ଆଜିର ରାଶିଫଳ; 09 ସେପ୍ଟେମ୍ବର 2021 ଗୁରୁବାର : କେମିତି କଟିବ ଆଜିର ଦିନ

ମେଷ

ଆଜି ଆପଣ କୌଣସି ପ୍ରତିଯୋଗିତାର ମାନସିକତାରେ ଅଛନ୍ତି । ଜୀବନର କେତେକ କ୍ଷେତ୍ରରେ ଏହା ଠିକ୍, ମାତ୍ର ମନେରଖନ୍ତୁ ଯେ ଆପଣ ଯେମିତି ବେଶି ଉଗ୍ର ମନୋବୃତି ନଆଣନ୍ତି ବିଶେଷତଃ ନିଜ ପରିବାରକୁ ନେଇ ।

ବୃଷ

ଆଜି ଆପଣଙ୍କ ବିନମ୍ର ସ୍ୱଭାବ ଓ ଦୃଢ଼ତା ସଭିଙ୍କର ମନ ଜିତି ନେବ । ଆଉକିଛି ନହେଲେ ମଧ୍ୟ ଆପଣଙ୍କୁ ଏମିତି ଏକ ଦୃଢ଼ ମନୁଷ୍ୟ କରିଦେବ ଯିଏ କି ସବୁ ପରିସ୍ଥିତିକୁ ସହଜରେ ସମ୍ଭାଳି ନେବ ।

ମିଥୁନ

ଆପଣଙ୍କ ସଂପ୍ରେଷଣ କଳା ଏବଂ ଦୃଢ଼ ନିଶ୍ଚୟ ଯୋଗୁଁ ଆପଣ ବହୁ ସମସ୍ୟାକୁ ସମାଧାନ କରିବେ । ଯେତେବେଳେ ଆପଣ ସଫଳତା ପାଇବେ, ସେତେବେଳେ ଏଗୁଡ଼ିକର ଆପଣଙ୍କ ଜୀବନରେ କେତେ ମହତ୍ତ୍ୱ ବୁଝିପାରିବେ ।

କର୍କଟ

ଆଜି ଆପଣ ଉଭୟ ଶାରିରୀକ ଓ ମାନସିକ ରୂପେ ସୁସ୍ଥ ରହିବେ । ଘର ହେଉ ବା କାର୍ଯ୍ୟକ୍ଷେତ୍ର , ଆପଣଙ୍କ ଆକର୍ଷଣୀୟ ବ୍ୟକ୍ତିତ୍ୱ ସମସ୍ତଙ୍କୁ ଖୁସି କରିଦେବ । ଶାରିରୀକ ଓ ମାନସିକ ସୁସ୍ଥତା ହେତୁ ଉଭୟ ଆପଣଙ୍କ ଉତ୍ପାଦନ ଓ ଗୁଣବତ୍ତା ବଢ଼ିଯ଼ିବ ।

ସିଂହ

ଆଜି ଆପଣଙ୍କ ମାନସିକ ଶକ୍ତି ଏହାର ଚ଼ରମ ସୀମାରେ ରହିବ । ଆପଣଙ୍କୁ ଅସୁବିଧା ଅବସର ଭଳି ଲାଗିବ ଏବଂ ଏହା ଆପଣଙ୍କ ପାଇଁ ବହୁତ
ଲାଭ ଦାୟକ ହେବ । ବିପଦ ସହ ସଂଗ୍ରାମ କରିବାର ଆପଣଙ୍କର ଏହି ସ୍ୱଭାବ ଆପଣଙ୍କୁ ଆଗେଇ ନେବ ।

କନ୍ୟା

ଆପଣଙ୍କ ସାହସ ଏବଂ ଉପସ୍ତିତ ବୁଦ୍ଧି ଆପଣଙ୍କୁ ଅନ୍ୟମାନଙ୍କୁ ଠାରୁ ବହୁ ଆଗକୁ ନେଇ ଯିବ । ଆପଣଙ୍କ ଧୀଶକ୍ତି ଏବଂ ସଂପ୍ରେଷଣ କଳା ଆପଣଙ୍କୁ ଲକ୍ଷ୍ୟପ୍ରାପ୍ତି କରିବାରେ ସାହାଯ୍ୟ କରିବ ।

ତୁଳା

ଆପଣ କିଛି ଦିନ ହେଲା ଯାଣିପାରୁନାହାନ୍ତି ଯେ ଆପଣଙ୍କର କଣ କରିବା ଉଚ଼ିତ୍ । କିନ୍ତୁ ଆପଣଙ୍କର ଚ଼ିନ୍ତାଧାରାରେ ସ୍ପଷ୍ଟତା ଆସିଯିବ । ଏହି ସମୟର ଲାଭ ଉଠାନ୍ତୁ ଏବଂ ଅଟକି ଯାଉଥିବା ସମସ୍ତ କାର୍ଯ୍ୟ କରିବାକୁ ଚ଼େଷ୍ଟା କରନ୍ତୁ ।

ବିଛା

ଆପଣଙ୍କ ବୁଦ୍ଧି ଆଜି ଅଧିକ ବେଗରେ ସାହାଯ୍ୟ କରିବ । ଏହାର ଉପଯୋଗ ଆପଣ ଭବିଷ୍ୟତ ଯୋଜନା କରିବାରେ ବିନିଯୋଗ କରନ୍ତୁ । ଯଦି ଆପଣ କେବଳ ନିଜ ଲକ୍ଷ୍ୟ ଉପରେ ଧ୍ୟାନ ଦେବେ, ତେବେ ବାକି ସମସ୍ତ କାର୍ଯ୍ୟ ସ୍ୱତଃ ଠିକ୍ ହୋଇଯିବ ।

ଧନୁ

ଆଜି ଆପଣଙ୍କ ନିଜ ସବୁ ସମସ୍ୟାକୁ ସମାଧାନ କରିବା ଚ଼େଷ୍ଟାରେ ଲାଗିଯିବେ । ଏହି ସମୟରେ କୌଣସି ରୋଗ କିମ୍ବା ବିଷୟକୁ କେବଳ ଉପରେ ସମାଧାନ କରନ୍ତୁ ନାହିଁ । ଆପଣ ଏହାର ମୂଳୋତ୍ପାନ କରିବାକୁ ଚ଼େଷ୍ଟା କରନ୍ତୁ ।

ମକର

ଆଜି ଆପଣ ନିଜର ବନ୍ଧୁମାନଙ୍କ କଥା ନଶୁଣି ,ନିଜର ହୃଦୟ କଥା ଶୁଣନ୍ତୁ ।ଆପଣଙ୍କ ଅନ୍ତରର ବାଣି ହିଁ ଆପଣଙ୍କୁ ନୂତନ ଦିଗଦର୍ଶନ ଦେବ ।ଆପଣ ନିଜେ ହିଁ ନିଜକୁ ଆଗେଇ ନେବାରେ ସାହାୟକ ହୋଇଛନ୍ତି ଏବଂ ଏବେ ଆପଣଙ୍କୁ ସଠିକ୍ ନିର୍ଣ୍ଣୟ ନେବା ଉଚ଼ିତ୍ ।

କୁମ୍ଭ

ଆଜି ଆପଣଙ୍କ ଆତ୍ମବିଶ୍ୱାସ ଏହାର ଚ଼ରମ ସୀମାରେ ରହିବ । ଏହାର ପୂର୍ଣ୍ଣ ଫାଇଦା ଉଠାନ୍ତୁ । ଆପଣ ନିଜର ଆତ୍ମବିଶ୍ୱାସ ଏବଂ ସକାରାତ୍ମକ ଭାବନା ଦ୍ୱାରା ଅନ୍ୟ ମାନଙ୍କୁ ପ୍ରଭାବିତ କରିବେ ।

ମୀନ

ଆଜି ଆପଣଙ୍କ ଆତ୍ମବିଶ୍ୱାସ ଖୁବ୍ ଉଚ୍ଚରେ ରହିବ । ଆପଣଙ୍କର ଖୁବ୍ କାର୍ଯ୍ୟ ଦକ୍ଷତା ପାଇଁ ପ୍ରଶଂସାଭାଜନ ହୋଇଛନ୍ତି । ଏହି ପ୍ରକାର କାର୍ଯ୍ୟ ଦକ୍ଷତାକୁ ଚ଼ିନ୍ତା କରି ଆପଣ ସମାଧାନ କରିପାରିନଥିବା ସମସ୍ୟାର ସମାଧାନ ପନ୍ଥା ବାହାର କରନ୍ତୁ ।