ଆଜିର ରାଶିଫଳ; 26 ଅଗଷ୍ଟ 2020 ବୁଧୁବାର : କେମିତି କଟିବ ଆଜିର ଦିନ

ମେଷ

ଆପଣଙ୍କୁ ଯେଉଁ କାର୍ଯ୍ୟ କରିବାକୁ କୁହାଯାଇଛି ସେ କାର୍ଯ୍ୟପୂରା ମନଯୋଗ ଦେଇ କରନ୍ତୁ । କାରଣ ଆପଣଙ୍କ ପରିବାର ଏହା ବଦଳରେ ଆପଣଙ୍କୁ ସବୁଦିନ ସାହାଯ୍ୟ କରିବ ଏହି ସମୟରେ ହୁଏତ ଆପଣଙ୍କ ପରିବାର ଆପଣଙ୍କ ପାଖରୁ କିଛି ଆଶା କରୁଛି ।

ବୃଷ

ଆଜି ଘରେ ବହୁତ କୋଳାହଳମୟ ପରିବେଶ ହେବ । ଘରେ ଏକା ସାଙ୍ଗରେ ବହୁତ କାର୍ଯ୍ୟ ହେବ । ଆଜି ଆପଣଙ୍କ ଘରକୁ ବିଦେଶରୁ ଅତିଥି ଆସି ପାରନ୍ତି । ଆପଣ ନିଜର ସବୁ ସମସ୍ୟାକୁ ଗୋଟିଏ ପଟେ ରଖି ନିଜ ସାଙ୍ଗ ସାଥିଙ୍କ ସହିତ ମଜ୍ଜା କରନ୍ତୁ ।|

ମିଥୁନ

ଆପଣଙ୍କୁ ଆପଣଙ୍କ ଦଳର ସମର୍ଥନ ମିଳିପାରିବ ,ଯଦି ଆପଣ ନିଜର ବିଚାରକୁ ସେମାନଙ୍କ ଆଗରେ ବ୍ୟକ୍ତ କରିବେ । ଆପଣ ନିଜେହିଁ ସବୁକାମ କରି ପାରିବେ କିନ୍ତୁ ନିଜ କାର୍ଯ୍ୟକୁ ଦଳ ମଧ୍ୟରେ ସମାନ ପରିମାଣରେ ଭାଗକରି ଦିଅନ୍ତୁ ।|

କର୍କଟ

ଆଜି ଆପଣ ଆପଣଙ୍କ ସାଙ୍ଗର ସାନିଧ୍ୟ ଲାଭ କରିବେ ।ଆଜିର ଦିନ ବହୁତ ଖୁସି କରିବାର ଦିନ ଅଟେ । ସମୟର ତାଳେ ତାଳେ ଏହି ସମ୍ପର୍କ ଆହୁରି ମଜବୁତ ହେବ । ଆଜି ଦିନରେ ସ୍ମରଣୀୟ ମୂହୁର୍ତ୍ତ ଆପଣଙ୍କ ସାଂଗରେ ସବୁବେଳେ ରହିବ ।|

ସିଂହ

ଆଜି ଆପଣ ସେମାନଙ୍କୁ ଜଣାଇଦେବେ ଯେ ଆପଣ ସେମାନଙ୍କ ସାହାଯ୍ୟ କିପରି ଗ୍ରହଣ କରିଛନ୍ତି ଏବଂ ସବୁବେଳେ ଆପଣ ସେମାନଙ୍କ ବ୍ୟତିତ ଅନ୍ୟ କାହାର ସାହାଯ୍ୟ ଆବଶ୍ୟକ ହେଲେ ଆପଣ ସାହାଯ୍ୟ କରିବାକୁ ପଛାନ୍ତୁ ନାହିଁ ।|

କନ୍ଯା

ଆପଣ ଏବଂ ଆପଣଙ୍କର ସାଙ୍ଗ ମଧ୍ୟରେ ଥିବା ସମ୍ପର୍କରେ ଅଧିକ ଦୃଢତା ଆସିବ ।ଆପଣଙ୍କ ମଧ୍ୟରେ ଚିନ୍ତାଧାରାରେ ବହୁତ ସାମଞ୍ଜସ୍ୟ ଥିବାରୁ ଏକା ସାଂଗରେ ସମୟ କଟାଇବାକୁ ବହୁତ ଭଲ ଲାଗିବ । ଏହି ସମ୍ପର୍କକୁ ଏହି ଭଳି ବଜାଇ ରଖନ୍ତୁ ।|

ତୁଳା

ଆଜି ଆପଣଙ୍କର କରିବାର ଲୋକଙ୍କ ପାଇଁ ଖୁସିର ଦିନ ଅଟେ କାରଣ ଆପଣ ଆଜି ସେମାନଙ୍କ ସହିତ ସମୟ କଟାଇବେ । କରିବାରର ସମସ୍ତେ ଏକ ହେବାର ଏବେ ସମୟ ଅଟେ । ବୋଧହୁଏ ଆପଣ ପାହାରକୁ ବୁଲିବାକୁ କିମ୍ବା ଚ଼ଳଚ୍ଚିତ୍ର ଦେଖିବାକୁ ଯାଇପାରନ୍ତି ।|

ବିଛା

ଆଜି ଆପଣଙ୍କ ଆତ୍ମିୟମାନେ ଆପଣଙ୍କୁ ସାହାଯ୍ୟ କରିବେ । ସେମାନଙ୍କ ଛୋଟ ଛୋଟ ଚ଼େଷ୍ଟା ଆପଣଙ୍କ ମନକୁ ଛୁଇଁଯିବ । ସେମାନଙ୍କ ସାହାଯ୍ୟ ଏବଂ ଭଲ ପାଇବା ଯୋଗୁଁ ଆପଣ ସେମାନଙ୍କୁ କୃତଜ୍ଞତା ଜଣାଇବେ ।|

ଧନୁ

ଆଜି ଆପଣଙ୍କ କାହାସହ ନୂଆ ସମ୍ପର୍କର ସ୍ଥାପନା ହୋଇପାରେ । ଦେଖନ୍ତୁ ଏ ସମ୍ପର୍କ ଆପଣଙ୍କୁ କେଉଁଠି ନେଇଯାଇଛି । ଏହା ସହ ସେ ବ୍ୟକ୍ତିଙ୍କୁ କୃତଜ୍ଞତା ଜଣାନ୍ତୁ ଯେ ଆପଣଙ୍କୁ ମାର୍ଗ ଦେଖାଇଛନ୍ତି ।|

ମକର

ଆଜି ଆପଣଙ୍କୁ ଆପଣଙ୍କ ପରିବାରର ପୂରା ସହଯୋଗ ମିଳିବ । ଯଦି ଆପଣ କୌଣସି ଅସୁବିଧାରେ ପଡୁଛନ୍ତି , ତେବେ ଆପଣ ନିଜର ଲୋକମାନଙ୍କ ସାହାଯ୍ୟ ନିଅନ୍ତୁ । ଆପଣ ଯେକୌଣସି ପ୍ରକାର ସାହାଯ୍ୟ ଚାହୁଁଛନ୍ତି ଆପଣଙ୍କୁ ମିଳିପାରିବ । ସେଥିପାଇଁ ସାହାଯ୍ୟ ମାଗିବାକୁ କୁଣ୍ଠା ପ୍ରକାଶ କରନ୍ତୁ ନାହିଁ ।|

କୁମ୍ଭ

ଆପଣ ହଠାତ୍ ଏମିତି ଜଣେ ବ୍ୟକ୍ତି ସହ ଦେଖାହୋଇପାରନ୍ତି ଯିଏ ଆପଣଙ୍କୁ ବ୍ୟବସାୟିକ କିମ୍ବା ଆପଣଙ୍କର ଜୀବନ ସମ୍ବନ୍ଧୀୟ ଉପଦେଶ ଦେବେ । ନିଜର ଗୁରୁଜନମାନଙ୍କ ପାଖରୁ ଉପଦେଶ ନିଅନ୍ତୁ କାରଣ ସେମାନଙ୍କ ଅନୁଭବ ଆପଣଙ୍କୁ ବହୁତ ଲାଭବାନ କରାଇବ ।|

ମୀନ

ଆଜି ଆପଣ କୌଣସି ଜଣେ ମହତ୍ତ୍ୱପୁର୍ଣ୍ଣ ବ୍ୟକ୍ତିଙ୍କ ସହ ସମ୍ପର୍କ ଯୋଡି ପାରନ୍ତି । ଧ୍ୟାନ ରଖନ୍ତୁ ଯେପରିକି ସେ ବ୍ୟକ୍ତିଙ୍କ ସାମ୍ନାରେ ଆପଣ ନିଜକୁ ଭଲଭାବେ ପ୍ରସ୍ତୁତ କରିପାରିବେ ।|