ମେଷ
ଆଜି ଆପଣଙ୍କୁ ନିଜର ବିଚ଼ାରକୁ ସ୍ପଷ୍ଟତାରେ ଅଭିବ୍ୟକ୍ତ କରିବା ପାଇଁ ଚ଼େଷ୍ଟା କରିବା ଉଚ଼ିତ୍ । ଆପଣ ବହୁତ ଭଲ ବିଚ଼ାରରେ ଭର୍ତି ଅଛନ୍ତି କିନ୍ତୁ ଏ ବିଚ଼ାର ନିଜର ସହତ୍ତ୍ୱ ହଜାଇ ଦେବେ ଯଦି ଆପଣ ତାକୁ ଠିକ୍ ଭାବରେ ବ୍ୟକ୍ତ ନକରିପାରିବେ ।|
ବୃଷ
ଆଜି ଆପଣ କିଛି ନୂଆ ଲୋକଙ୍କୁ ଭେଟିବେ ଏବଂ ନିଜ କାର୍ଯ୍ୟରେ ଆପଣ ନିଜର ସ୍ଥିତିକୁ ଦୃଢ଼ କରିପାରିବେ ଏହା ଦ୍ୱାରା ଆପଣଙ୍କର ନୂଆ ବନ୍ଧୁ ସୃଷ୍ଟି ହେବେ ଏବଂ ଆପଣଙ୍କର ଜୀବନରେ ଅନ୍ୟ ଏକ ନୂଆ ଦିଗ ଦେଖାଦେବ ।|
ମିଥୁନ
ଆଜି ଆପଣ ଘରର ସୁରକ୍ଷା ପ୍ରତି ଧ୍ୟାନ ଦିଅନ୍ତୁ, କାରଣ ବହୁମୂଲ୍ୟ ବସ୍ତୁ କିଛି ଚୋରି ହେବାର ସମ୍ଭାବନା ରହିଛି । କିନ୍ତୁ ଯଦି ଆପଣ ସାବଧାନ ରୁହନ୍ତି , କ୍ଷତି ହୋଇ ନ ପାରେ । ଏହାର ଅର୍ଥ ନୁହେଁ ଯେ ଆପଣ ଡରିଯିବେ ।|
କର୍କଟ
ଆଜି ଆପଣ ମାନସିକ କ୍ଷେତ୍ରରେ ଦୃଢ଼ ରହିବେ । ଆପଣଙ୍କ ଯୋଗ୍ୟତା ଓ ଜ୍ଞାନ ବଳରେ ଆପଣଙ୍କ ଆତ୍ମବିଶ୍ୱାସ ବଢ଼ିବ ଓ ତା ସଙ୍ଗେ ଆପଣଙ୍କୁ ଲାଭ ମଧ୍ୟ ମିଳିବ ।|
ସିଂହ
ଆଜି ଆପଣ ଆଧ୍ୟାତ୍ମିକତା ଦ୍ୱାରା ପ୍ରଭାବିତ ହେବେ । ଆପଣ ଆଜି ଆପଣଙ୍କ ଅନ୍ତରକୁ ଚିହ୍ନିବାକୁ ଚାହିଁବେ । ଈଶ୍ୱରଙ୍କ ନିକଟବର୍ତ୍ତୀ ହେବାର ଏହି କାମନାରୁ ଆଜି ଆପଣଙ୍କୁ ବହୁତ ଶାନ୍ତି ମିଳିବ । ଏତଦ୍ୱାରା ଆଜି ଆପଣଙ୍କ ପ୍ରତିଭା ବିକଶିତ ହେବ ।|
କନ୍ୟା
ଆଜି ଆପଣ ଜାଣିବାକୁ ପାଇବେ ଯେ ସତ୍ତାରେଥିବା ଲୋକମାନଙ୍କ ସହିତ ଆପଣଙ୍କର ସମ୍ବନ୍ଧ ପ୍ରଗାଢ଼ ଅଛି । ଏଥିରୁ କେହି ଲୋକ ଆପଣଙ୍କର ସାହାଯ୍ୟ ପାଇଁ ଆଗେଇ ଆସିବେ ।|
ତୁଳା
ଆଜି ଭ୍ରମ ଯୋଗୁଁ ବିଚଳିତହୋଇ ସମ୍ଭାବନା ଶାନ୍ତି ଓ ନିରଳା ମାନସିକ ଭାବନାରେ ଏହାର କାରଣ ଖୁଜି ବସନ୍ତୁ । ଆପଣ ନିଜର ବଂଧୁ ଓ ପରିବାର ସହ ସଦସ୍ୟଙ୍କ ସହ ଖୋଲା ମନରେ କିଛି ସମୟ ଆଲୋଚନା କରନ୍ତୁ ।|
ବିଛା
ଆଜି ଆପଣ ନିଜର ଅଟକି ଥିବା କାମ ଗୁଡ଼ିକୁ ପୂରା କରିବା ପାଇଁ ଚ଼େଷ୍ଟା କରନ୍ତୁ । ଆଜି ଆପଣ ଭଲ ପରିଣାମ ଉପରେ ଧ୍ୟାନ ଦେବେ । ଆଜି ଆପଣ ପୂରା ଜୋରସୋରରେ ନିଜ କାମ ଆରମ୍ଭ କରନ୍ତୁ ।|
ଧନୁ
ନିଜର ଉଚ୍ଚଅଧିକାରୀ ଏବଂ ସହକର୍ମୀମାନଙ୍କ ସହ କଳି ନ କରିବାକୁ ଚ଼େଷ୍ଟା କରନ୍ତୁ । ଆପଣ ନୀରବ ରହିବା ଭଲ । ଆପଣ ଆଜି ଖୁସି ହେବେ ଯେତେବେଳେ ଆପଣ ଦେଖିବେଯେ ଆପଣ ଶାନ୍ତ ରହିବା ଦ୍ୱାରା ସବୁ କଥା ସ୍ୱାଭାବିକ ହୋଇଯାଇଛି ।|
ମକର
ଆଜି ଆପଣ କୌଣସି ଉପଦେଷ୍ଠାଙ୍କର କିମ୍ବା ବରିଷ୍ଠ ବ୍ୟକ୍ତିଙ୍କର ମାର୍ଗ ଦର୍ଶନ ପାଇଁ ସାହାଯ୍ୟ ଚାହିଁବେ । ଆପଣ ବୋଧ ହୁଏ ନିଜ ଜୀବନର କୌଣସି ଦ୍ୱିଧା ବା ଅସୁବିଧା ପରିସ୍ଥିତିରୁ ବାହାରି ଆସିପାରୁ ନାହାନ୍ତି ।|
କୁମ୍ଭ
ଯଦି ଛୁଟିଦିନ ଦେଖି ଆତ୍ମିୟସୋଜନ ମାନଙ୍କ ସହ ବୁଲିବାକୁ ଯାଆନ୍ତି ଏହି ସମୟଟି ପ୍ରକୃଷ୍ଟ ଅଟେ ।ସେଥିପାଇଁ ବିଧିବୋଧ ଯୋଜନା କରନ୍ତୁ । ପର୍ଯ୍ୟଟନ ବୁଲିବାକୁ ମଧ୍ୟ ଯାଇପାରନ୍ତି ଏବଂ ଏଥିରେ ଆପଣଙ୍କୁ ପରମ ଆନନ୍ଦ ମିଳିବ ।ଏହାକୁ ଉପଭୋଗ କରିବେ ।|
ମୀନ
ଛାତ୍ରମାନେ ଯଦି ମେଧାବୃତି ପାଇଁ ଦରଖାସ୍ତ କରି ଅପେକ୍ଷା କରିଛନ୍ତି ଏସମ୍ବନ୍ଧରେ ଖବର ପାଇବେ । ଏହା ପାଇସାରିବା ପରେ ଅଧ୍ୟୟନ ପ୍ରତି ଅଧିକ ମନ ବଳାଇ ଲକ୍ଷ୍ ପଥରେ ଅଗ୍ରସର ହେବା ପାଇଁ ଚେଷ୍ଟା କରିବେ ।|