ଆଜିର ରାଶିଫଳ; 01 ଜୁଲାଇ 2021 ଗୁରୁବାର : କେମିତି କଟିବ ଆଜିର ଦିନ

ମେଷ

ନିଜ ନିୟନ୍ତ୍ରଣରୁ ବାହାରି କାର୍ଯ୍ୟ କରନ୍ତୁ ନାହିଁ । ଧୈର୍ଯ୍ୟ ଏବଂ ସାହସକୁ ପାଥେୟ କରି ବିପଦର ସାମ୍ନାକଲେ ସଫଳତା ନିଶ୍ଚୟ ମିଳିବ ।

ବୃଷ

ଆପଣ ଖୁସି ମନେଇବାପାଇଁ କିମ୍ବା ବ୍ୟବସାୟ ଦୃଷ୍ଟିରୁ ବାହାରକୁ ଯାତ୍ରା କରିପାରନ୍ତି । କିନ୍ତୁ କୌଣସି ପ୍ରକାର ଅସୁବିଧା ସୃଷ୍ଟିହେବାର ସଂକେତ ଅଛି । ଯୋଜନାରେ କିଛି ବିଘ୍ନ ଘଟିପାରେ ଏବଂ ଆପଣ ଯୋଜନାର ପରିବର୍ତ୍ତନ କରିପାରନ୍ତି ।

ମିଥୁନ

ଆପଣଙ୍କର ବୋଧହୁଏ କୌଣସି ଉଚ୍ଚ ଅଧିକାରୀଙ୍କ ସହିତ ପଡ଼ିନପାରେ କିନ୍ତୁ ଆପଣଙ୍କ ପାଇଁ ଠିକ୍ ରହିବ ଯେ ଆପଣ ବୁଦ୍ଧି ଏବଂ କୂଟନୀତି ସାହାଯ୍ୟରେ ନିଜର କାମ ବାହାର କରିନେବେ । ଆପଣ ତାଙ୍କୁ ନିଜର କଥା ଭଲ ଭାବରେ ବୁଝାଇବାକୁ ଚ଼େଷ୍ଟା କରିବେ ।

କର୍କଟ

ଆଜି ଆପଣଙ୍କର ଆଖପାଖ ଲୋକ ଆପଣଙ୍କୁ ଭୁଲ ବୁଝିପାରନ୍ତି, ଏଥି ପାଇଁ ଆପଣଙ୍କର ବିଚ଼ାରକୁ ସ୍ପଷ୍ଟଭାବରେ ଅଭିବ୍ୟକ୍ତ କରନ୍ତୁ । ଯାହାବି କୁହନ୍ତୁ ବୁଝି ସୁଝି କୁହନ୍ତୁ, ଯଦି ଆପଣଙ୍କର ଶବ୍ଦକୁ ଭୁଲ ବୁଝି ନିଆ ଯାଏ ତେବେ ଅସୁବିଧା ହୋଇପାରେ ।

ସିଂହ

ଆଜିର ଦିନ ନିଜର ପରିଜନ ଏବଂ ପ୍ରିୟଜନ ମାନଙ୍କ ସହିତ ବିତାଇବାର ଶୁଭ ଦିନ ଅଟେ । ଆଜି ଆପଣ ଏମିତି ପ୍ରିୟଜନ ମାନଙ୍କ ସହିତ କଟେଇବେ ଯେଉଁ ମାନଙ୍କ ସହିତ ଆପଣ ବହୁତ ଦିନରୁ ଦେଖାକରି ପାରିନାହାନ୍ତି ।

କନ୍ୟା

ପରିସ୍ଥିତି ଯେମିତି ହେଉ ମଧ୍ୟ ଆପଣ ଘରର ଶାନ୍ତି ଭଙ୍ଗ ହବାକୁ ଦିଅନ୍ତୁ ନାହିଁ । ନିଜ କ୍ରୋଧକୁ ନିଜ ଭିତରେ ରଖିବା ହିଁ ମଙ୍ଗଳ ।ଏହି କଳହ ଦ୍ୱାରା ଆପଣ ଲାଭବାନ ହେବେ ନାହିଁ ବରଂ ଏହା ଆପଣଙ୍କର ଅଧିକ ଚ଼ିନ୍ତାର କାରଣ ହେବ ।

ତୁଳା

ଆଜି ଦିନରେ ଆପଣଙ୍କର ମାନସିକ ଦୁଶ୍ଚିନ୍ତା ଅଧିକ ହେଇପାରେ । ପରିବାର ସଦଶ୍ୟ ମାନଙ୍କ ସହ ସମୟ ବିତାଇ ପାରନ୍ତି । ସାମୟିକ ନିରାପତ୍ତାର ଅଭାବ ଅନୁଭବ କରିବେ । କିନ୍ତୁ ଏହା ଖୁବ୍ ଶିଘ୍ର ଦୂର ହୋଇଯିବ ।

ବିଛା

ଖରାପ ସମୟରେ ଆଜି ଆପଣ ଗତିକରିବେ କିନ୍ତୁ ବ୍ୟସ୍ତ ହୁଅନ୍ତୁ ନାହିଁ । ଆପଣଙ୍କର ବିଜୟ ସୁନିଶ୍ଚିତ । ଆଜି ଯେତେ ସମସ୍ୟା ଆସିଲେ ସୁଧା ଆପଣ ସବୁ ସମସ୍ୟାର ସମାଧାନ ପାଇଁ ପ୍ରସ୍ତୁତ ଅଛନ୍ତି ।

ଧନୁ

କେବେ ଆପଣ ଭାବିଛନ୍ତି ଯେ କାହିଁକି ଆପଣଙ୍କ ଘରେ ଏତେ କଳି ହେଉଛି ? ବୋଧହୁଏ ଆପଣଙ୍କୁ ନିଜ କ୍ରୋଧ ସମ୍ବରଣ କରିବା ଉଚ଼ିତ୍ । ଆପଣ ନିଜ ପରିବାରବର୍ଗଙ୍କୁ ସମ୍ମାନ ପ୍ରଦର୍ଶନ କଲେ ସେମାନେ ମଧ୍ୟ ଆପଣଙ୍କୁ ପ୍ରତିଦାନରେ ଯଥୋଚ଼ିତ ସମ୍ମାନ ଦେବେ ।

ମକର

ଯଦି ଆପଣଙ୍କୁ ଆଜି ଅନୁଭବ ହୁଏ ଯେ ଆପଣଙ୍କର ପରିବାରର କାହା ସହିତ କୌଣସି ପ୍ରକାର ସମସ୍ୟା ଅଛି ତେଣୁ ଆପଣ ଏହାକୁ ଆଜି ନଷ୍ଟ କରିବାକୁ ଚ଼େଷ୍ଟା କରନ୍ତୁ ।

କୁମ୍ଭ

ଆଜି ଆପଣଙ୍କୁ ସତର୍କତା ଅବଲମ୍ବନ କରିବାକୁ ପଡ଼ିବ, କାରଣ କିଛି ଭୁଲ ବୁଝାମଣା ଯୋଗୁଁ ଆପଣ ଏବଂ ଆପଣଙ୍କ ସମ୍ପର୍କୀୟମାନଙ୍କ ମଧ୍ୟରେ କଳି ହୋଇପାରେ ।

ମୀନ

ଆପଣଙ୍କୁ ହଠାତ୍ ଏକ ହଜିଯାଇଥିବା ବସ୍ତୁ ମିଳିଯିବ । ଏହା କୌଣସି ଉପହାର, କୌଣସି ମୂଲ୍ୟବାନ ବସ୍ତୁ କିମ୍ବା କୌଣସି ମହତ୍ତ୍ୱପୂର୍ଣ୍ଣ ଦଲିଲ୍ ହୋଇପାରେ ।