ମେଷ
ଆଜି ଦିନରେ ଆପଣ ଅତି ସାବଧାନରେ ସମସ୍ତ କଥା ଚିନ୍ତା କରିବେ । ଏଭଳି ଅବସ୍ଥାରେ ପହଞ୍ଚିବା ପାଇଁ କେତେ କଠିନ ପରିଶ୍ରମ କରିଛନ୍ତି ତାହା ଚିନ୍ତା କରି ଆନନ୍ଦିତ ହେବେ ଏବଂ ଭବିଷ୍ୟତ ଆପଣଙ୍କ କିପରି ହେବ ତାହା ମଧ୍ୟ ଚିନ୍ତା କରିବେ ।
ବୃଷ
ଆଜି ଆପଣ ନିଜ ଘରେ ସୁଖଶାନ୍ତିରେ ଆଶା କରି ପାରନ୍ତି । ଆଜି ଆପଣଙ୍କ ଘରେ ଅତିଥି ମାନଙ୍କର ବହୁତ ଭଲଭାବେ ଚ଼ର୍ଚ୍ଚାହେବ ଏବଂ ଆପଣ ସେମାନଙ୍କ ସହ ଭଲ ସମୟ ଅତିବାହିତ କରିବେ । ଏହିଭଳି ସାମାଜିକ ସମାରୋହରେ ଭାଗ ନିଅନ୍ତୁ ।
ମିଥୁନ
ଆପଣଙ୍କ ସାହସ ଏବଂ ଉପସ୍ତିତ ବୁଦ୍ଧି ଆପଣଙ୍କୁ ଅନ୍ୟମାନଙ୍କୁ ଠାରୁ ବହୁ ଆଗକୁ ନେଇ ଯିବ । ଆପଣଙ୍କ ଧୀଶକ୍ତି ଏବଂ ସଂପ୍ରେଷଣ କଳା ଆପଣଙ୍କୁ ଲକ୍ଷ୍ୟପ୍ରାପ୍ତି କରିବାରେ ସାହାଯ୍ୟ କରିବ ।
କର୍କଟ
ଆଜି ଯେମିତିବି ହେଉ ଆପଣ ଆଇନଗତ ସମସ୍ୟାରୁ ମୁକ୍ତି ପାଇଯିବେ । ଆପଣଙ୍କର କୌଣସି କଳିରେ ସମ୍ପୃକ୍ତ ହେବାର ସଙ୍କେତ ଅଛି । ଯଦି ସମ୍ଭବ ହୁଏ ଏହି ଗମ୍ଭୀର ସମସ୍ୟାକୁ ଶାନ୍ତିପୂର୍ବକ ସମାଧାନ କରିବାକୁ ଚ଼େଷ୍ଟା କରନ୍ତୁ ।
ସିଂହ
ଜୀବନପ୍ରତି ଆଜି ଆପଣଙ୍କ ଦୃଷ୍ଟିକୋଣ ସମ୍ପୂର୍ଣ ରୂପେ ବଦଳିଯାଇପାରେ । ଆଜି ଆପଣ ବ୍ୟବହାରିକ ଏବଂ ତର୍କସଙ୍ଗତ ତଥ୍ୟପ୍ରତି ନିଜର ଆତ୍ମଜ୍ଞାନ ଅନୁଭବ କରିବେ ।
କନ୍ୟା
ଆପଣ ଆସୁବିଧାରେ ପଡ଼ୁଥିବା ପରିସ୍ଥିତିରୁ ଦୂରେଇ ରୁହନ୍ତୁ । କୌଣସି ବେକାର କାର୍ଯ୍ୟରେ ପଡ଼ନ୍ତୁ ନାହିଁ ଏବଂ ନିଜର ସକାରାତ୍ମକ ଚ଼ିନ୍ତା ଧାରା ବଜାୟ ରଖନ୍ତୁ । ଯାହା ଆପଣ ହୋଇପାରିବେ ନାହିଁ ତାହା ହେବା ପାଇଁ ଚ଼େଷ୍ଟା କରନ୍ତୁ ନାହିଁ ।
ତୁଳା
ଆଜି ଆପଣ କୌଣସି ପ୍ରକାର ମନୋରଞ୍ଜନ କରିବାକୁ ଚ଼ାହୁଁଛନ୍ତି, କିନ୍ତୁ କାର୍ଯ୍ୟଭାର ଆପଣଙ୍କର ରାସ୍ତାରେ ବାଧା ହୋଇଛି ଆପଣଙ୍କୁ ଏ ଦୁଇଟି ମଧ୍ୟରେ ସନ୍ତୁଳନ ରକ୍ଷା କରିବା ଜରୁରୀ ।
ବିଛା
ନିଜର ତୀକ୍ଷ୍ଣ ବୁଦ୍ଧି ଯୋଗୁଁ ଆପଣ ଯେ କୌଣସି ସମସ୍ୟାର ସମାଧାନ କରିଦେବେ ଯାହା ବହୁତ ସମୟ ଧରି ଆପଣଙ୍କୁ ହଇରାଣ କରୁଥିଲା । ଆଜି ଆପଣଙ୍କ ବୌଦ୍ଧିକ କ୍ଷମତା ଓ ଯୋଗ୍ୟତା ଚ଼ରମ ସୀମାରେ ଉପନୀତ ହେବ ।
ଧନୁ
ଅଦାଲତ ସମ୍ବନ୍ଧୀୟ ସମସ୍ୟାର ଫଳାଫଳ ଆପଣଙ୍କ ସପକ୍ଷରେ ହୋଇପାରେ । ସୌଭାଗ୍ୟ ହେତୁ ଉଚ୍ଚ ଅଧିକାରୀ ଆଜି ଆପଣଙ୍କ ସପକ୍ଷରେ ରହିବେ ,ଯାହା ଫଳରେ ଆପଣଙ୍କୁ ବହୁତ ଲାଭ ହେବ ।
ମକର
ଲମ୍ବା ସମୟ ଧରି ଅମୀମାଂସିତ ହୋଇରହିଥିବା କୌଣସି ଆଇନଗତ ସମସ୍ୟା ଆଜି ଆପଣଙ୍କ ସପକ୍ଷରେ ଯିବ । ଏ ସମସ୍ୟା ଆପଣଙ୍କୁ ବହୁତ ହଇରାଣ କରୁଥିଲା । ଏବେ ଆପଣଙ୍କ ସବୁ ସମସ୍ୟାର ସମାଧାନ ହୋଇଯିବ ଏବଂ ଜୀବନଧାରା ସ୍ୱାଭାବିକ ରୂପେ ଚ଼ାଲିବ ।
କୁମ୍ଭ
ଆଜି ଆପଣ ନିଜର ବନ୍ଧୁମାନଙ୍କ କଥା ନଶୁଣି ,ନିଜର ହୃଦୟ କଥା ଶୁଣନ୍ତୁ ।ଆପଣଙ୍କ ଅନ୍ତରର ବାଣି ହିଁ ଆପଣଙ୍କୁ ନୂତନ ଦିଗଦର୍ଶନ ଦେବ ।ଆପଣ ନିଜେ ହିଁ ନିଜକୁ ଆଗେଇ ନେବାରେ ସାହାୟକ ହୋଇଛନ୍ତି ଏବଂ ଏବେ ଆପଣଙ୍କୁ ସଠିକ୍ ନିର୍ଣ୍ଣୟ ନେବା ଉଚ଼ିତ୍ ।
ମୀନ
ଆଜି ଆପଣ ନିଜ ଉପରେ କାର୍ଯ୍ୟ ବୋଧ ବଢ଼ି ଯାଇଛି ବୋଲି ଅନୁଭବ କରିବେ । ଏହି ଚ଼ିନ୍ତା ଘର ଏବଂ କାର୍ଯ୍ୟ ସହ ସମ୍ବନ୍ଧିତ ହୋଇଥାଇପାରେ । ଆଜି ଆପଣ ଶାନ୍ତ ରହି ନିଜର କାର୍ଯ୍ୟ ସମ୍ପାଦନ କରନ୍ତୁ ।