ଆଜିର ରାଶିଫଳ; ୧୭ ଜାନୁଆରୀ ୨୦୨୦ ଶୁକ୍ରବାର ; କେମିତି କଟିବ ଆଜିର ଦିନ

ମେଷ

ଆପଣଙ୍କର କୌଣସି ପ୍ରିୟଜନ ଆପଣଙ୍କ ପାଇଁ ଶୁଭ ସମାଚ଼ାର ଆଣିବେ ଏବଂ ଆପଣ ସେଥିପାଇଁ ଗର୍ବ ଅନୁଭବ କରିବେ । ଏହି ସମୟ ଖୁସିର ଉତ୍ସବ କଟାଇବାର ଅଟେ । ସେମାନଙ୍କୁ କୌଣସି ଉପହାର, ଭଲ ନମ୍ବର ନ ହେଲେ ବହୁତ ପ୍ରଂଶସା ମିଳିପାରେ ।

ବୃଷ

ଆପଣଙ୍କ ପରିବାର ଲୋକଙ୍କ ପାଇଁ ଆଜି ଆପଣ ଖୁସି ଓ ଗର୍ବ ଅନୁଭବ କରିବେ । ଆଜି ଆପଣଙ୍କୁ କୌଣସି ପରିବାର ଲୋକଙ୍କ ସହିତ ଜଡ଼ିତ ଶୁଭ ସମାଚ଼ାର ଆପଣଙ୍କୁ ବହୁତ ଖୁସି ଦେବ । ନିଜ ପରିବାର ଲୋକଙ୍କ ସହିତ ସେମାନଙ୍କ ଖୁସିରେ ଆପଣ ସାମିଲ ହୁଅନ୍ତୁ ।|

ମିଥୁନ

ଆଜି ଆପଣଙ୍କ ଖୁସିର ଠିକଣା ରହିବ ନାହିଁ । ଆଜି ଆପଣଙ୍କ ପରିବାର ଲୋକ କିମ୍ବା ବନ୍ଧୁ ମାନଙ୍କ ସହିତ କୌଣସି ଉତ୍ସବରେ ଯୋଗ ଦେବେ କିମ୍ବା ବାହାରକୁ ବୁଲିବାକୁ ଯିବେ ।|

କର୍କଟ

ଏହି ସମୟ ବର୍ତ୍ତମାନ ପରିବାର ଲୋକଙ୍କ ମଧ୍ୟରେ ସୁସମ୍ପର୍କ ପ୍ରତିଷ୍ଠା କରିବାର ସମୟ ଅଟେ ଯାହାଦ୍ୱାରା ଆପଣ ନିଜକୁ ପରିବାର ଲୋକଙ୍କ ନିକଟତର ପାଇବେ । ଆଜି ଆପଣ ସେମାନଙ୍କ ସାଙ୍ଗରେ ସମୟ କଟାଇବାକୁ ଚ଼ାହିଁବେ ।|

ସିଂହ

ଆଜି ଆପଣ ଜାଣିପାରିବେ ଯେ ଆପଣ ନିଜ ବନ୍ଧୁମାନଙ୍କୁ ବହୁତ ଭଲପାଆନ୍ତି ଏବଂ ସେମାନଙ୍କ ସାଙ୍ଗରେ ସମୟ କଟାଇବାକୁ ଚ଼ାହାନ୍ତି । ଆଜିର ଦିନ ନିଜ ପରିବାର ଲୋକଙ୍କ ସହିତ କଟାଇଲେ ଶୁଭ ହେବ ।|

କନ୍ୟା

ଆପଣଙ୍କ ପରିବାର ଆପଣଙ୍କ ପାଇଁ ସହାୟତାର ସ୍ରୋତ ହେବ । ସେମାନେ ଆପଣଙ୍କର ସବୁ ପ୍ରକାର ସାହାଯ୍ୟ କରିବାକୁ ପ୍ରସ୍ତୁତ ଅଟନ୍ତି ।ତେଣୁ ଆପଣ ସେମାନଙ୍କ କଥା ଶୁଣିବା ଉଚ଼ିତ୍ ।|

ତୁଳା

ଆଜିର ଦିନ ନିଜର ପରିଜନ ଏବଂ ପ୍ରିୟଜନ ମାନଙ୍କ ସହିତ ବିତାଇବାର ଶୁଭ ଦିନ ଅଟେ । ଆଜି ଆପଣ ଏମିତି ପ୍ରିୟଜନ ମାନଙ୍କ ସହିତ କଟେଇବେ ଯେଉଁ ମାନଙ୍କ ସହିତ ଆପଣ ବହୁତ ଦିନରୁ ଦେଖାକରି ପାରିନାହାନ୍ତି ।|

ବିଛା

ଆଜି ଆପଣ ନିଜକୁ କୌଣସି ପରିବାରର କାର୍ଯ୍ୟ ବ୍ୟସ୍ତ ରଖିବେ ।ଏହି କାର୍ଯ୍ୟର ଆୟୋଜନ କରିବାରେ ଆପଣଙ୍କୁ ଆନନ୍ଦ ମିଳିବ ।ଏହି କାର୍ଯ୍ୟ ଦ୍ୱାରା ଆପଣ ଓ ଆପଣଙ୍କ ପରିବାରର ଲୋକ ବହୁତ ଖୁସି ହେବେ ।ଆପଣ ଏହି କାର୍ଯ୍ୟ ପାଇଁ ବହୁତ ବ୍ୟସ୍ତ ରହିବେ ।|

ଧନୁ

ଯଦି ଆପଣଙ୍କୁ ଏମିତି ଲାଗେ ଯେ ପରିବାରରେ ଯେ କୌଣସି ସମସ୍ୟା ଲାଗୁଛି ତାହାଲେ ଆପଣ ତାହାକୁ ନଷ୍ଟ କରିବା ପାଇଁ ଚ଼େଷ୍ଟା କରିବା ଉଚ଼ିତ୍ । ସମ୍ପର୍କ ମଧ୍ୟରେ ଫାଟ ସୃଷ୍ଟି ହେବାକୁ ଦିଅନ୍ତୁ ନାହିଁ ।|

ମକର

ଆଜି କୌଣସି ପାରିବାରିକ ଉତ୍ସବ ହେବାର ସମ୍ଭାବନା ଅଛି ତେଣୁ ଯିବାପାଇଁ ପ୍ରସ୍ତୁତ ହୋଇଯାଆନ୍ତୁ, ଏହା ଆନନ୍ଦ କରିବାର ସମୟ ଅଟେ । ଏହି ପାରିବାରିକ ଉତ୍ସବ ଆପଣଙ୍କ ପାଇଁ ଏବଂ ଆପଣଙ୍କ ପରିବାର ପାଇଁ ବହୁତ ଖୁସି ଆଣିଦେବ ।|

କୁମ୍ଭ

ଆଜି ଆପଣ ନିଜ ପରିବାର ଲୋକଙ୍କ ସହିତ କୌଣସି କାର୍ଯ୍ୟରେ ଯୋଗଦେବେ ,ନହେଲେ ବାହାରକୁ ବୁଲିବାକୁ ଯାଇପାରନ୍ତି ଯାହା ଆପଣଙ୍କୁ ବହୁତ ଖୁସି ପ୍ରଦାନ କରିବ । ଆଜିର ଦିନ ନିଜ ପରିବାର ଲୋକଙ୍କ ସହିତ ବଣଭୋଜିରେ ଯିବା ପାଇଁ ଉଚ଼ିତ୍ ହେବ ।|

ମୀନ

ଯଦି ଆପଣଙ୍କୁ ଏମିତି ଲାଗେ ଯେ ଆଜି ଆପଣଙ୍କ କୌଣସି ଅସୁବିଧାରେ ଏକା ପଡ଼ିଯାଇଛନ୍ତି ତାହାଲେ ଆପଣଙ୍କୁ ଆପଣଙ୍କର ବନ୍ଧୁ କିମ୍ବା ପରିବାର ସମସ୍ତେ ସାହାଯ୍ୟ କରିବାକୁ ଆଗେଇ ଆସିବେ । ସାହାଯ୍ୟ ପାଇଁ ଆପଣ ସେମାନଙ୍କ ଉପରେ ନିର୍ଭର କରିପାରିବେ ।|