ଆଜିର ରାଶିଫଳ; 30 Decembar 2021 ଗୁରୁବାର : କେମିତି କଟିବ ଆଜିର ଦିନ

ମେଷ

ଆଜି ଆପଣ ପରିବାରର ଲୋକଙ୍କ ଜୀବନରେ ସ୍ନେହ ଭରିଦିଅନ୍ତୁ । ଆଜିର ଦିନ ପରିବାର ଲୋକଙ୍କ ସହ କଟାଇବାର ଦିନ ଅଟେ । ଆପଣଙ୍କ ସ୍ନେହକୁ ଆପଣଙ୍କ ପରିବାର ଲୋକ ବୁଝିବେ । ଆଜି ଆପଣଙ୍କ ବିରତ୍ୱରେ ଦୃଢ଼ତା ଆସିବ ।

ବୃଷ

ଆଜି ବୋଧେ ଆପଣ କୌଣସି ନୁଆ ସମ୍ପର୍କ ସ୍ଥାପନ କରିପାରନ୍ତି । ଆପଣଙ୍କର ଏହି ନୁଆ ବନ୍ଧୁ ଆପଣଙ୍କର ଖରାପ ସମୟରେ ମଧ୍ୟ ଆପଣଙ୍କ ସାଙ୍ଗରେ ରହିବ । ଆପଣ ଆଜି ଅନୁଭବ କରିବେ ଯେ ଆପଣ କେତେ ସୌଭାଗ୍ୟଶାଳି ଯେ ଆପଣଙ୍କୁ ଏହି ଭଳି ମିତ୍ର ମିଳିଛନ୍ତି ।

ମିଥୁନ

ଆପଣଙ୍କ ଭିତରେ ରଚ଼ନାତ୍ମକତା ବହୁପରିମାଣରେ ଅଛି, ଆଜିକା ଦିନଟି ଆପଣ ଏହାର ସମ୍ପୂର୍ଣ୍ଣ ବ୍ୟବହାର କରିପାରନ୍ତି । ଆପଣ ବହୁଦିନରୁ କିଛି କହିବାକୁ ଚ଼ାହୁଁଛନ୍ତି କିନ୍ତୁ କହିପାରୁନାହାନ୍ତି ।

କର୍କଟ

ଆଜି ଆପଣ ପରିବାରର ଲୋକଙ୍କୁ ଏବଂ ବନ୍ଧୁ ମାନଙ୍କୁ ସେମାନଙ୍କର ସାହାଯ୍ୟ ପାଇଁ ପ୍ରଶଂସା କରିବେ । ସେମାନଙ୍କୁ ସେମାନଙ୍କର ସାହାଯ୍ୟ ପାଇଁ ଧନ୍ୟବାଦ ଅବସ୍ୟ ଦିଅନ୍ତୁ । ଏହା ଆପଣଙ୍କର ସମ୍ପର୍କ ଏବଂ ଶରୀର ପାଇଁ ଲାଭଦାୟକ ହେବ ।

ସିଂହ

ବ୍ୟସ୍ତ ହୋଇ କୌଣସି ମହତ୍ତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଅନ୍ତୁ ନାହିଁ । ଏହି ସମୟଟା ବୋଧହୁଏ ଆପଣ ଚ଼ିନ୍ତା ଗ୍ରସ୍ତହୋଇ କଟାଉଛନ୍ତି । ବ୍ୟସ୍ତ ହୁଅନ୍ତୁ ନାହିଁ ପରିସ୍ଥିତି ଏଭଳି ହେବ ଆପଣ ଆପେ ଆପେ ଏହି ଚ଼ିନ୍ତାରୁ ମୁକ୍ତ ହୋଇଯିବେ ।

କନ୍ୟା

ଆଜି ଆପଣ ଶାନ୍ତି ପୂର୍ବକ ଘରେ କୌଣସି କଳିକୁ ସମାଧାନ କରିବାକୁ ଚେଷ୍ଟାକରିବେ । ଯଦି ଆପଣ ଏବଂ ଆପଣଙ୍କ ପରିବାର ଲୋକଙ୍କ ମଧ୍ୟରେ କଳି ହୋଇଯାଏ, ତେବେ ଆପଣ ନିଜକୁ ସେମାନଙ୍କ ମଧ୍ୟରେ ଫସିଯାଇଥିବାର ପାଇବେ ।

ତୁଳା

ଆପଣଙ୍କୁ ଯେଉଁ କାର୍ଯ୍ୟ କରିବାକୁ କୁହାଯାଇଛି ସେ କାର୍ଯ୍ୟପୂରା ମନଯୋଗ ଦେଇ କରନ୍ତୁ । କାରଣ ଆପଣଙ୍କ ପରିବାର ଏହା ବଦଳରେ ଆପଣଙ୍କୁ ସବୁଦିନ ସାହାଯ୍ୟ କରିବ ଏହି ସମୟରେ ହୁଏତ ଆପଣଙ୍କ ପରିବାର ଆପଣଙ୍କ ପାଖରୁ କିଛି ଆଶା କରୁଛି ।

ବିଛା

ଆପଣଙ୍କର କୌଣସି ପ୍ରିୟଜନ ଆପଣଙ୍କ ପାଇଁ ଶୁଭ ସମାଚ଼ାର ଆଣିବେ ଏବଂ ଆପଣ ସେଥିପାଇଁ ଗର୍ବ ଅନୁଭବ କରିବେ । ଏହି ସମୟ ଖୁସିର ଉତ୍ସବ କଟାଇବାର ଅଟେ । ସେମାନଙ୍କୁ କୌଣସି ଉପହାର, ଭଲ ନମ୍ବର ନ ହେଲେ ବହୁତ ପ୍ରଂଶସା ମିଳିପାରେ ।

ଧନୁ

ଆଜି ଆପଣଙ୍କ ଘରେ ଶାନ୍ତିର ବାତାବରଣ ରହିବ, ନିଜର ଘରୋଇ ଜୀବନକୁ ବଦଳାଇବାରେ ବହୁତ ବଡ଼ ଯୋଗଦାନ ଦେଇଛନ୍ତି । ଆଜି ଆପଣଙ୍କୁ ନିଜର ଚ଼େଷ୍ଟାର ଫଳ ମିଳିବ ଯେଉଁଥିରେ କି ଆପଣଙ୍କର ଜୀବନ ହିଁ ବଦଳିଯିବ ।

ମକର

ଆଜି ଆପଣଙ୍କ ମନ ଓ ମସ୍ତିସ୍କ ଖୁବ୍ ମଜ୍ଜାରେ ରହିବ । ଆପଣଙ୍କ ମନ କାମରେ ବିଲକୁଲ ଲାଗିବନି ହୁଏତ ଆପଣ ନିଜ ଦାୟୀତ୍ତ୍ୱମାନ ମଧ୍ୟ ଉତ୍ତମ ରୁପେ ତୁଲାଇ ପାରିବେନି ।

କୁମ୍ଭ

ଆଜି ଆପଣ ଏମିତି କାର୍ଯ୍ୟରେ ମନୋନିବେଶ କରିବେ ଯାହାକି ଆଧ୍ୟାତ୍ମିକ ସମ୍ପର୍କିତ । ଏହାଦ୍ୱାରା ଆପଣ ଖୁସି ଏବଂ ଆତ୍ମସନ୍ତୋଷ ଲାଭ କରିବେ । ଏହା ଦ୍ୱାରା ଆପଣ ସଠିକ ମାର୍ଗ ଦର୍ଶନ ପାଇପାରନ୍ତି ଏବଂ ଏହାର ପୁରାଲାଭ ଉଠାନ୍ତୁ ।

ମୀନ

ଆଜି ଆପଣ ସଫଳତାର ମୁକୁଟ ପିନ୍ଧିବେ ,ଏହି ସଫଳତାର ଅସଲ ହକଦାର ଆପଣ, କାରଣ ଏହି ସଫଳତା ପାଇବା ପାଇଁ ଆପଣ ଅପ୍ରାଣ ଉଦ୍ୟମ କରିଛନ୍ତି । ଆଜି ସବୁ ଚିନ୍ତିତରେ ଦୂରେଇ ଯାଇ ସଫଳତାକୁ ଉପଭୋଗ କରନ୍ତୁ ।