ମେଷ
ଯଦି ଆପଣଙ୍କ ବନ୍ଧୁ କିମ୍ବା ଆତ୍ମୀୟସଜ୍ଜନ ବିଦେଶରୁ ଆସୁଥାନ୍ତି ,ତେବେ ବୋଧହୁଏ ସେ ଆଜି ଆପଣଙ୍କ ଘରକୁ ଆପଣଙ୍କୁ ଭେଟିବା ପାଇଁ ଆସିବେ । ସେଥିପାଇଁ ନିଜ ଘରକୁ ସଫାସୁତୁରା କରନ୍ତୁ ।
ବୃଷ
ଆପଣଙ୍କ ମନ ଆଜି ଖୁସି ରହିବ । ଏଥିରେ କେହି ବାଧା ସୃଷ୍ଟି କରିପାରିବେ ନାହିଁ ।ଏହା ଆପଣଙ୍କୁ କାର୍ଯ୍ୟ ସମ୍ପାଦନରେ ଏକ ସକାରାତ୍ମକ ମନଭାବ ସୃଷ୍ଟି କରିବ । ଏହି ପ୍ରକାର ମନଭାବ ନେଇ ଆଗେଇ ଚାଲନ୍ତୁ ଓ ବାକି ରହିଥିବା କାମଗୁଡିକ ଶେଷ କରନ୍ତୁ ।|
ମିଥୁନ
ଆଜି ଆପଣ ଆଉ କାହାର ଖରାପ ବ୍ୟବହାରରେ ଦୁଃଖି ଅଟନ୍ତି । ଆପଣ ପୁରା ଚ଼େଷ୍ଟା କରନ୍ତୁ , କୌଣସି ବେକାର କାର୍ଯ୍ୟ ନକରି ନିଜ ଉପରେ ଥିବା ଦାୟିତ୍ୱକୁ କାର୍ଯ୍ୟରେ ପରିଣତ କରନ୍ତୁ ।|
କର୍କଟ
ଧ୍ୟାନ ରଖନ୍ତୁ କୌଣସି ଗୁରୁତ୍ତ୍ୱପୂର୍ଣ୍ଣ କାର୍ଯ୍ୟ ପାଇଁ ଆଉ କାହା ଉପରେ ନିର୍ଭର କରନ୍ତୁ ନାହିଁ । ଏହି କାମ ନିଜେ କରନ୍ତୁ ,ଅନ୍ୟଥା ପରିଣାମ ନିରାଶରେ ପରିଣତ ହେବ ।|
ସିଂହ
ଆପଣଙ୍କର କୌଣସି ପ୍ରିୟଜନ ସହିତ ସମ୍ପର୍କ ଖରାପ ହୋଇଯାଇଛି । ଏହି ସମୟ ଆପଣ ନିଜ କ୍ରୋଧକୁ ଆୟତ୍ତରେ ରଖିବାର ସମୟ ଅଟେ । ଆପଣ ଏହି ସମୟରେ ପୁରୁଣା ମିଠାସ୍ମୃତିକୁ ମନେପକାଇ ପରଷ୍ପରକୁ ଗୁରୁତ୍ତ୍ୱ ଦେବା ଉଚ଼ିତ୍ ହେବ ।|
କନ୍ୟା
ଖରାପ ସମୟରେ ଆଜି ଆପଣ ଗତିକରିବେ କିନ୍ତୁ ବ୍ୟସ୍ତ ହୁଅନ୍ତୁ ନାହିଁ । ଆପଣଙ୍କର ବିଜୟ ସୁନିଶ୍ଚିତ । ଆଜି ଯେତେ ସମସ୍ୟା ଆସିଲେ ସୁଧା ଆପଣ ସବୁ ସମସ୍ୟାର ସମାଧାନ ପାଇଁ ପ୍ରସ୍ତୁତ ଅଛନ୍ତି ।|
ତୁଳା
କୌଣସି ଅସୁବିଧାରେ ପଡ଼ିବା ଆଗରୁ ନିଜକୁ ଦୂରେଇ ରଖନ୍ତୁ । ଜୀବନପ୍ରତି ସକାରାତ୍ମକ ଚ଼ିନ୍ତା ଧାରା ଏହି ସମୟରେ ଆବଶ୍ୟକ ଅଛି । ଆଜି ଆପଣ ନିଶ୍ଚୟ ନିଜର ଅଟଳ ବିଶ୍ୱାସ ଏବଂ ବୁଦ୍ଧିମତ୍ତା ଯୋଗୁଁ ସବୁ ସମସ୍ୟାର ସମାଧାନ କରିପାରିବେ ।|
ବିଛା
ହଠାତ୍ ଆସିଥିବା ସମସ୍ୟା ଆପଣଙ୍କୁ କୌଣସି ବ୍ୟସ୍ତତାରେ ପକାଇଦେବ । ଏହି ସମସ୍ୟା ଆପଣଙ୍କ କାର୍ଯ୍ୟରେ ବାଧା ସୃଷ୍ଟି କରିବ । ଏହି ସମସ୍ୟାକୁ ଆପଣ ସାହସର ସହିତ ମୁକାବିଲା କରନ୍ତୁ ଏବଂ ଆପଣଙ୍କୁ ବିଜୟ ସୁନିଶ୍ଚିତ ମିଳିବ ।|
ଧନୁ
ଆଜି ଆପଣ ଆଶ୍ଚର୍ଯ୍ୟ ହେବେ ,ବହୁଦିନର ସମସ୍ୟାର ସମାଧାନ ଆପଣ କରିଦେଲେ ଯାହା ଆପଣ ବହୁ ଦିନରୁ କରିପାରୁ ନଥିଲେ । ଏହି ସମସ୍ୟା ଆପଣଙ୍କର ପ୍ରିୟଜନ ମାନଙ୍କ ମଧ୍ୟରେ ଚ଼ାଲିଥିଲା ।|
ମକର
ଯଦି ଆପଣଙ୍କୁ କୌଣସି ସାହାଯ୍ୟର ଆବଶ୍ୟକତା ଥାଏ ତାହେଲେ ନିଜ ଲୋକଙ୍କ ଠାରୁ ସାହାଯ୍ୟ ମାଗିବାରେ ଆପଣ ପଛଘୁଞ୍ଚା କରନ୍ତୁ ନାହିଁ । ଯେତେ ସହଜରେ ଆପଣ ସାହାଯ୍ୟ କରନ୍ତି ସେତିକି ସେମାନେ ମଧ୍ୟ ଆପଣଙ୍କୁ ସାହାଯ୍ୟ କରିବାକୁ ଆଗେଇ ଆସିବେ ।|
କୁମ୍ଭ
ଆଜିର ଦିନ ଟି ଆପଣଙ୍କର ଜୋସ୍ ରେ ଭରା ରହିବ । ଆଜି ଆପଣଙ୍କୁ ଆପଣଙ୍କର ପ୍ରତ୍ୟେକ ଦିନର ଦିନଚ଼ର୍ଯ୍ୟାରୁ ମୁକ୍ତି ମିଳିବ । ଏବଂ ଆପଣ ନିଜକୁ ସତେଜ ଅନୁଭବ କରିବେ ।|
ମୀନ
ଆଜି ଆପଣ ଅନ୍ୟମାନଙ୍କ ଆଗରେ ନିଜର ପରିଚ଼ୟ ଭଲ କରିବାକୁ ଚ଼ାହିଁବେ ଆପଣ ଅନ୍ୟକୁ ବଦଳାଇବାକୁ ଚ଼ାହିଁବା ଅପେକ୍ଷା ନିଜେ ବଦଳିଯିବା ଠିକ୍ ହେବ ଏବଂ ଏହି ବଦଳିବାର ଭାବନା ଆପଣଙ୍କ ମନରୁ ହେବା ଜରୁରୀ ଅଟେ ।|