ଆଜିର ରାଶିଫଳ; 10 ସେପ୍ଟେମ୍ବର 2021 ଶୁକ୍ରବାର : କେମିତି କଟିବ ଆଜିର ଦିନ

ମେଷ

ଆଜି ଆପଣ ଯାହା ନିଷ୍ପତ୍ତି ନେବେ ଭାବିଚ଼ିନ୍ତି ନିଅନ୍ତୁ ,କାରଣ ଆପଣ ନେଇଥିବା ନିଷ୍ପତ୍ତି ଉପରେ ପଶ୍ଚାତାପ ଯେପରି କରିବାକୁ ନ ପଡ଼େ । ତରତର ହୋଇ କୌଣସି ନିଷ୍ପତ୍ତି ନିଅନ୍ତୁ ନାହିଁ ।

ବୃଷ

ଆଜି ଆପଣ ନିତିଦିନ କାର୍ଯ୍ୟକ୍ରମରେ କିଛି ନୂତନତା ଆଣିବାକୁ ଚ଼େଷ୍ଟା କରିବେ । ଆପଣ ସେହି କାର୍ଯ୍ୟ କରନ୍ତୁ ଯାହା ଆପଣଙ୍କର ବହୁତ ଦିନରୁ କରିବାର ଇଚ୍ଛାଥିଲା ।|

ମିଥୁନ

ଆଜି ଆପଣ ନିଜର ଉଗ୍ରସଭାବକୁ ନିୟନ୍ତ୍ରଣ ମଧ୍ୟରେ ରଖନ୍ତୁ, ନ ହେଲେ ଅନ୍ୟ ମାନେ ଆପଣଙ୍କ ଠାରୁ ଦୂରେଇ ଯିବେ । ଆପଣ ଜୀବନରେ କୌଣସି ଘଟଣାକୁ ନେଇ ଆପଣ ବ୍ୟସ୍ତ ହୋଇ ପଡ଼ୁଛନ୍ତି । ତଥାପି ନିଜକୁ ଶାନ୍ତ ରଖନ୍ତୁ ।|

କର୍କଟ

ଆଜି ଆପଣ ନିଜ ନିଷ୍ପତ୍ତିରେ ଅଟଳ ରୁହନ୍ତୁ ଏବଂ ଆଉ କାହା କଥାରେ ପ୍ରଭାବିତ ହୁଅନ୍ତୁ ନାହିଁ । ଭଲ ହେବ ନିଜ ବିଚ଼ାରକୁ ନିଜେ ଶୁଣନ୍ତୁ । କୌଣସି ବ୍ୟକ୍ତିର ବିଚ଼ାର ଧାରାକୁ ନିଜ ଉପରେ ପ୍ରଭାବିତ ହେବାକୁ ଦିଅନ୍ତୁ ନାହିଁ ।|

ସିଂହ

ଆଜି ଆପଣ କାହା ଉପରେ ନିର୍ଭର କରୁଛନ୍ତି । ଆପଣ ସମସ୍ତଙ୍କୁ ବିଶ୍ୱାସ ବହୁତ ଶିଘ୍ର କରିନିଅନ୍ତି ।ଏହି ଅଭ୍ୟାସକୁ ଆପଣ ପରିବର୍ତ୍ତନ କରନ୍ତୁ ନହେଲେ ଏହି ଅଭ୍ୟାସ ପାଇଁ ଆପଣ ପଛରେ ହଇରାଣରେ ପଡ଼ିବେ ।|

କନ୍ୟା

ଆଜି ଆପଣଙ୍କୁ ଆପଣଙ୍କ ପରିବାରର ପୂରା ସହଯୋଗ ମିଳିବ । ଯଦି ଆପଣ କୌଣସି ଅସୁବିଧାରେ ପଡୁଛନ୍ତି , ତେବେ ଆପଣ ନିଜର ଲୋକମାନଙ୍କ ସାହାଯ୍ୟ ନିଅନ୍ତୁ । ଆପଣ ଯେକୌଣସି ପ୍ରକାର ସାହାଯ୍ୟ ଚାହୁଁଛନ୍ତି ଆପଣଙ୍କୁ ମିଳିପାରିବ । ସେଥିପାଇଁ ସାହାଯ୍ୟ ମାଗିବାକୁ କୁଣ୍ଠା ପ୍ରକାଶ କରନ୍ତୁ ନାହିଁ ।|

ତୁଳା

ଆଜି ଆପଣ ସେମାନଙ୍କୁ ଜଣାଇଦେବେ ଯେ ଆପଣ ସେମାନଙ୍କ ସାହାଯ୍ୟ କିପରି ଗ୍ରହଣ କରିଛନ୍ତି ଏବଂ ସବୁବେଳେ ଆପଣ ସେମାନଙ୍କ ବ୍ୟତିତ ଅନ୍ୟ କାହାର ସାହାଯ୍ୟ ଆବଶ୍ୟକ ହେଲେ ଆପଣ ସାହାଯ୍ୟ କରିବାକୁ ପଛାନ୍ତୁ ନାହିଁ ।|

ବିଛା

ଆଜି ଆପଣଙ୍କ କାହାସହ ନୂଆ ସମ୍ପର୍କର ସ୍ଥାପନା ହୋଇପାରେ । ଦେଖନ୍ତୁ ଏ ସମ୍ପର୍କ ଆପଣଙ୍କୁ କେଉଁଠି ନେଇଯାଇଛି । ଏହା ସହ ସେ ବ୍ୟକ୍ତିଙ୍କୁ କୃତଜ୍ଞତା ଜଣାନ୍ତୁ ଯେ ଆପଣଙ୍କୁ ମାର୍ଗ ଦେଖାଇଛନ୍ତି ।|

ଧନୁ

ଆଜି ଆପଣଙ୍କ ଆତ୍ମିୟମାନେ ଆପଣଙ୍କୁ ସାହାଯ୍ୟ କରିବେ । ସେମାନଙ୍କ ଛୋଟ ଛୋଟ ଚ଼େଷ୍ଟା ଆପଣଙ୍କ ମନକୁ ଛୁଇଁଯିବ । ସେମାନଙ୍କ ସାହାଯ୍ୟ ଏବଂ ଭଲ ପାଇବା ଯୋଗୁଁ ଆପଣ ସେମାନଙ୍କୁ କୃତଜ୍ଞତା ଜଣାଇବେ ।|

ମକର

ଆପଣ ହଠାତ୍ ଏମିତି ଜଣେ ବ୍ୟକ୍ତି ସହ ଦେଖାହୋଇପାରନ୍ତି ଯିଏ ଆପଣଙ୍କୁ ବ୍ୟବସାୟିକ କିମ୍ବା ଆପଣଙ୍କର ଜୀବନ ସମ୍ବନ୍ଧୀୟ ଉପଦେଶ ଦେବେ । ନିଜର ଗୁରୁଜନମାନଙ୍କ ପାଖରୁ ଉପଦେଶ ନିଅନ୍ତୁ କାରଣ ସେମାନଙ୍କ ଅନୁଭବ ଆପଣଙ୍କୁ ବହୁତ ଲାଭବାନ କରାଇବ ।|

କୁମ୍ଭ

ଆଜି ଆପଣ ନରମ ମନୋଭାବ ପୋଷଣ କରି କାହାକୁ ସାହାଯ୍ୟ କରିବେ । ନିଜର ନକାରାତ୍ମକ ଭାବନାକୁ ଦୂରେଇ ଦିଅନ୍ତୁ ଏବଂ ନିଜ ସମ୍ପର୍କକୁ ଅନ୍ୟମାନଙ୍କ ସହ ମଜବୁତ କରନ୍ତୁ । ଏହା ଆପଣଙ୍କୁ ଖୁସି ଆଣି ଦେବ ।|

ମୀନ

ଆଜି ଆପଣ ସେମାନଙ୍କ ସହିତ ସମୟ କଟାନ୍ତୁ । ଯେଉଁମାନଙ୍କ ସହିତ ସମୟ କଟାଇବାପାଇଁ ବହୁତ ଦିନରୁ ଅପେକ୍ଷାରତ ,ନିଜ ବନ୍ଧୁମାନଙ୍କୁ ଦେଖାକରନ୍ତୁ କିମ୍ବା ନିଜ ପରିବାରର ଲୋକ ମାନଙ୍କ ସହିତ ସମୟ କଟାନ୍ତୁ ।|