ଆଜିର ରାଶିଫଳ; 11 ସେପ୍ଟେମ୍ବର 2021 ଶନିବାର : କେମିତି କଟିବ ଆଜିର ଦିନ

ମେଷ

ଅନ୍ୟମାନଙ୍କର ଅଭିଯୋଗ ସମାଲୋଚନାକୁ ଖାତିର ନ କରି ଦିନ କଟାଇବେ ଏବଂ ଅନ୍ୟମାନଙ୍କ ସମାଲୋଚନା ଦ୍ୱାରା ନିଜେ ପ୍ରଭାବିତ ହେବେ ନାହିଁ । ପରିଶେଷରେ ଅନ୍ୟମାନେ ଆପଣଙ୍କୁ ଗ୍ରହଣ କରିବେ ।|

ବୃଷ

ଆଜି ଆପଣ କୌଣସି ନୂଆ କାମ କରିବାରେ ମନ ଦେବେ ।ଏହି କାମ ଚ଼େସ ଖେଳ ଠାରୁ ନେଇ ଆକାଶରେ ଉଡ଼ିବା ପର୍ଯ୍ୟନ୍ତ ହୋଇପାରେ । ଏହି ସମୟ ନିଜ ଜୀବନ ଶୈଳିରେ ପରିବର୍ତ୍ତନ ଆଣିବାର ଏବଂ କିଛି ମଜ୍ଜା କରିବାର ଅଟେ ।|

ମିଥୁନ

ଆଜି ଆପଣଙ୍କ ଜୀବନରେ ଏକ ନୂଆ ମୋଡ଼ ଆସିପାରେ ଆଜି ଆପଣ କୌଣସି ଆତ୍ମିୟ କିମ୍ବା ଅଜଣା ବ୍ୟକ୍ତିଙ୍କ ପାଖରୁ କିଛି ଶିକ୍ଷା ଲାଭ କରି ପାରନ୍ତି ଯାହା ଆପଣଙ୍କ ପାଇଁ ଜରୁରୀ ଥିଲା । ତାଙ୍କ ଉପଦେଶ ଉପରେ ଧ୍ୟାନ ଦିଅନ୍ତୁ ।|

କର୍କଟ

ଆଜି ଆପଣ ନିଜକୁ କୌଣସି ପରିବାରର କାର୍ଯ୍ୟ ବ୍ୟସ୍ତ ରଖିବେ ।ଏହି କାର୍ଯ୍ୟର ଆୟୋଜନ କରିବାରେ ଆପଣଙ୍କୁ ଆନନ୍ଦ ମିଳିବ ।ଏହି କାର୍ଯ୍ୟ ଦ୍ୱାରା ଆପଣ ଓ ଆପଣଙ୍କ ପରିବାରର ଲୋକ ବହୁତ ଖୁସି ହେବେ ।ଆପଣ ଏହି କାର୍ଯ୍ୟ ପାଇଁ ବହୁତ ବ୍ୟସ୍ତ ରହିବେ ।|

ସିଂହ

ବାହାରେ ଭ୍ରମଣ କରି କିଛି ମସୟ କାଟନ୍ତୁ । ପ୍ରକୃତିର ବିଭବ ବସ୍ତୁକୁ ଭଲ ପାଇବେ ଏବଂ ଏହାକୁ ଉପଭୋଗ କରିବେ ।ଏଣୁ ଆପଣଙ୍କୁ ଘର ଚାରିକାନ୍ଥ ଗେରରୁ ବାହାରିବାକୁ ଯେଉଁ ଛୁଟିଦିନ ପାଉଛନ୍ତି ଭ୍ରମଣ ଯୋଜନା କଲେ ଆଶ୍ୱସ୍ତି ମିଳିବ ।|

କନ୍ୟା

ଛାତ୍ରମାନେ ଯଦି ଖେଳ କୁଦ କରିବାକୁ କିମ୍ବା ସିନେମା ଦେଖିବାକୁ ଚାହୁଁଛନ୍ତି ,ଏସମୟକୁ ଉପଯୁକ୍ତ ବ୍ୟବହାର କରନ୍ତୁ । ଆପଣ ମାନସିକ କ୍ଳାନ୍ତି ଭୋଗକରି ପାରନ୍ତି କିନ୍ତୁ ଅଧ୍ୟୟନକୁ ଅବହେଳା କରନ୍ତୁ ନାହିଁ ।|

ତୁଳା

ଆଜି ଆପଣ ନିଜର ଅତିତକଥା ମନେ ପକାଇ ଖୁସି ରହିବେ । ସପ୍ତାହଶେଷରେ ବନ୍ଧୁ ଏବଂ ସମ୍ପର୍କିୟଙ୍କୁ ଭେଟିବାକୁ ଇଛା କରିବେ । ଏହା ଆପଣଙ୍କୁ ବିଗତ ଦିନର ସ୍ମୃତି ଚାରଣ କରିବାରେ ସାହାଯ୍ୟ କରିବ ।|

ବିଛା

ଏହିସମୟରେ ଆପଣଙ୍କୁ କିଛି ବଦଳାଇବାକୁ ପଡ଼ିବ ଯାହା ପାଇଁ ଆପଣ କିଛି ଚ଼ିନ୍ତାରେ ରହିବେ, କିନ୍ତୁ ମନେରଖନ୍ତୁ ଏହି ପରିବର୍ତ୍ତନ ଆପଣଙ୍କ ପାଇଁ କିଛି ନୂଆ ସୁଯୋଗ ଆଣିଦେବ ଏବଂ ଆପଣଙ୍କର ଚ଼ିନ୍ତାଧାରାକୁ ବଢ଼ାଇବାରେ ସହାୟକ ହେବ ।|

ଧନୁ

ଆଜି ଆପଣଙ୍କ ଖୁସିର ଠିକଣା ରହିବ ନାହିଁ । ଆଜି ଆପଣଙ୍କ ପରିବାର ଲୋକ କିମ୍ବା ବନ୍ଧୁ ମାନଙ୍କ ସହିତ କୌଣସି ଉତ୍ସବରେ ଯୋଗ ଦେବେ କିମ୍ବା ବାହାରକୁ ବୁଲିବାକୁ ଯିବେ ।|

ମକର

ଆଜି ଆପଣ ଶାନ୍ତି ପୂର୍ବକ ଘରେ କୌଣସି କଳିକୁ ସମାଧାନ କରିବାକୁ ଚେଷ୍ଟାକରିବେ । ଯଦି ଆପଣ ଏବଂ ଆପଣଙ୍କ ପରିବାର ଲୋକଙ୍କ ମଧ୍ୟରେ କଳି ହୋଇଯାଏ, ତେବେ ଆପଣ ନିଜକୁ ସେମାନଙ୍କ ମଧ୍ୟରେ ଫସିଯାଇଥିବାର ପାଇବେ ।|

କୁମ୍ଭ

ଆଜି ଦିନରେ ଆପଣ ଆଳସ୍ୟ ଅନୁଭବ କରିବେ । କିନ୍ତୁ ବର୍ତ୍ତମାନ ଆପଣ ଆଳସ୍ୟର ସମୟ କଟାଇଲେ ଚଳିବ ନାହିଁ । ଅଯଥା ସମୟ ନଷ୍ଟ କରନ୍ତୁ ନାହିଁ । କୌଣସି ନା କୌଣସି କାର୍ଯ୍ୟରେ ନିଜକୁ ନିୟୋଜିତ ରଖନ୍ତୁ ।|

ମୀନ

ଯଦି ଆପଣଙ୍କୁ ଆଜି ଅନୁଭବ ହୁଏ ଯେ ଆପଣଙ୍କର ପରିବାରର କାହା ସହିତ କୌଣସି ପ୍ରକାର ସମସ୍ୟା ଅଛି ତେଣୁ ଆପଣ ଏହାକୁ ଆଜି ନଷ୍ଟ କରିବାକୁ ଚ଼େଷ୍ଟା କରନ୍ତୁ ।|