ମେଷ
ଆଜି କେହି ଜଣେ ଗୁରୁଜନ ଆପଣଙ୍କୁ ଉପଦେଶ ଦେବେ ଯାହାକି ଆପଣଙ୍କ ଜୀବନରେ ବହୁତ କାମ ଆସିବ । ଯଦିଓ ଆପଣ କାହାରି ଉପଦେଶ ଖୋଜୁ ନଥିଲେ ତଥାପି ଆପଣଙ୍କୁ ଲାଭ ଜନକ ଉପଦେଶ ମିଳିଯିବ ।
ବୃଷ
ଆପଣ ଆଜି ବିଦେଶରୁ ଗୋଟିଏ ଖୁସି ଖବର ପାଇପାରନ୍ତି ଯଦି ଆପଣ ବିଦ୍ୟାର୍ଥି ହୋଇଥାନ୍ତି ତେବେ ଆପଣ ବୃତ୍ତି ପାଇପାରନ୍ତି କିମ୍ବା ଆପଣଙ୍କର ନାମ ଲେଖା ହୋଇପାରେ । ଏହା ମଧ୍ୟ କୌଣସି ଏକ ନୂଆ ଚ଼ାକିରି ହୋଇଥାଇପାରେ । ତେଣୁ ଇମେଲ ଲେଖନ୍ତୁ ।
ମିଥୁନ
ବିଦେଶ ସହ ସଂଯୋଗ କରୁଥିବା ଯେକୌଣସି କାର୍ଯ୍ୟରୁ ଆପଣଙ୍କୁ ସଫଳତା ମିଳିପାରେ । ଯଦି ଆପଣ କୌଣସି ବିଦେଶୀ ବନ୍ଧୁଙ୍କ ପାଖରୁ ଚାକିରିର ସାହାଯ୍ୟ ପାଇବା ପାଇଁ ଆଶା କରୁଥାନ୍ତି , ତେବେ ଆପଣ ସଫଳ ହେବେ କିମ୍ବା କୌଣସି ଆନ୍ତର୍ଜାତିକ ଚୁକ୍ତି ହୋଇପାରେ ।
କର୍କଟ
ଆପଣ ଦେଖିବେ ଆଜି ଆପଣଙ୍କର ବିଦେଶୀ ଲୋକଙ୍କ ସହ ଆତ୍ମୀୟତା ବଢିବ । ଆପଣଙ୍କ ବିଦେଶୀ ବନ୍ଧୁ ଆପଣଙ୍କୁ ସେଠାକୁ ଯିବାକୁ ନିମନ୍ତ୍ରଣ କରିପାରନ୍ତି କିମ୍ବା ଆପଣଙ୍କ କାର୍ଯ୍ୟ ଯୋଗୁଁ ବିଦେଶ ଯାଇପାରନ୍ତି ।
ସିଂହ
ଆଜି ଦିନରେ ଆପଣ ବିଦେଶରୁ କୌଣସି ଖୁସିଖବର ପାଇ ପାରନ୍ତି । ଏହି ଖବର ବିଦେଶରେ ରହୁଥିବା କୌଣସି ବନ୍ଧୁପରିଜନ ଆପଣଙ୍କୁ ଦେବେ । ଆପଣ ତାଙ୍କର ଫୋନ କିମ୍ବା ଇମେଲର ଅପେକ୍ଷା କରନ୍ତୁ । କାରଣ ଏହି ସୁସମ୍ବାଦ ଆପଣଙ୍କ ପାଇଁ ଖୁବ୍ ଗୁରୁତ୍ତ୍ୱପୂର୍ଣ୍ଣ ।
କନ୍ୟା
ବିଦେଶରୁ ଆସୁଥିବା ଖବର ଜରୁରୀ ନୁହେଁ ଯେ ଆପଣଙ୍କ ପାଇଁ ଶୁଭ ହେବ । ଯେଉଁ ଖବର ପାଇଁ ଆପଣ ଆଶାୟୀ ଥିଲେ ସେ ଖବର ହୁଏତ ଆପଣଙ୍କୁ ମିଳି ନପାରେ । ଧର୍ଯ୍ୟ ଧରି ପରିସ୍ଥିତିକୁ ବୁଝିବାକୁ ଚେଷ୍ଟା କରନ୍ତୁ ।
ତୁଳା
ଆପଣଙ୍କୁ ବିଦେଶ ଯିବା ପାଇଁ ନିମନ୍ତ୍ରଣ ମିଳିପାରେ ସେଥିପାଇଁ ସଜାଗ୍ ରୁହନ୍ତୁ ଏବଂ ଏହି ସୁଯୋଗକୁ ହାତଛଡା କରନ୍ତୁ ନାହିଁ । କିନ୍ତୁ ଆପଣଙ୍କୁ ମିତବ୍ୟୟୀ ହେବାକୁ ପଡ଼ିବ ।
ବିଛା
ଆପଣଙ୍କ ଆଖପାଖରେ ଲୋକ ଆପଣଙ୍କ ମଧୁର ବ୍ୟବହାରକୁ ଦେଖି ଆଶ୍ଚର୍ଯ୍ୟ ହେବେ । ଆପଣ ସମସ୍ତଙ୍କୁ ସାହାଯ୍ୟ କରିବା ପାଇଁ ଆଗେଇ ଯିବେ । ଆଜି ଆପଣ ଦେଖିବେ ଯେ ଜୀବନ ପ୍ରତି ଆପଣଙ୍କ ଭାବ ପୁରାପୁରି ବଦଳାଇ ଯାଇଛି ।
ଧନୁ
ଆଜି ଏଭଳି ଏକ ଦିନ ଯେଉଁଦିନ କି ଆପଣଙ୍କୁ ବିଦେଶରୁ ସୁସମ୍ବାଦ ମିଳିପାରେ । ଯଦି ଆପଣ ପରିବାର ବା ବନ୍ଧୁ ବିଦେଶରେ ରହୁଥାନ୍ତି । ତେବେ ଏହି ସୁସମ୍ବାଦ ତାଙ୍କ ତରଫରୁ ଆସିପାରେ ।ଆଜି ଆପଣ ବିଦେଶ ଯାତ୍ରା କରିପାରନ୍ତି ।
ମକର
ଆଜି ଆପଣ ଆପଣଙ୍କ ସାଙ୍ଗର ସାନିଧ୍ୟ ଲାଭ କରିବେ ।ଆଜିର ଦିନ ବହୁତ ଖୁସି କରିବାର ଦିନ ଅଟେ । ସମୟର ତାଳେ ତାଳେ ଏହି ସମ୍ପର୍କ ଆହୁରି ମଜବୁତ ହେବ । ଆଜି ଦିନରେ ସ୍ମରଣୀୟ ମୂହୁର୍ତ୍ତ ଆପଣଙ୍କ ସାଂଗରେ ସବୁବେଳେ ରହିବ ।
କୁମ୍ଭ
ନିଜ ଜୀବନରେ ସମସ୍ୟାକୁ ସୁଧାରିବା ପାଇଁ ଆପଣ ଆଜି କୌଣସି ବ୍ୟକ୍ତିଙ୍କର ଉପଦେଶ ଗ୍ରହଣ କରିବେ । ଉପଦେଶ ଦେଉଥିବା ବ୍ୟକ୍ତି ଜଣେ ଜ୍ୟୋତିଷ୍କ ହୋଇପାରନ୍ତି । ଯିଏକି ଆପଣଙ୍କୁ ସଠିକ୍ ମାର୍ଗ ଦେଖାଇ ପାରିବେ ।
ମୀନ
ଆପଣଙ୍କୁ ଯେଉଁ କାର୍ଯ୍ୟ କରିବାକୁ କୁହାଯାଇଛି ସେ କାର୍ଯ୍ୟପୂରା ମନଯୋଗ ଦେଇ କରନ୍ତୁ । କାରଣ ଆପଣଙ୍କ ପରିବାର ଏହା ବଦଳରେ ଆପଣଙ୍କୁ ସବୁଦିନ ସାହାଯ୍ୟ କରିବ ଏହି ସମୟରେ ହୁଏତ ଆପଣଙ୍କ ପରିବାର ଆପଣଙ୍କ ପାଖରୁ କିଛି ଆଶା କରୁଛି ।