ଆଜିର ରାଶିଫଳ; ୨୮ ଜାନୁଆରୀ ୨୦୨୦ ମଙ୍ଗଳବାର ; କେମିତି କଟିବ ଆଜିର ଦିନ

ମେଷ

ନିଜର କୌଶଳ ଏବଂ ସାହସକୁ ପାଥେୟ କରି ଆପଣଙ୍କ ରାସ୍ତାରେ ଆସୁଥିବା ସବୁ ବାଧାବିଘ୍ନକୁ ଆପଣ ସମାଧାନ କରିବେ । ଆପଣଙ୍କର ଏହି ଆସାଧାରଣ ନକ୍ଷତା ଯୋଗୁଁ ବାଧାବିଘ୍ନ ସବୁ ଆପେ ଦୂରେଇଯିବ ।

ବୃଷ

ଆଜି ଆପଣଙ୍କ ନିଜ ସବୁ ସମସ୍ୟାକୁ ସମାଧାନ କରିବା ଚ଼େଷ୍ଟାରେ ଲାଗିଯିବେ । ଏହି ସମୟରେ କୌଣସି ରୋଗ କିମ୍ବା ବିଷୟକୁ କେବଳ ଉପରେ ସମାଧାନ କରନ୍ତୁ ନାହିଁ । ଆପଣ ଏହାର ମୂଳୋତ୍ପାନ କରିବାକୁ ଚ଼େଷ୍ଟା କରନ୍ତୁ ।

ମିଥୁନ

ଆଜି ଆପଣ ନିଜର ଅତିତକଥା ମନେ ପକାଇ ଖୁସି ରହିବେ । ସପ୍ତାହଶେଷରେ ବନ୍ଧୁ ଏବଂ ସମ୍ପର୍କିୟଙ୍କୁ ଭେଟିବାକୁ ଇଛା କରିବେ । ଏହା ଆପଣଙ୍କୁ ବିଗତ ଦିନର ସ୍ମୃତି ଚାରଣ କରିବାରେ ସାହାଯ୍ୟ କରିବ ।

କର୍କଟ

ଆପଣଙ୍କ ମନ ଆଜି ଖୁସି ରହିବ । ଏଥିରେ କେହି ବାଧା ସୃଷ୍ଟି କରିପାରିବେ ନାହିଁ ।ଏହା ଆପଣଙ୍କୁ କାର୍ଯ୍ୟ ସମ୍ପାଦନରେ ଏକ ସକାରାତ୍ମକ ମନଭାବ ସୃଷ୍ଟି କରିବ । ଏହି ପ୍ରକାର ମନଭାବ ନେଇ ଆଗେଇ ଚାଲନ୍ତୁ ଓ ବାକି ରହିଥିବା କାମଗୁଡିକ ଶେଷ କରନ୍ତୁ ।

ସିଂହ

ଆଜି ଆପଣଙ୍କ ଆତ୍ମବିଶ୍ୱାସ ଏହାର ଚ଼ରମ ସୀମାରେ ରହିବ । ଏହାର ପୂର୍ଣ୍ଣ ଫାଇଦା ଉଠାନ୍ତୁ । ଆପଣ ନିଜର ଆତ୍ମବିଶ୍ୱାସ ଏବଂ ସକାରାତ୍ମକ ଭାବନା ଦ୍ୱାରା ଅନ୍ୟ ମାନଙ୍କୁ ପ୍ରଭାବିତ କରିବେ ।

କନ୍ୟା

ଆଜି ଦିନରେ ଆପଣ ଆଳସ୍ୟ ଅନୁଭବ କରିବେ । କିନ୍ତୁ ବର୍ତ୍ତମାନ ଆପଣ ଆଳସ୍ୟର ସମୟ କଟାଇଲେ ଚଳିବ ନାହିଁ । ଅଯଥା ସମୟ ନଷ୍ଟ କରନ୍ତୁ ନାହିଁ । କୌଣସି ନା କୌଣସି କାର୍ଯ୍ୟରେ ନିଜକୁ ନିୟୋଜିତ ରଖନ୍ତୁ ।

ତୁଳା

ଆଜି ଆପଣ ମାନସିକ ଶାନ୍ତିରୁ ବଞ୍ଚିତ ରହିବେ । କୌଣସି ମନୋରଞ୍ଜନ କାର୍ଯ୍ୟରେ ଭାଗନେଲେ ବହୁତ ଉତ୍ତମ । ପରିବାର ସଦସ୍ୟ କିମ୍ବା ସାଥିମାନଙ୍କ ସହ ବାହାରେ ଭ୍ରମଣ କରନ୍ତୁ ।

ବିଛା

ଅନ୍ୟମାନଙ୍କର ଅଭିଯୋଗ ସମାଲୋଚନାକୁ ଖାତିର ନ କରି ଦିନ କଟାଇବେ ଏବଂ ଅନ୍ୟମାନଙ୍କ ସମାଲୋଚନା ଦ୍ୱାରା ନିଜେ ପ୍ରଭାବିତ ହେବେ ନାହିଁ । ପରିଶେଷରେ ଅନ୍ୟମାନେ ଆପଣଙ୍କୁ ଗ୍ରହଣ କରିବେ ।

ଧନୁ

ଆପଣଙ୍କ ସଂପ୍ରେଷଣ କଳା ଏବଂ ଦୃଢ଼ ନିଶ୍ଚୟ ଯୋଗୁଁ ଆପଣ ବହୁ ସମସ୍ୟାକୁ ସମାଧାନ କରିବେ । ଯେତେବେଳେ ଆପଣ ସଫଳତା ପାଇବେ, ସେତେବେଳେ ଏଗୁଡ଼ିକର ଆପଣଙ୍କ ଜୀବନରେ କେତେ ମହତ୍ତ୍ୱ ବୁଝିପାରିବେ ।

ମକର

ଆଜି ଆପଣ ଦାୟୀତ୍ତ୍ୱର ସହ କିଛି କାମ କରିବାରେ ଅସୁବିଧା ହେବ । ଆପଣ ନିଜ ବୁଦ୍ଧି ପ୍ରୟୋଗ କରି କାର୍ଯ୍ୟ କରନ୍ତୁ କିନ୍ତୁ ଧୀର ମସ୍ତିଷ୍କରେ ଯୋଜନା କରନ୍ତୁ । ଶେଷରେ ଦେଖିବେ ଆପଣ ସମସ୍ତ କାର୍ଯ୍ୟ ସୁରୁଖୁରରେ କରିପାରିବେ ।

କୁମ୍ଭ

ଆପଣଙ୍କ ସୁଖ ସଂବଳ ଆପଣଙ୍କୁ ବହୁତ ସାହାଯ୍ୟ କରିବ । ଆପଣ ଯାହା କିଛି ଆଜି କରନ୍ତୁ ନା କାହିଁକି ଆପଣଙ୍କ ଅନ୍ତରଆତ୍ମା ଇଚ୍ଛାନୁଯାଇ କାମକରନ୍ତୁ । ଆପଣ କୌଣସି ବିପଦକୁ ଡ଼ରିବେ ନାହିଁ ।

ମୀନ

ଆପଣଙ୍କର ସ୍ୱପ୍ନ ସାର୍ଥକ ହେବାପାଇଁ ଯେଉଁ କାର୍ଯ୍ୟ କରି ଆସୁଛନ୍ତି ତାହାର ସୁଫଳ ମିଳୁ ନଥିବାରୁ ଆପଣଙ୍କ ମନରେ ନିରାଶ ସୃଷ୍ଟିହୋଇପାରେ । କିନ୍ତୁ ସେଥିପାଇଁ ବିବ୍ରତ ହୁଅନ୍ତୁନି ।