ଆଜିର ରାଶିଫଳ; ୨୭ ଡିସେମ୍ବର ଶୁକ୍ରବାର ; କେମିତି କଟିବ ଆଜିର ଦିନ

ମେଷ

ଆପଣଙ୍କ ସଂପ୍ରେଷଣ କଳା ଏବଂ ଦୃଢ଼ ନିଶ୍ଚୟ ଯୋଗୁଁ ଆପଣ ବହୁ ସମସ୍ୟାକୁ ସମାଧାନ କରିବେ । ଯେତେବେଳେ ଆପଣ ସଫଳତା ପାଇବେ, ସେତେବେଳେ ଏଗୁଡ଼ିକର ଆପଣଙ୍କ ଜୀବନରେ କେତେ ମହତ୍ତ୍ୱ ବୁଝିପାରିବେ ।

ବୃଷ

ଆପଣଙ୍କ ସାହସ ଏବଂ ଉପସ୍ତିତ ବୁଦ୍ଧି ଆପଣଙ୍କୁ ଅନ୍ୟମାନଙ୍କୁ ଠାରୁ ବହୁ ଆଗକୁ ନେଇ ଯିବ । ଆପଣଙ୍କ ଧୀଶକ୍ତି ଏବଂ ସଂପ୍ରେଷଣ କଳା ଆପଣଙ୍କୁ ଲକ୍ଷ୍ୟପ୍ରାପ୍ତି କରିବାରେ ସାହାଯ୍ୟ କରିବ ।

ମିଥୁନ

ଆପଣଙ୍କ ବୁଦ୍ଧି ଆଜି ଅଧିକ ବେଗରେ ସାହାଯ୍ୟ କରିବ । ଏହାର ଉପଯୋଗ ଆପଣ ଭବିଷ୍ୟତ ଯୋଜନା କରିବାରେ ବିନିଯୋଗ କରନ୍ତୁ । ଯଦି ଆପଣ କେବଳ ନିଜ ଲକ୍ଷ୍ୟ ଉପରେ ଧ୍ୟାନ ଦେବେ, ତେବେ ବାକି ସମସ୍ତ କାର୍ଯ୍ୟ ସ୍ୱତଃ ଠିକ୍ ହୋଇଯିବ ।

କର୍କଟ

ଆଜି ଆପଣଙ୍କ ମାନସିକ ଶକ୍ତି ଏହାର ଚ଼ରମ ସୀମାରେ ରହିବ । ଆପଣଙ୍କୁ ଅସୁବିଧା ଅବସର ଭଳି ଲାଗିବ ଏବଂ ଏହା ଆପଣଙ୍କ ପାଇଁ ବହୁତ ଲାଭ ଦାୟକ ହେବ । ବିପଦ ସହ ସଂଗ୍ରାମ କରିବାର ଆପଣଙ୍କର ଏହି ସ୍ୱଭାବ ଆପଣଙ୍କୁ ଆଗେଇ ନେବ ।

ସିଂହ

ଆଜି ଆପଣଙ୍କ ନିଜ ସବୁ ସମସ୍ୟାକୁ ସମାଧାନ କରିବା ଚ଼େଷ୍ଟାରେ ଲାଗିଯିବେ । ଏହି ସମୟରେ କୌଣସି ରୋଗ କିମ୍ବା ବିଷୟକୁ କେବଳ ଉପରେ ସମାଧାନ କରନ୍ତୁ ନାହିଁ । ଆପଣ ଏହାର ମୂଳୋତ୍ପାନ କରିବାକୁ ଚ଼େଷ୍ଟା କରନ୍ତୁ ।

କନ୍ୟା

ଆଜି ଆପଣଙ୍କ ଆତ୍ମବିଶ୍ୱାସ ଏହାର ଚ଼ରମ ସୀମାରେ ରହିବ । ଏହାର ପୂର୍ଣ୍ଣ ଫାଇଦା ଉଠାନ୍ତୁ । ଆପଣ ନିଜର ଆତ୍ମବିଶ୍ୱାସ ଏବଂ ସକାରାତ୍ମକ ଭାବନା ଦ୍ୱାରା ଅନ୍ୟ ମାନଙ୍କୁ ପ୍ରଭାବିତ କରିବେ ।

ତୁଳା

ଆଜି ଆପଣ ଦାୟୀତ୍ତ୍ୱର ସହ କିଛି କାମ କରିବାରେ ଅସୁବିଧା ହେବ । ଆପଣ ନିଜ ବୁଦ୍ଧି ପ୍ରୟୋଗ କରି କାର୍ଯ୍ୟ କରନ୍ତୁ କିନ୍ତୁ ଧୀର ମସ୍ତିଷ୍କରେ ଯୋଜନା କରନ୍ତୁ । ଶେଷରେ ଦେଖିବେ ଆପଣ ସମସ୍ତ କାର୍ଯ୍ୟ ସୁରୁଖୁରରେ କରିପାରିବେ ।

ବିଛା

ଆଜି ଦିନରେ ଆପଣ ଅସୁଖି ଅନୁଭବ କରି ପାରନ୍ତି । କିଛି ସାମାନ୍ୟ ଦୁଶ୍ଚିନ୍ତା ମଧ୍ୟରେ ସମୟ କାଟିପାରନ୍ତି । କିନ୍ତୁ ଖରାପ ସମୟ ଆପେ ଆପେ ଦୁରେଇଯିବ । ସାମୟିକ ଭାବରେ ନିରାପତ୍ତାର ଅଭାବ ଅନୁଭବ କରି ପାରନ୍ତି ।

ଧନୁ

ଆଜି ଆପଣ ନିଜର ବନ୍ଧୁମାନଙ୍କ କଥା ନଶୁଣି ,ନିଜର ହୃଦୟ କଥା ଶୁଣନ୍ତୁ ।ଆପଣଙ୍କ ଅନ୍ତରର ବାଣି ହିଁ ଆପଣଙ୍କୁ ନୂତନ ଦିଗଦର୍ଶନ ଦେବ ।ଆପଣ ନିଜେ ହିଁ ନିଜକୁ ଆଗେଇ ନେବାରେ ସାହାୟକ ହୋଇଛନ୍ତି ଏବଂ ଏବେ ଆପଣଙ୍କୁ ସଠିକ୍ ନିର୍ଣ୍ଣୟ ନେବା ଉଚ଼ିତ୍ ।

ମକର

ଆପଣଙ୍କ ସୁଖ ସଂବଳ ଆପଣଙ୍କୁ ବହୁତ ସାହାଯ୍ୟ କରିବ । ଆପଣ ଯାହା କିଛି ଆଜି କରନ୍ତୁ ନା କାହିଁକି ଆପଣଙ୍କ ଅନ୍ତରଆତ୍ମା ଇଚ୍ଛାନୁଯାଇ କାମକରନ୍ତୁ । ଆପଣ କୌଣସି ବିପଦକୁ ଡ଼ରିବେ ନାହିଁ ।

କୁମ୍ଭ

ଆଜି ଆପଣ ଆତ୍ମବିଶ୍ଳେଷଣରେ ସମୟ ବିତାଇବେ । ଆପଣ କେତେ କଠିନ ପରିଶ୍ରମ କରି ଆଜି ପ୍ରତିଷ୍ଠିତ ହୋଇପାରିଛନ୍ତି , ସେ ବିଷୟରେ ଚ଼ିନ୍ତା କରିବେ ଏବଂ ଭବିଷ୍ୟତରେ କଣ କରିବେ ମଧ୍ୟ ଯୋଜନା କରିବେ । ଆପଣ ଭବିଷ୍ୟତରେ ଉପଯୁକ୍ତ ପାଇବା ପାଇଁ ଏହା ସାହାଯ୍ୟ କରିବ ।

ମୀନ

ଆଜି ଦିନରେ ଆପଣ ଅତି ସାବଧାନରେ ସମସ୍ତ କଥା ଚିନ୍ତା କରିବେ । ଏଭଳି ଅବସ୍ଥାରେ ପହଞ୍ଚିବା ପାଇଁ କେତେ କଠିନ ପରିଶ୍ରମ କରିଛନ୍ତି ତାହା ଚିନ୍ତା କରି ଆନନ୍ଦିତ ହେବେ ଏବଂ ଭବିଷ୍ୟତ ଆପଣଙ୍କ କିପରି ହେବ ତାହା ମଧ୍ୟ ଚିନ୍ତା କରିବେ ।