ଆଜିର ରାଶିଫଳ; 06 ସେପ୍ଟେମ୍ବର 2020 ରବିବାର : କେମିତି କଟିବ ଆଜିର ଦିନ

ମେଷ

ନିଜର ତୀକ୍ଷ୍ଣ ବୁଦ୍ଧି ଯୋଗୁଁ ଆପଣ ଯେ କୌଣସି ସମସ୍ୟାର ସମାଧାନ କରିଦେବେ ଯାହା ବହୁତ ସମୟ ଧରି ଆପଣଙ୍କୁ ହଇରାଣ କରୁଥିଲା । ଆଜି ଆପଣଙ୍କ ବୌଦ୍ଧିକ କ୍ଷମତା ଓ ଯୋଗ୍ୟତା ଚ଼ରମ ସୀମାରେ ଉପନୀତ ହେବ ।

ବୃଷ

ଆପଣଙ୍କ ସଂପ୍ରେଷଣ କଳା ଏବଂ ଦୃଢ଼ ନିଶ୍ଚୟ ଯୋଗୁଁ ଆପଣ ବହୁ ସମସ୍ୟାକୁ ସମାଧାନ କରିବେ । ଯେତେବେଳେ ଆପଣ ସଫଳତା ପାଇବେ, ସେତେବେଳେ ଏଗୁଡ଼ିକର ଆପଣଙ୍କ ଜୀବନରେ କେତେ ମହତ୍ତ୍ୱ ବୁଝିପାରିବେ ।

ମିଥୁନ

ଆଜି ମାନସିକ ଶାନ୍ତି ସାରାଦିନ ରହିବ । ଆଜି କୌଣସି କଥାରେ ଆପଣଙ୍କ ଶାନ୍ତି ଭଙ୍ଗ ହେବାକୁ ଦିଅନ୍ତୁ ନାହିଁ । କିଛି ଲୋକ ଆପଣଙ୍କ କ୍ରୋଧକୁ ବଢ଼େଇପାରନ୍ତି ବା ଆପଣଙ୍କୁ ବିପଥଗାମୀ କରିବାକୁ ଚ଼େଷ୍ଟା କରିପାରନ୍ତି ।

କର୍କଟ

ଆପଣ କିଛି ଦିନ ହେଲା ଯାଣିପାରୁନାହାନ୍ତି ଯେ ଆପଣଙ୍କର କଣ କରିବା ଉଚ଼ିତ୍ । କିନ୍ତୁ ଆପଣଙ୍କର ଚ଼ିନ୍ତାଧାରାରେ ସ୍ପଷ୍ଟତା ଆସିଯିବ । ଏହି ସମୟର ଲାଭ ଉଠାନ୍ତୁ ଏବଂ ଅଟକି ଯାଉଥିବା ସମସ୍ତ କାର୍ଯ୍ୟ କରିବାକୁ ଚ଼େଷ୍ଟା କରନ୍ତୁ ।

ସିଂହ

ଆଜି ଆପଣ କୌଣସି ପ୍ରତିଯୋଗିତାର ମାନସିକତାରେ ଅଛନ୍ତି । ଜୀବନର କେତେକ କ୍ଷେତ୍ରରେ ଏହା ଠିକ୍, ମାତ୍ର ମନେରଖନ୍ତୁ ଯେ ଆପଣ ଯେମିତି ବେଶି ଉଗ୍ର ମନୋବୃତି ନଆଣନ୍ତି ବିଶେଷତଃ ନିଜ ପରିବାରକୁ ନେଇ ।

କନ୍ୟା

ଆପଣଙ୍କ ବୁଦ୍ଧି ଆଜି ଅଧିକ ବେଗରେ ସାହାଯ୍ୟ କରିବ । ଏହାର ଉପଯୋଗ ଆପଣ ଭବିଷ୍ୟତ ଯୋଜନା କରିବାରେ ବିନିଯୋଗ କରନ୍ତୁ । ଯଦି ଆପଣ କେବଳ ନିଜ ଲକ୍ଷ୍ୟ ଉପରେ ଧ୍ୟାନ ଦେବେ, ତେବେ ବାକି ସମସ୍ତ କାର୍ଯ୍ୟ ସ୍ୱତଃ ଠିକ୍ ହୋଇଯିବ ।

ତୁଳା

ଆଜି ଆପଣ ଉଭୟ ଶାରିରୀକ ଓ ମାନସିକ ରୂପେ ସୁସ୍ଥ ରହିବେ । ଘର ହେଉ ବା କାର୍ଯ୍ୟକ୍ଷେତ୍ର , ଆପଣଙ୍କ ଆକର୍ଷଣୀୟ ବ୍ୟକ୍ତିତ୍ୱ ସମସ୍ତଙ୍କୁ ଖୁସି କରିଦେବ । ଶାରିରୀକ ଓ ମାନସିକ ସୁସ୍ଥତା ହେତୁ ଉଭୟ ଆପଣଙ୍କ ଉତ୍ପାଦନ ଓ ଗୁଣବତ୍ତା ବଢ଼ିଯ଼ିବ ।

ବିଛା

ନିଜର କୌଶଳ ଏବଂ ସାହସକୁ ପାଥେୟ କରି ଆପଣଙ୍କ ରାସ୍ତାରେ ଆସୁଥିବା ସବୁ ବାଧାବିଘ୍ନକୁ ଆପଣ ସମାଧାନ କରିବେ । ଆପଣଙ୍କର ଏହି ଆସାଧାରଣ ନକ୍ଷତା ଯୋଗୁଁ ବାଧାବିଘ୍ନ ସବୁ ଆପେ ଦୂରେଇଯିବ ।

ଧନୁ

ଆପଣଙ୍କ ସାହସ ଏବଂ ଉପସ୍ତିତ ବୁଦ୍ଧି ଆପଣଙ୍କୁ ଅନ୍ୟମାନଙ୍କୁ ଠାରୁ ବହୁ ଆଗକୁ ନେଇ ଯିବ । ଆପଣଙ୍କ ଧୀଶକ୍ତି ଏବଂ ସଂପ୍ରେଷଣ କଳା ଆପଣଙ୍କୁ ଲକ୍ଷ୍ୟପ୍ରାପ୍ତି କରିବାରେ ସାହାଯ୍ୟ କରିବ ।

ମକର

ଆଜି ଆପଣଙ୍କ ନିଜ ସବୁ ସମସ୍ୟାକୁ ସମାଧାନ କରିବା ଚ଼େଷ୍ଟାରେ ଲାଗିଯିବେ । ଏହି ସମୟରେ କୌଣସି ରୋଗ କିମ୍ବା ବିଷୟକୁ କେବଳ ଉପରେ ସମାଧାନ କରନ୍ତୁ ନାହିଁ । ଆପଣ ଏହାର ମୂଳୋତ୍ପାନ କରିବାକୁ ଚ଼େଷ୍ଟା କରନ୍ତୁ ।

କୁମ୍ଭ

ଆଜି ଆପଣଙ୍କ ମାନସିକ ଶକ୍ତି ଏହାର ଚ଼ରମ ସୀମାରେ ରହିବ । ଆପଣଙ୍କୁ ଅସୁବିଧା ଅବସର ଭଳି ଲାଗିବ ଏବଂ ଏହା ଆପଣଙ୍କ ପାଇଁ ବହୁତ ଲାଭ ଦାୟକ ହେବ । ବିପଦ ସହ ସଂଗ୍ରାମ କରିବାର ଆପଣଙ୍କର ଏହି ସ୍ୱଭାବ ଆପଣଙ୍କୁ ଆଗେଇ ନେବ ।

ମୀନ

ଆଜି ଆପଣ ମାନସିକ ଶାନ୍ତିରୁ ବଞ୍ଚିତ ରହିବେ । କୌଣସି ମନୋରଞ୍ଜନ କାର୍ଯ୍ୟରେ ଭାଗନେଲେ ବହୁତ ଉତ୍ତମ । ପରିବାର ସଦସ୍ୟ କିମ୍ବା ସାଥିମାନଙ୍କ ସହ ବାହାରେ ଭ୍ରମଣ କରନ୍ତୁ ।