ଆଜିର ରାଶିଫଳ; 30 ଅଗଷ୍ଟ 2020 ରବିବାର : କେମିତି କଟିବ ଆଜିର ଦିନ

ମେଷ

ଆଜି ଆପଣ ଅଧିକ ସମୟ ପରିବାର ଲୋକଙ୍କ ସହିତ କଟାଇବେ । ନିଜ ଲୋକଙ୍କ ସହିତ ରହିଲେ ଆପଣଙ୍କୁ ବହୁତ ଖୁସି ଲାଗିବ । ନିଜ ପ୍ରତି ପରିବାର ଲୋକଙ୍କ ସ୍ନେହ ଓ ସମ୍ମାନ ଦେଖି ଆପଣ ବହୁତ ଖୁସି ହେବେ ।

ବୃଷ

ଆଜି ଆପଣ ପରିବାରର ଲୋକଙ୍କ ଜୀବନରେ ସ୍ନେହ ଭରିଦିଅନ୍ତୁ । ଆଜିର ଦିନ ପରିବାର ଲୋକଙ୍କ ସହ କଟାଇବାର ଦିନ ଅଟେ । ଆପଣଙ୍କ ସ୍ନେହକୁ ଆପଣଙ୍କ ପରିବାର ଲୋକ ବୁଝିବେ । ଆଜି ଆପଣଙ୍କ ବିରତ୍ୱରେ ଦୃଢ଼ତା ଆସିବ ।|

ମିଥୁନ

ଆଜି ଆପଣଙ୍କ ପରିବାରର କୌଣସି ସଦସ୍ୟଙ୍କୁ ନୂଆ ପରିଚ଼ୟ ମିଳିପାରେ । ଏଥିପାଇଁ ବୋଧହୁଏ ତାଙ୍କୁ ବହୁତ ପ୍ରଶଂସା ମିଳିପାରେ । ଆଜି ନିଜ ପରିବାରର କିଛି ସଦସ୍ୟଙ୍କର ଦେଖାଶୁଣା କରିବାକୁ ପଡ଼ିପାରେ । ସମୟ କାଢ଼ି ନିଜ ଲୋକଙ୍କୁ ସ୍ନେହ ଦିଅନ୍ତୁ ।|

କର୍କଟ

ଆଜି ଆପଣଙ୍କ ଖୁସିର ଠିକଣା ରହିବ ନାହିଁ । ଆଜି ଆପଣଙ୍କ ପରିବାର ଲୋକ କିମ୍ବା ବନ୍ଧୁ ମାନଙ୍କ ସହିତ କୌଣସି ଉତ୍ସବରେ ଯୋଗ ଦେବେ କିମ୍ବା ବାହାରକୁ ବୁଲିବାକୁ ଯିବେ ।|

ସିଂହ

ଆଜିର ଦିନ ନିଜ ପରିବାର ଲୋକଙ୍କ ସହିତ ରହିବା ପାଇଁ ଶୁଭ ଦିନ ଅଟେ । ଆଜି ଆପଣ ସେମାନଙ୍କ ସହିତ ମିଳିମିଶି କୌଣସି ମନୋରଞ୍ଜନ କାର୍ଯ୍ୟକ୍ରମରେ ଭାଗ ନେବେ । ଆଜି ଆପଣ କୌଣସି ପାରିବାରିକ ଉତ୍ସବରେ ମଧ୍ୟ ଭାଗ ନେବେ ।|

କନ୍ୟା

ଆଜି ଆପଣ ଜାଣିପାରିବେ ଆପଣଙ୍କ ସାହାଯ୍ୟ ପାଇଁ ଆପଣଙ୍କ ପରିବାର ଓ ବନ୍ଧୁମାନେ ସବୁବେଳେ ଆଗଭର ଅଟନ୍ତି । ଆଜି ସେମାନେ ଆପଣଙ୍କ ଜୀବନରେ ମହତ୍ତ୍ୱପୂର୍ଣ୍ଣ ଭୁମିକା ନିର୍ବାହ କରିବେ ।|

ତୁଳା

ଆଜି ଆପଣ ନିଜକୁ କୌଣସି ପରିବାରର କାର୍ଯ୍ୟ ବ୍ୟସ୍ତ ରଖିବେ ।ଏହି କାର୍ଯ୍ୟର ଆୟୋଜନ କରିବାରେ ଆପଣଙ୍କୁ ଆନନ୍ଦ ମିଳିବ ।ଏହି କାର୍ଯ୍ୟ ଦ୍ୱାରା ଆପଣ ଓ ଆପଣଙ୍କ ପରିବାରର ଲୋକ ବହୁତ ଖୁସି ହେବେ ।ଆପଣ ଏହି କାର୍ଯ୍ୟ ପାଇଁ ବହୁତ ବ୍ୟସ୍ତ ରହିବେ ।|

ବିଛା

ଆଜି ଆପଣ ନିଜ ପରିବାର ଲୋକଙ୍କ ସହିତ କୌଣସି କାର୍ଯ୍ୟରେ ଯୋଗଦେବେ ,ନହେଲେ ବାହାରକୁ ବୁଲିବାକୁ ଯାଇପାରନ୍ତି ଯାହା ଆପଣଙ୍କୁ ବହୁତ ଖୁସି ପ୍ରଦାନ କରିବ । ଆଜିର ଦିନ ନିଜ ପରିବାର ଲୋକଙ୍କ ସହିତ ବଣଭୋଜିରେ ଯିବା ପାଇଁ ଉଚ଼ିତ୍ ହେବ ।|

ଧନୁ

ଯଦି ଆପଣଙ୍କୁ ଏମିତି ଲାଗେ ଯେ ଆଜି ଆପଣଙ୍କ କୌଣସି ଅସୁବିଧାରେ ଏକା ପଡ଼ିଯାଇଛନ୍ତି ତାହାଲେ ଆପଣଙ୍କୁ ଆପଣଙ୍କର ବନ୍ଧୁ କିମ୍ବା ପରିବାର ସମସ୍ତେ ସାହାଯ୍ୟ କରିବାକୁ ଆଗେଇ ଆସିବେ । ସାହାଯ୍ୟ ପାଇଁ ଆପଣ ସେମାନଙ୍କ ଉପରେ ନିର୍ଭର କରିପାରିବେ ।|

ମକର

ଆଜି ଆପଣ ଜାଣିପାରିବେ ଯେ ଆପଣ ନିଜ ବନ୍ଧୁମାନଙ୍କୁ ବହୁତ ଭଲପାଆନ୍ତି ଏବଂ ସେମାନଙ୍କ ସାଙ୍ଗରେ ସମୟ କଟାଇବାକୁ ଚ଼ାହାନ୍ତି । ଆଜିର ଦିନ ନିଜ ପରିବାର ଲୋକଙ୍କ ସହିତ କଟାଇଲେ ଶୁଭ ହେବ ।|

କୁମ୍ଭ

ଆଜି ଆପଣଙ୍କ ପରିବାରର କୌଣସି ସଦସ୍ୟଙ୍କ ପରାମର୍ଶ ଆପଣଙ୍କୁ ଠିକ୍ ଲାଗି ନ ପାରେ । ଏହାର ପ୍ରଭାବ ଆପଣଙ୍କ ଉପରେ ପଡ଼ିଲେ ମଧ୍ୟ ଆପଣ ଏହି ବିଷୟରେ କିଛି କରିପାରିବେ ନାହିଁ ।|

ମୀନ

ଆପଣଙ୍କ ମଧ୍ୟରୁ ଯେଉଁମାନେ ପରିବାର ଠାରୁ ଦୂରରେ ଅଛନ୍ତି ସେମାନେ ନିଜ ପରିବାର ସହିତ ଭଲ ସମୟ କଟାଇପାରିବେ । ଆପଣ ଏହି ସମୟର ଉପଯୋଗ ପୁରୁଣା ସ୍ମୃତିକୁ ମନେ ପକାଇବାରେ ବ୍ୟବହାର କରିପାରିବେ ।|