ଘରକୁ ବିଦେଶରୁ ଅତିଥି ଆସିବାର ସମ୍ଭାବନା ରହିଛି । ଏହା ଦ୍ୱାରା ଆପଣଙ୍କ ଘରେ ଆନନ୍ଦର ପରିବେଶ ରହିବ । ଯଦି ଆପଣ କାର୍ଯ୍ୟରେ ବ୍ୟସ୍ତ ରୁହନ୍ତି ତଥାପି ସମୟ ବାହାରକରି ସେମାନଙ୍କ ସହ ଆନନ୍ଦିତ ହୁଅନ୍ତୁ ।|

ମୀନ

ଆଜି ଆପଣ ନମ୍ରତାର ସହିତ ବ୍ୟବହାର କରନ୍ତୁ ଏବଂ ନିଜ ପ୍ରିୟଜନ ମାନଙ୍କ ସହିତ ସ୍ନେହପୂର୍ଣ୍ଣ ବ୍ୟବହାର କରନ୍ତୁ ସେମାନେ ଆପଣଙ୍କୁ ଆପଣଙ୍କର ବ୍ୟବହାର ପାଇଁ ଧନ୍ୟବାଦ ଦେବେ ଆଜି ଆପଣ ଅନୁଭବ କରିବେ ।|