ଆଜିର ରାଶିଫଳ; 19 ସେପ୍ଟେମ୍ବର 2020 ଶନିବାର : କେମିତି କଟିବ ଆଜିର ଦିନ

ମେଷ

ଆଜି ଆପଣଙ୍କ ଆତ୍ମିୟମାନେ ଆପଣଙ୍କୁ ସାହାଯ୍ୟ କରିବେ । ସେମାନଙ୍କ ଛୋଟ ଛୋଟ ଚ଼େଷ୍ଟା ଆପଣଙ୍କ ମନକୁ ଛୁଇଁଯିବ । ସେମାନଙ୍କ ସାହାଯ୍ୟ ଏବଂ ଭଲ ପାଇବା ଯୋଗୁଁ ଆପଣ ସେମାନଙ୍କୁ କୃତଜ୍ଞତା ଜଣାଇବେ ।|

ବୃଷ

ଆଜି ଆପଣ ଆଉ କାହାର ଖରାପ ବ୍ୟବହାରରେ ଦୁଃଖି ଅଟନ୍ତି । ଆପଣ ପୁରା ଚ଼େଷ୍ଟା କରନ୍ତୁ , କୌଣସି ବେକାର କାର୍ଯ୍ୟ ନକରି ନିଜ ଉପରେ ଥିବା ଦାୟିତ୍ୱକୁ କାର୍ଯ୍ୟରେ ପରିଣତ କରନ୍ତୁ ।|

ମିଥୁନ

ଯେଉଁ ଛାତ୍ରମାନେ ନିଜର ଉଚ୍ଚଶିକ୍ଷା ଲାଭ କରିବାକୁ ଚାହୁଁଛନ୍ତି , ଆଜି ଏକ ଶୁଭଦିନ ହିସାବରେ ଯୋଜନା ଆରମ୍ଭ କରନ୍ତୁ । କଣ ଶିକ୍ଷା କରିବେ ଏକ ଚିଠା ତିଆରି କରନ୍ତୁ ଏବଂ ତାହାର ଭଲମନ୍ଦ ବିଚାର କରନ୍ତୁ ।|

କର୍କଟ

ଆଜି ଆପଣ କାହା ଉପରେ ନିର୍ଭର କରୁଛନ୍ତି । ଆପଣ ସମସ୍ତଙ୍କୁ ବିଶ୍ୱାସ ବହୁତ ଶିଘ୍ର କରିନିଅନ୍ତି ।ଏହି ଅଭ୍ୟାସକୁ ଆପଣ ପରିବର୍ତ୍ତନ କରନ୍ତୁ ନହେଲେ ଏହି ଅଭ୍ୟାସ ପାଇଁ ଆପଣ ପଛରେ ହଇରାଣରେ ପଡ଼ିବେ ।|

ସିଂହ

ଆଜି କାଲି ଯେଉଁ ସମସ୍ୟା ବଢି ଚ଼ାଲିଛି ଆପଣ ତାହାକୁ ଠିକ୍ ଭାବରେ ବୁଝି ଶେଷ କରିବା ପାଇଁ ଚ଼େଷ୍ଟା କରିବା ଉଚିତ୍ । ମାନସିକ ଶାନ୍ତି ପାଇଁ ବାହାରେ କେଉଁଠିବି ବୁଲିବାକୁ ଯାଆନ୍ତୁ କିମ୍ବା କୌଣସି ଭଲ ବହି ପଢ଼ି ପାରନ୍ତି ।|

କନ୍ୟା

ଆଜି ଆପଣ ନିଜ ଉପରେ କାର୍ଯ୍ୟ ବୋଧ ବଢ଼ି ଯାଇଛି ବୋଲି ଅନୁଭବ କରିବେ । ଏହି ଚ଼ିନ୍ତା ଘର ଏବଂ କାର୍ଯ୍ୟ ସହ ସମ୍ବନ୍ଧିତ ହୋଇଥାଇପାରେ । ଆଜି ଆପଣ ଶାନ୍ତ ରହି ନିଜର କାର୍ଯ୍ୟ ସମ୍ପାଦନ କରନ୍ତୁ ।|

ତୁଳା

ଆଜି ଦିନରେ ପରିବାର ଲୋକମାନଙ୍କ ସହ ଖୁବ୍ ଝଗଡା ହେବାର ସମ୍ଭାବନା ଅଛି । ଏଥିପାଇଁ କଥାବାର୍ତ୍ତା ଆଗରୁ ଖୁବ୍ ସତର୍କ ରହନ୍ତୁ । ହୁଏତ କଥାବାର୍ତ୍ତା କଲାବେଳେ କୌଣସି କାରଣରୁ ଉତ୍ତେଜିତ ହେଇପାରନ୍ତି କିମ୍ବା କ୍ରୋଧାନ୍ନିତ ହେଇପାରନ୍ତି ।|

ବିଛା

ଏହି ସମୟରେ ନିଜର ଲୋକମାନଙ୍କ ସହିତ ମଜା କରନ୍ତୁ ,କିନ୍ତୁ ଏହାସହ ନିଜ କାର୍ଯ୍ୟକୁ ମଧ୍ୟ ଠିକ୍ ସମୟରେ ସାରିବା ପାଇଁ ଚ଼େଷ୍ଟା କରନ୍ତୁ । ଘର ଏବଂ ବାହାରର କାର୍ଯ୍ୟ ମଧ୍ୟରେ ସନ୍ତୁଳନ ରକ୍ଷା ଆଜି ଆପଣଙ୍କର ମୂଳମନ୍ତ୍ର ହେବା ଉଚ଼ିତ୍ ।|

ଧନୁ

ଆଜି ଆପଣଙ୍କ ଅଟକିଥିବା ସରକାରୀ ସମୃଦ୍ଧି କାର୍ଯ୍ୟ ଗୁଡ଼ିକ ପୂରଣ ହୋଇଯିବ । ସେହି ସଂସ୍ଥା ଗୁଡ଼ିକରୁ ହିଁ ଆପଣଙ୍କର କାର୍ଯ୍ୟକୁ ପ୍ରାଥମିକତା ମିଳିବ ଯେଉଁଠି କି ଆପଣଙ୍କର କାର୍ଯ୍ୟଉପରେ ଏପର୍ଯ୍ୟନ୍ତ ଧ୍ୟାନ ଦିଆଯାଉନଥିଲା ।|

ମକର

ଆପଣଙ୍କ ସଂପ୍ରେଷଣ କଳା ଏବଂ ଦୃଢ଼ ନିଶ୍ଚୟ ଯୋଗୁଁ ଆପଣ ବହୁ ସମସ୍ୟାକୁ ସମାଧାନ କରିବେ । ଯେତେବେଳେ ଆପଣ ସଫଳତା ପାଇବେ, ସେତେବେଳେ ଏଗୁଡ଼ିକର ଆପଣଙ୍କ ଜୀବନରେ କେତେ ମହତ୍ତ୍ୱ ବୁଝିପାରିବେ ।|

କୁମ୍ଭ

କାର୍ଯ୍ୟ କୁଶଳତାର ଗୁଣ ଆପଣଙ୍କ ଭିତରେ ବହୁପରିମାଣରେ ଅଛି ଯାହା ଏହିଦିନ ଆହୁରୀ ଅଧିକ ବଢ଼ି ଯିବ । ଆପଣ ସକାରାତ୍ମକ ଏବଂ ରଚ଼ନାତ୍ମକ ଉର୍ଜାରେ ଅଛନ୍ତି । ଏଥିପାଇଁ ଆପଣ ସହଜରେ ସମସ୍ୟାର ସମାଧାନ ଖୋଜି ବାହାର କରିପାରିବେ ।|

ମୀନ

ଆପଣଙ୍କ ଭିତରେ ରଚ଼ନାତ୍ମକତା ବହୁପରିମାଣରେ ଅଛି, ଆଜିକା ଦିନଟି ଆପଣ ଏହାର ସମ୍ପୂର୍ଣ୍ଣ ବ୍ୟବହାର କରିପାରନ୍ତି । ଆପଣ ବହୁଦିନରୁ କିଛି କହିବାକୁ ଚ଼ାହୁଁଛନ୍ତି କିନ୍ତୁ କରିପାରୁନାହାନ୍ତି । ଆଜିକା ଦିନଟିକୁ ବ୍ୟବହାର କରି ଆପଣ ନିଜର ରଚ଼ନାତ୍ମକତାକୁ ଅଭିବ୍ୟକ୍ତ କରି ପାରନ୍ତି ।|