ମେଷ
ଆଜି ଆପଣ ସମାଜସେବା କରିବାକୁ ମନବଳାଇବେ । ଆଜି ଆପଣ ପଇସା ପତ୍ର କିମ୍ବା ସମୟ ଦେଇ ଆବଶ୍ୟକ କରୁଥିବା ଲୋକଙ୍କ ସାହାଯ୍ୟ କରିବାକୁ ଚ଼େଷ୍ଟା କରିବେ । ଦିନ ସରିଲେ ଆପଣ କାମ ପାଇଁ ବହୁତ ଖୁସି ହେବେ ।
ବୃଷ
କୌଣସି ଅସୁବିଧାରେ ପଡ଼ିବା ଆଗରୁ ନିଜକୁ ଦୂରେଇ ରଖନ୍ତୁ । ଜୀବନପ୍ରତି ସକାରାତ୍ମକ ଚ଼ିନ୍ତା ଧାରା ଏହି ସମୟରେ ଆବଶ୍ୟକ ଅଛି । ଆଜି ଆପଣ ନିଶ୍ଚୟ ନିଜର ଅଟଳ ବିଶ୍ୱାସ ଏବଂ ବୁଦ୍ଧିମତ୍ତା ଯୋଗୁଁ ସବୁ ସମସ୍ୟାର ସମାଧାନ କରିପାରିବେ ।
ମିଥୁନ
ଆପଣ ଆସୁବିଧାରେ ପଡ଼ୁଥିବା ପରିସ୍ଥିତିରୁ ଦୂରେଇ ରୁହନ୍ତୁ । କୌଣସି ବେକାର କାର୍ଯ୍ୟରେ ପଡ଼ନ୍ତୁ ନାହିଁ ଏବଂ ନିଜର ସକାରାତ୍ମକ ଚ଼ିନ୍ତା ଧାରା ବଜାୟ ରଖନ୍ତୁ । ଯାହା ଆପଣ ହୋଇପାରିବେ ନାହିଁ ତାହା ହେବା ପାଇଁ ଚ଼େଷ୍ଟା କରନ୍ତୁ ନାହିଁ ।
କର୍କଟ
ଆଜି ଆପଣ କୌଣସି ସ୍ୱାର୍ଥ ନଥିଲେ ସହାୟତା କରନ୍ତୁ । ଏଥିରୁ ଆପଣଙ୍କୁ ଖୁସି ମିଳିବ । ଆଜି ଆପଣଙ୍କ ପାଇଁ ସମ୍ପର୍କର ମହତ୍ତ୍ୱ ବହୁତ ଗୁରୁତ୍ତ୍ୱପୂର୍ଣ୍ଣ ହେବ । ନିଜ ପ୍ରିୟଜନମାନଙ୍କ ସହିତ ସମୟ କଟାଇଲେ ଆପଣଙ୍କୁ ବହୁତ ଖୁସି ଲାଗିବ ।
ସିଂହ
ଆଜି ଆପଣଙ୍କ ମନ କୌଣସି ସାମାଜିକ କାର୍ଯ୍ୟରେ ସହଯୋଗ ପାଇଁ ହେବ । ନିଜର ମନର କଥା ଶୁଣନ୍ତୁ ଏବଂ କୌଣସି ସମାଜିକ କାର୍ଯ୍ୟରେ ସହଯୋଗ କରନ୍ତୁ । ଏହି ଭଲ କାମ ପାଇଁ ଆପଣ ସାହାଯ୍ୟ କରୁଛନ୍ତି ସେମାନଙ୍କୁ ଏବଂ ଆପଣଙ୍କୁ ବହୁତ ଖୁସି ଲାଗିବ ।
କନ୍ୟା
ଆଜି ଆପଣ ନମ୍ରତାର ସହିତ ବ୍ୟବହାର କରନ୍ତୁ ଏବଂ ନିଜ ପ୍ରିୟଜନ ମାନଙ୍କ ସହିତ ସ୍ନେହପୂର୍ଣ୍ଣ ବ୍ୟବହାର କରନ୍ତୁ ସେମାନେ ଆପଣଙ୍କୁ ଆପଣଙ୍କର ବ୍ୟବହାର ପାଇଁ ଧନ୍ୟବାଦ ଦେବେ ଆଜି ଆପଣ ଅନୁଭବ କରିବେ ।
ତୁଳା
ଆପଣଙ୍କୁ କେହି ସାମାଜିକ କାମ ପାଇଁ ସାହାଯ୍ୟ ମାଗିଲେ ଆପଣ ତାହା ଅବଶ୍ୟ କରନ୍ତୁ । ଏଥିରୁ ଆପଣଙ୍କୁ ସନ୍ତୁଷ୍ଟି ମିଳିବା ସହିତ ସେମାନଙ୍କୁ ସାହାଯ୍ୟ ମଧ୍ୟ ମିଳିଯିବ । ଆଗକୁ ବଢ଼ନ୍ତୁ ଏବଂ ଏହି ଅନୁଭବର ମଜ୍ଜା ନିଅନ୍ତୁ ।
ବିଛା
ଆଜି ଆପଣ ସବୁ କାର୍ଯ୍ୟ ଗୁଡ଼ିକ ସମାଜର କଲ୍ୟାଣ ଏବଂ ପରିବାରର କଲ୍ୟାଣ ନିମିତ୍ତ କରିବେ । ଆଜି ଆପଣ କିଛି ଦାନ କରିବେ, ଅଥବା ନିଜ ପ୍ରିୟଜନ ପାଇଁ ଉପହାର କିଣିବେ । ଆପଣଙ୍କର ଏହି କାର୍ଯ୍ୟ ପାଇଁ ଅବଶ୍ୟ କାହାକୁ ଲାଭ ମିଳିପାରିବ ।
ଧନୁ
ଆଜି ଆପଣଙ୍କ ଘରେ କୌଣସି ସାମାଜିକ ଅନୁଷ୍ଠାନ ହୋଇପାରେ । ଏହା ଆପଣଙ୍କୁ ଏକ ଅବଶର ମିଳିବ । ସବୁ ଦୁଃଖ, ଚ଼ିନ୍ତା ଭୂଲି ନିଜ ପରିବାରର ଲୋକଙ୍କ ସହିତ ସମୟ କାଟିବା ପାଇଁ ଆପଣ ଏଥି ପାଇଁ ନିଜକୁ ସତେଜ ଅନୁଭବ କରିବେ ।
ମକର
ଆଜି ହଠାତ୍ ଆପଣଙ୍କ ଘରକୁ ଅତିଥି ଆସିପାରନ୍ତି । ସେମାନଙ୍କୁ ସ୍ୱାଗତ ପାଇଁ ଆପଣ ପ୍ରସ୍ତୁତ ହୋଇ ରୁହନ୍ତୁ । ଆଜି ଆପଣ ଯେତେ ବ୍ୟସ୍ତ ରହିଲେ ମଧ୍ୟ ସାମାଜିକ ଉତ୍ସବରେ ନିଶ୍ଚୟ ଭାଗ ନିଅନ୍ତୁ ,କାରଣ ଏମିତି ସୁଯୋଗ ବାରମ୍ବାର ଆସେ ନାହିଁ ।
କୁମ୍ଭ
ଆଜି ଆପଣଙ୍କ ଘରେ ଖୁସିର ପରିବେଶ ରହିବେ । ଆଜି ଆପଣ ଏବଂ ଆପଣଙ୍କ ଘରଲୋକେ ମଉଜ ମଜଲିସରେ ମଜ୍ଜି ରହିବେ । ବିଦେଶରୁ ମଧ୍ୟ ଆପଣଙ୍କ ଆତ୍ମୀୟ ସଜ୍ଜନ ଆସି ପାରନ୍ତି । ତାଙ୍କୁ ସ୍ୱାଗତ କରିବା ପାଇଁ ପ୍ରସ୍ତୁତ ରୁହନ୍ତୁ ।
ମୀନ
ସପ୍ତାହରୁ ଚ଼ାଲି ଆସୁଥିବା ଯୁକ୍ତି ଏବଂ ଚ଼ିନ୍ତାରୁ ଆପଣ ନିଜେ କ୍ଳାନ୍ତ ଅନୁଭବ କରୁଥିବେ । ବେଶୀ ଚ଼ିନ୍ତା କରନ୍ତୁ ନାହିଁ ଏବଂ କଳିରୁ ବଞ୍ଚିବାକୁ ଚ଼େଷ୍ଟା କରନ୍ତୁ । ନିଜ ବନ୍ଧୁ ଏବଂ ପରିବାରରେ ଭଲ ବ୍ୟବହାର କରନ୍ତୁ ।