ଆଜିର ରାଶିଫଳ; 13 ସେପ୍ଟେମ୍ବର 2021 ସୋମବାର : କେମିତି କଟିବ ଆଜିର ଦିନ

ମେଷ

ଆପଣଙ୍କ ସୁଖ ସଂବଳ ଆପଣଙ୍କୁ ବହୁତ ସାହାଯ୍ୟ କରିବ । ଆପଣ ଯାହା କିଛି ଆଜି କରନ୍ତୁ ନା କାହିଁକି ଆପଣଙ୍କ ଅନ୍ତରଆତ୍ମା ଇଚ୍ଛାନୁଯାଇ କାମକରନ୍ତୁ । ଆପଣ କୌଣସି ବିପଦକୁ ଡ଼ରିବେ ନାହିଁ ।

ବୃଷ

ଆଜି ଆପଣ ଦାୟୀତ୍ତ୍ୱର ସହ କିଛି କାମ କରିବାରେ ଅସୁବିଧା ହେବ । ଆପଣ ନିଜ ବୁଦ୍ଧି ପ୍ରୟୋଗ କରି କାର୍ଯ୍ୟ କରନ୍ତୁ କିନ୍ତୁ ଧୀର ମସ୍ତିଷ୍କରେ ଯୋଜନା କରନ୍ତୁ । ଶେଷରେ ଦେଖିବେ ଆପଣ ସମସ୍ତ କାର୍ଯ୍ୟ ସୁରୁଖୁରରେ କରିପାରିବେ ।|

ମିଥୁନ

ଆଜି ଆପଣ ମାନସିକ ଶାନ୍ତିରୁ ବଞ୍ଚିତ ରହିବେ । କୌଣସି ମନୋରଞ୍ଜନ କାର୍ଯ୍ୟରେ ଭାଗନେଲେ ବହୁତ ଉତ୍ତମ । ପରିବାର ସଦସ୍ୟ କିମ୍ବା ସାଥିମାନଙ୍କ ସହ ବାହାରେ ଭ୍ରମଣ କରନ୍ତୁ ।|

କର୍କଟ

ଆଜି ଦିନରେ ଆପଣ ଅତି ସାବଧାନରେ ସମସ୍ତ କଥା ଚିନ୍ତା କରିବେ । ଏଭଳି ଅବସ୍ଥାରେ ପହଞ୍ଚିବା ପାଇଁ କେତେ କଠିନ ପରିଶ୍ରମ କରିଛନ୍ତି ତାହା ଚିନ୍ତା କରି ଆନନ୍ଦିତ ହେବେ ଏବଂ ଭବିଷ୍ୟତ ଆପଣଙ୍କ କିପରି ହେବ ତାହା ମଧ୍ୟ ଚିନ୍ତା କରିବେ ।|

ସିଂହ

ଆଜି ଆପଣ ନିଜର ଅତିତକଥା ମନେ ପକାଇ ଖୁସି ରହିବେ । ସପ୍ତାହଶେଷରେ ବନ୍ଧୁ ଏବଂ ସମ୍ପର୍କିୟଙ୍କୁ ଭେଟିବାକୁ ଇଛା କରିବେ । ଏହା ଆପଣଙ୍କୁ ବିଗତ ଦିନର ସ୍ମୃତି ଚାରଣ କରିବାରେ ସାହାଯ୍ୟ କରିବ ।|

କନ୍ୟା

ଆପଣଙ୍କ ମନ ଆଜି ଖୁସି ରହିବ । ଏଥିରେ କେହି ବାଧା ସୃଷ୍ଟି କରିପାରିବେ ନାହିଁ ।ଏହା ଆପଣଙ୍କୁ କାର୍ଯ୍ୟ ସମ୍ପାଦନରେ ଏକ ସକାରାତ୍ମକ ମନଭାବ ସୃଷ୍ଟି କରିବ । ଏହି ପ୍ରକାର ମନଭାବ ନେଇ ଆଗେଇ ଚାଲନ୍ତୁ ଓ ବାକି ରହିଥିବା କାମଗୁଡିକ ଶେଷ କରନ୍ତୁ ।|

ତୁଳା

ଆଜି ଦିନଟି ସନ୍ତୋଷଜନକ ଆଜିର କାର୍ଯ୍ୟାବଳୀ ମନରେ ଖୁସି ଭରି ଦେବ । ଅତୀତର ଧୈଯ୍ୟ ଏବଂ କଠିନ ପରିଶ୍ରମ ଫଳ ଉପଭୋଗ କରିବେ । କୌଣସି ଦ୍ୱିଧାବୋଧନ ନ କରି ସୁଫଳକୁ ବଂଧୁମାନଙ୍କ ସହିତ ମିଳି ଉପଭୋଗ କରନ୍ତୁ ।|

ବିଛା

ଆଜି ଦିନରେ ଆପଣ ଆଳସ୍ୟ ଅନୁଭବ କରିବେ । କିନ୍ତୁ ବର୍ତ୍ତମାନ ଆପଣ ଆଳସ୍ୟର ସମୟ କଟାଇଲେ ଚଳିବ ନାହିଁ । ଅଯଥା ସମୟ ନଷ୍ଟ କରନ୍ତୁ ନାହିଁ । କୌଣସି ନା କୌଣସି କାର୍ଯ୍ୟରେ ନିଜକୁ ନିୟୋଜିତ ରଖନ୍ତୁ ।|

ଧନୁ

ଆପଣ ପରିବାରର କାର୍ଯ୍ୟ କ୍ଷେତ୍ର ଏବଂ ବୈବାହିକ ଜୀବନରେ ସଫଳତାର ସ୍ୱାଦ ଉପଭୋଗ କରିବେ । ଆପଣଙ୍କର ଭବିଷ୍ୟତର ସୁଖ ସ୍ୱାଛନ୍ଦ୍ୟର ଭାବନା । ଆପଣଙ୍କ ଦିନଟି ସୁଖରେ କଟିବ । ଏହା ଅନ୍ୟମାନଙ୍କୁ ପ୍ରଭାବିତ କରିବ ।|

ମକର

ଆଜି ଦିନରେ ଆପଣ ଅସୁଖି ଅନୁଭବ କରି ପାରନ୍ତି । କିଛି ସାମାନ୍ୟ ଦୁଶ୍ଚିନ୍ତା ମଧ୍ୟରେ ସମୟ କାଟିପାରନ୍ତି । କିନ୍ତୁ ଖରାପ ସମୟ ଆପେ ଆପେ ଦୁରେଇଯିବ । ସାମୟିକ ଭାବରେ ନିରାପତ୍ତାର ଅଭାବ ଅନୁଭବ କରି ପାରନ୍ତି ।|

କୁମ୍ଭ

ଆପଣ ଆଜି କୌଣସି କାରଣରୁ ନିରାଶ ହେବେ । ଆପଣ ନିଜ ଲକ୍ଷରେ ପହଁଚି କଷ୍ଟକର ହେବ । ଆପଣଙ୍କର କାର୍ଯ୍ୟ ଦକ୍ଷତା ହ୍ରାସ ପାଇପାରେ । ବିଶେଷ ବିବ୍ରତ ହୁଅନ୍ତୁ ନାହିଁ । ଆଜି ଦିନ ବିତେଇଲା ପରେ ଅନ୍ୟାନ୍ୟ କ୍ଷେତ୍ରରେ ଓ ଉନ୍ନତି ପରିଲକ୍ଷିତ ହେବ ।|

ମୀନ

ସାମାନ୍ୟ ବିବ୍ରତ ରହିବେ । ଦାଇତ୍ତ୍ୱର ସହ ଅନ୍ୟାନ୍ୟ କାର୍ଯ୍ୟକରିବାରେ ଅସୁବିଧା ହୋଇପାରେ । ବଂଧୁ ମାନଙ୍କସହ ଫୋନ ମାଧ୍ୟମରେ ବାର୍ତ୍ତାଳାପ କିଛି ସମୟ କଟିପରେ । ଗୁରୁତ୍ତ୍ୱପୂର୍ଣ୍ଣ କାର୍ଯ୍ୟକୁ ସ୍ଥଗିତ ରଖନ୍ତୁ ନାହିଁ ।|