ମେଷ
ଆଜି ଆପଣଙ୍କର ଦିନ ଶାନ୍ତିରେ କଟିବ । ଦୁନିଆର ଅଶାନ୍ତି ବାତାବରଣ ଆପଣଙ୍କୁ ବ୍ୟସ୍ତ କରିପାରିବ ନାହିଁ । ଆଜି ଆପଣ ନିଜ ମସ୍ତିଷ୍କକୁ କିଛି ସମୟ ବିଶ୍ରାମ ଦେଲେ ଭଲ ହେବ ।
ବୃଷ
ଧ୍ୟାନ ରଖନ୍ତୁ କୌଣସି ଗୁରୁତ୍ତ୍ୱପୂର୍ଣ୍ଣ କାର୍ଯ୍ୟ ପାଇଁ ଆଉ କାହା ଉପରେ ନିର୍ଭର କରନ୍ତୁ ନାହିଁ । ଏହି କାମ ନିଜେ କରନ୍ତୁ ,ଅନ୍ୟଥା ପରିଣାମ ନିରାଶରେ ପରିଣତ ହେବ ।|
ମିଥୁନ
ଖରାପ ସମୟରେ ଆଜି ଆପଣ ଗତିକରିବେ କିନ୍ତୁ ବ୍ୟସ୍ତ ହୁଅନ୍ତୁ ନାହିଁ । ଆପଣଙ୍କର ବିଜୟ ସୁନିଶ୍ଚିତ । ଆଜି ଯେତେ ସମସ୍ୟା ଆସିଲେ ସୁଧା ଆପଣ ସବୁ ସମସ୍ୟାର ସମାଧାନ ପାଇଁ ପ୍ରସ୍ତୁତ ଅଛନ୍ତି ।|
କର୍କଟ
ଆଜି ଆପଣଙ୍କୁ ବୋଧହୁଏ ନିଜ ପରିବାର କିମ୍ବା ବ୍ୟବସାୟୀକ କ୍ଷେତ୍ରରେ କୌଣସି ଗୁରୁତ୍ତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାକୁ ପଡ଼ିପାରେ । ନିଷ୍ପତ୍ତି ନେବାପୂର୍ବରୁ ଭାବିଚ଼ିନ୍ତି ନିଷ୍ପତ୍ତି ନେଲେ ଭଲ ହେବ ।|
ସିଂହ
ଆପଣଙ୍କର ଯେମିତି ପରିସ୍ଥିତି ହେଉ ମଧ୍ୟ ଆପଣ ସାହସ ହରାନ୍ତୁ ନାହିଁ । କୌଣସି ପ୍ରକାର ଛୋଟ କଥାରେ ଆପଣଙ୍କର ଝଗଡ଼ା ହେବାରେ ସମ୍ଭାବନା ଅଛି । ଏଥି ପାଇଁ ଅନ୍ୟମାନଙ୍କ ସହିତ ବ୍ୟବହାର ଭଲ ରଖନ୍ତୁ ।|
କନ୍ୟା
ଆଜି ଆପଣ କିଛି ନୂଆ ଲୋକଙ୍କୁ ଭେଟିବେ ଏବଂ ନିଜ କାର୍ଯ୍ୟରେ ଆପଣ ନିଜର ସ୍ଥିତିକୁ ଦୃଢ଼ କରିପାରିବେ ଏହା ଦ୍ୱାରା ଆପଣଙ୍କର ନୂଆ ବନ୍ଧୁ ସୃଷ୍ଟି ହେବେ ଏବଂ ଆପଣଙ୍କର ଜୀବନରେ ଅନ୍ୟ ଏକ ନୂଆ ଦିଗ ଦେଖାଦେବ ।|
ତୁଳା
ଆଜି ଆପଣ ବହୁତ ବଡ଼ ସ୍ୱପ୍ନ ଦେଖିବେ ,ଆପଣଙ୍କ ଜୀବନରେ କଣ କରିବାକୁ ହେବ । ଆଜି ଆପଣ ଜୀବନେର ଥିବା ସବୁ କାର୍ଯ୍ୟର ତାଲିକା ପ୍ରସ୍ତୁତ କରନ୍ତୁ । ଏହି ଦିଗରେ କରାଯାଇଥିବା ପ୍ରୟାସ ବହୁତ ଲାଭ ଦାୟକ ହେବ ।|
ବିଛା
ଆଜି ଆପଣ ନିଜର ଉଗ୍ରସଭାବକୁ ନିୟନ୍ତ୍ରଣ ମଧ୍ୟରେ ରଖନ୍ତୁ, ନ ହେଲେ ଅନ୍ୟ ମାନେ ଆପଣଙ୍କ ଠାରୁ ଦୂରେଇ ଯିବେ । ଆପଣ ଜୀବନରେ କୌଣସି ଘଟଣାକୁ ନେଇ ଆପଣ ବ୍ୟସ୍ତ ହୋଇ ପଡ଼ୁଛନ୍ତି । ତଥାପି ନିଜକୁ ଶାନ୍ତ ରଖନ୍ତୁ ।|
ଧନୁ
ଆଜି ଆପଣ ନିଜ ଜୀବନ ବିଷୟରେ ଗମ୍ଭୀର ହୋଇଯିବେ । ଆପଣ ସବୁବେଳେ ନିଜକୁ ଅଡ଼ୁଆ ପରିସ୍ଥିତିରେ ଦେଖୁଛନ୍ତି, କିନ୍ତୁ ଆପଣ ଜାଣିପାରୁନାହାନ୍ତି ଆପଣ ଜୀବନରେ କଣ କରିବାକୁ ଚ଼ାହାନ୍ତି ।|
ମକର
ଆଜି ଆପଣ ଆଶ୍ଚର୍ଯ୍ୟ ହେବେ ,ବହୁଦିନର ସମସ୍ୟାର ସମାଧାନ ଆପଣ କରିଦେଲେ ଯାହା ଆପଣ ବହୁ ଦିନରୁ କରିପାରୁ ନଥିଲେ । ଏହି ସମସ୍ୟା ଆପଣଙ୍କର ପ୍ରିୟଜନ ମାନଙ୍କ ମଧ୍ୟରେ ଚ଼ାଲିଥିଲା ।|
କୁମ୍ଭ
ଆଜିର ଦିନ ଆତ୍ମନିର୍ଭରତାର ଦିନ ଅଟେ । ମନେରଖନ୍ତୁ ନିଜର ସବୁ ଗୁରୁତ୍ତ୍ୱପୂର୍ଣ୍ଣ କାର୍ଯ୍ୟ ନିଜେ ସମାପନ କରନ୍ତୁ । ଯଦି ଏହି କାର୍ଯ୍ୟ ପାଇଁ ଆପଣ ଆଉ କାହା ଉପରେ ନିର୍ଭର କରିବେ ତାହାହେଲେ ଆପଣ ନିରାଶ ହେବେ ।|
ମୀନ
ଆଜି ଆପଣ କୌଣସି ନୂଆ କାମ କରିବାରେ ମନ ଦେବେ ।ଏହି କାମ ଚ଼େସ ଖେଳ ଠାରୁ ନେଇ ଆକାଶରେ ଉଡ଼ିବା ପର୍ଯ୍ୟନ୍ତ ହୋଇପାରେ । ଏହି ସମୟ ନିଜ ଜୀବନ ଶୈଳିରେ ପରିବର୍ତ୍ତନ ଆଣିବାର ଏବଂ କିଛି ମଜ୍ଜା କରିବାର ଅଟେ ।|