ଆଜିର ରାଶିଫଳ; ୨୩ ମାର୍ଚ୍ଚ ୨୦୨୦ ସୋମବାର : କେମିତି କଟିବ ଆଜିର ଦିନ

ମେଷ

ଆଜି ଆପଣଙ୍କ ନିଜ ସବୁ ସମସ୍ୟାକୁ ସମାଧାନ କରିବା ଚ଼େଷ୍ଟାରେ ଲାଗିଯିବେ । ଏହି ସମୟରେ କୌଣସି ରୋଗ କିମ୍ବା ବିଷୟକୁ କେବଳ ଉପରେ ସମାଧାନ କରନ୍ତୁ ନାହିଁ । ଆପଣ ଏହାର ମୂଳୋତ୍ପାନ କରିବାକୁ ଚ଼େଷ୍ଟା କରନ୍ତୁ ।

ବୃଷ

ଆଜି ଆପଣ ସବୁ କାର୍ଯ୍ୟ ଗୁଡ଼ିକ ସମାଜର କଲ୍ୟାଣ ଏବଂ ପରିବାରର କଲ୍ୟାଣ ନିମିତ୍ତ କରିବେ । ଆଜି ଆପଣ କିଛି ଦାନ କରିବେ, ଅଥବା ନିଜ ପ୍ରିୟଜନ ପାଇଁ ଉପହାର କିଣିବେ । ଆପଣଙ୍କର ଏହି କାର୍ଯ୍ୟ ପାଇଁ ଅବଶ୍ୟ କାହାକୁ ଲାଭ ମିଳିପାରିବ ।

ମିଥୁନ

ଏହି ସମୟରେ ନିଜର ଲୋକମାନଙ୍କ ସହିତ ମଜା କରନ୍ତୁ ,କିନ୍ତୁ ଏହାସହ ନିଜ କାର୍ଯ୍ୟକୁ ମଧ୍ୟ ଠିକ୍ ସମୟରେ ସାରିବା ପାଇଁ ଚ଼େଷ୍ଟା କରନ୍ତୁ । ଘର ଏବଂ ବାହାରର କାର୍ଯ୍ୟ ମଧ୍ୟରେ ସନ୍ତୁଳନ ରକ୍ଷା ଆଜି ଆପଣଙ୍କର ମୂଳମନ୍ତ୍ର ହେବା ଉଚ଼ିତ୍ ।

କର୍କଟ

ବହୁଦିନର ଲମ୍ବା ପ୍ରତୀକ୍ଷା ପରେ ଆଇନଗତ କେସର ନିଷ୍ପତ୍ତି ଆପଣଙ୍କ ସପକ୍ଷରେ ଯିବ । ଏବେ ଆପଣ ଶାନ୍ତିରେ ନିଶ୍ୱାସ ନେଇ ପାରିବେ । ଆପଣଙ୍କ ଓକିଲଙ୍କ ପରାମର୍ଶ ଏବେ କାମରେ ଲାଗିବ ।

ସିଂହ

ଆଜି ଆପଣ ଘର ଏବଂ କାର୍ଯ୍ୟରେ ବୋଝ ଅନୁଭବ କରିବେ । ବହୁତ ଲୋକ ଆପଣଙ୍କୁ ଉପଦେଶ ମାଗିବେ । ଆପଣ ସାଧୁତା ଆବଲମ୍ବନ କରି ଉପଦେଶ ଦିଅନ୍ତୁ ଏବଂ ଯେଉଁ କାର୍ଯ୍ୟ କରୁଛନ୍ତି ତାର ପୁରା ଦାୟିତ୍ତ୍ୱ ନିଅନ୍ତୁ ।

କନ୍ୟା

ହଠାତ୍ ଆସିଥିବା ସମସ୍ୟା ଆପଣଙ୍କୁ କୌଣସି ବ୍ୟସ୍ତତାରେ ପକାଇଦେବ । ଏହି ସମସ୍ୟା ଆପଣଙ୍କ କାର୍ଯ୍ୟରେ ବାଧା ସୃଷ୍ଟି କରିବ । ଏହି ସମସ୍ୟାକୁ ଆପଣ ସାହସର ସହିତ ମୁକାବିଲା କରନ୍ତୁ ଏବଂ ଆପଣଙ୍କୁ ବିଜୟ ସୁନିଶ୍ଚିତ ମିଳିବ ।

ତୁଳା

ଯଦି ଆପଣଙ୍କ ବନ୍ଧୁ କିମ୍ବା ଆତ୍ମୀୟସଜ୍ଜନ ବିଦେଶରୁ ଆସୁଥାନ୍ତି ,ତେବେ ବୋଧହୁଏ ସେ ଆଜି ଆପଣଙ୍କ ଘରକୁ ଆପଣଙ୍କୁ ଭେଟିବା ପାଇଁ ଆସିବେ । ସେଥିପାଇଁ ନିଜ ଘରକୁ ସଫାସୁତୁରା କରନ୍ତୁ ।

ବିଛା

ଆଜି ଆପଣଙ୍କ ଘରକୁ ବିଦେଶରୁ ଅତିଥି ଆସିବାର ସମ୍ଭାବନା ରହିଛି । ଏହା ଦ୍ୱାରା ଆପଣଙ୍କ ଘରେ ଆନନ୍ଦର ପରିବେଶ ରହିବ । ଯଦି ଆପଣ କାର୍ଯ୍ୟରେ ବ୍ୟସ୍ତ ରୁହନ୍ତି ତଥାପି ସମୟ ବାହାରକରି ସେମାନଙ୍କ ସହ ଆନନ୍ଦିତ ହୁଅନ୍ତୁ ।

ଧନୁ

ସାମାଜିକ ସମାରୋହକୁ ଆପଣ ସର୍ବଦା ମନେରଖିବେ । ଆଜି ଆପଣଙ୍କ ଘରେ ଲୋକମାନଙ୍କ ଗହଳି ଚ଼ହଳି ଲାଗିରହିବ । ବୋଧହୁଏ ସେମାନେ ଆପଣଙ୍କ ଘରେ ରହିପାରନ୍ତି । ତଥାପି ଆପଣଙ୍କ ଦିନଚ଼ର୍ଯ୍ୟାରେ ପରିବର୍ତ୍ତନ ହେବ ।

ମକର

ା ଗୋଟିଏ ପକ୍ଷରେ ଆପଣ ସାମାଜିକ ସମାରୋହରେ ଭାଗ ଲେବାପାଇଁ ଚ଼ାହିଁବେ ଏବଂ ଅନ୍ୟ ପକ୍ଷରେ ଆପଣ ଏହା ମଧ୍ୟ ଧ୍ୟାନ ରଖନ୍ତୁ ଯେ ଆପଣଙ୍କ କାର୍ଯ୍ୟ ଯେପରି ଠିକ୍ ସମୟରେ ପୁର୍ଣ୍ଣ ହୁଅନ୍ତୁ ।

କୁମ୍ଭ

ଆଜି ଆପଣ ଉଭୟ ଶାରିରୀକ ଓ ମାନସିକ ରୂପେ ସୁସ୍ଥ ରହିବେ । ଘର ହେଉ ବା କାର୍ଯ୍ୟକ୍ଷେତ୍ର , ଆପଣଙ୍କ ଆକର୍ଷଣୀୟ ବ୍ୟକ୍ତିତ୍ୱ ସମସ୍ତଙ୍କୁ ଖୁସି କରିଦେବ । ଶାରିରୀକ ଓ ମାନସିକ ସୁସ୍ଥତା ହେତୁ ଉଭୟ ଆପଣଙ୍କ ଉତ୍ପାଦନ ଓ ଗୁଣବତ୍ତା ବଢ଼ିଯ଼ିବ ।

ମୀନ

ଆଜି ଆପଣଙ୍କ ଜୀବନରେ ଗତିପଥ ସମାନ୍ ନୁହେଁ । ଏମିତି ଲାଗୁଛି ଯେପରି ଆପଣଙ୍କର ଆଖପାଖର ପରିସ୍ଥିତି ଖରାପ ଆଡ଼କୁ ଗତିକରୁଛି । ଆପଣଙ୍କ କାର୍ଯ୍ୟସ୍ଥଳରେ କିଛି ଅଦରକାରୀ ପରିବର୍ତ୍ତନ ହୋଇପାରେ ।