18 ଜୁଲାଇ ବୁଧୁବାର : କେମିତି କଟିବ ଆଜିର ଦିନ

ମେଷ

ଆଜି ଆପଣଙ୍କର ପ୍ରସିଦ୍ଧିରେ ଯାହା ଜାରୀରହିବ , ଆଗାମୀ ଦିନରେ ଆପଣଙ୍କୁ ମଉଜ ମସ୍ତି କରିବାର ସୁଯୋଗ ମିଳିବ । ସବୁ କିଛି ଆପଣଙ୍କର ଆପ୍ରାଣ ଉଦ୍ୟମର ଫଳ ।

ବୃଷ

ଆଜି ଆପଣ ବହୁତ ପରିସ୍ଥିତି ସାମନାକରି ନିଜ ସାହସକୁ ବଜାୟ ରଖନ୍ତୁ । ବେଳେ ବେଳେ ଆପଣ ଅନ୍ୟମନସ୍କ କିମ୍ବା ଉତ୍ତେଜିତ ହୋଇପାରନ୍ତି । ଆଜି ଆପଣଙ୍କୁ ବୃଦ୍ଧିମତା ସହିତ କାମ କରିବାକୁ ପଡ଼ିବ ।

ମିଥୁନି

ଆଜି ଆପଣ ବିଶ୍ରାମ କରନ୍ତୁ କାରଣ ଆପଣଙ୍କୁ କିଛି ସମସ୍ୟା ପାଇଁ ଅସୁବିଧା ହୋଇ ପାରେ । ବେଶୀ ଚ଼ିନ୍ତା କରନାହିଁ, ଆପଣଙ୍କର ସମସ୍ତ ସମସ୍ୟା ଶୀଘ୍ରହିଁ ଶେଷ ହୋଇଯିବ ।

କର୍କଟ

ପରିସ୍ଥିତି ଯେମିତି ହେଉ ମଧ୍ୟ ଆପଣ ଘରର ଶାନ୍ତି ଭଙ୍ଗ ହବାକୁ ଦିଅନ୍ତୁ ନାହିଁ । ନିଜ କ୍ରୋଧକୁ ନିଜ ଭିତରେ ରଖିବା ହିଁ ମଙ୍ଗଳ ।ଏହି କଳହ ଦ୍ୱାରା ଆପଣ ଲାଭବାନ ହେବେ ନାହିଁ ବରଂ ଏହା ଆପଣଙ୍କର ଅଧିକ ଚ଼ିନ୍ତାର କାରଣ ହେବ ।


ସିଂହ

ଆଜି ଆପଣ ନିତିଦିନ କାର୍ଯ୍ୟକ୍ରମରେ କିଛି ନୂତନତା ଆଣିବାକୁ ଚ଼େଷ୍ଟା କରିବେ । ଆପଣ ସେହି କାର୍ଯ୍ୟ କରନ୍ତୁ ଯାହା ଆପଣଙ୍କର ବହୁତ ଦିନରୁ କରିବାର ଇଚ୍ଛାଥିଲା ।

କନ୍ୟା

ଆଜି ଆପଣ ଘରେ ସାବଧାନ ରୁହନ୍ତୁ କାରଣ କଳିହେବାର ପ୍ରବଳ ସମ୍ଭାବନା ରହିଛି । ଆଯଥା କଳିରୁ ବଞ୍ଚନ୍ତୁ । ଗ୍ରହଚ଼ଳନ ଖରାପ ଥିବାରୁ ଘରେ ଅଶାନ୍ତି ରହିବ ।

ତୁଳା

ଆଜି ହଠାତ୍ ଆପଣଙ୍କ ଘରକୁ ଅତିଥି ଆସିପାରନ୍ତି । ସେମାନଙ୍କୁ ସ୍ୱାଗତ ପାଇଁ ଆପଣ ପ୍ରସ୍ତୁତ ହୋଇ ରୁହନ୍ତୁ । ଆଜି ଆପଣ ଯେତେ ବ୍ୟସ୍ତ ରହିଲେ ମଧ୍ୟ ସାମାଜିକ ଉତ୍ସବରେ ନିଶ୍ଚୟ ଭାଗ ନିଅନ୍ତୁ ,କାରଣ ଏମିତି ସୁଯୋଗ ବାରମ୍ବାର ଆସେ ନାହିଁ ।

ବିଛା

ଆଜି ଆପଣଙ୍କ ମନ ଓ ମସ୍ତିସ୍କ ଖୁବ୍ ମଜ୍ଜାରେ ରହିବ । ଆପଣଙ୍କ ମନ କାମରେ ବିଲକୁଲ ଲାଗିବନି ହୁଏତ ଆପଣ ନିଜ ଦାୟୀତ୍ତ୍ୱମାନ ମଧ୍ୟ ଉତ୍ତମ ରୁପେ ତୁଲାଇ ପାରିବେନି ।


ଧନୁ

ଆଜି ଆପଣଙ୍କୁ କିଛି ନୂଆ ଶିଖିବାକୁ ମିଳିବ । ଜୀବନରେ ପ୍ରତିକ୍ଷଣରେ ଆମକୁ କିଛି ନୂଆ କଥା ଶିଖିବାକୁ ପଡ଼ିଥାଏ ।ତେଣୁ ସବୁ ପରିସ୍ଥିତିରୁ ଆମେ କିଛି ନା କିଛି ଶିଖିବା ଉଚ଼ିତ୍ । ଏମିତିବି ଆପଣଙ୍କୁ ନୂଆ ଅନୁଭୂତି ଅନୁଭବ କରିବା ବହୁତ ପସନ୍ଦ ।

ମକର

ଯଦି ଛୁଟିଦିନ ଦେଖି ଆତ୍ମିୟସୋଜନ ମାନଙ୍କ ସହ ବୁଲିବାକୁ ଯାଆନ୍ତି ଏହି ସମୟଟି ପ୍ରକୃଷ୍ଟ ଅଟେ ।ସେଥିପାଇଁ ବିଧିବୋଧ ଯୋଜନା କରନ୍ତୁ । ପର୍ଯ୍ୟଟନ ବୁଲିବାକୁ ମଧ୍ୟ ଯାଇପାରନ୍ତି ଏବଂ ଏଥିରେ ଆପଣଙ୍କୁ ପରମ ଆନନ୍ଦ ମିଳିବ ।

କୁମ୍ଭ

ଆଜି ଆପଣଙ୍କ ନିଜ ସବୁ ସମସ୍ୟାକୁ ସମାଧାନ କରିବା ଚ଼େଷ୍ଟାରେ ଲାଗିଯିବେ । ଏହି ସମୟରେ କୌଣସି ରୋଗ କିମ୍ବା ବିଷୟକୁ କେବଳ ଉପରେ ସମାଧାନ କରନ୍ତୁ ନାହିଁ । ଆପଣ ଏହାର ମୂଳୋତ୍ପାନ କରିବାକୁ ଚ଼େଷ୍ଟା କରନ୍ତୁ ।

ମୀନ

ଆଜି ସାହିତ୍ୟ ପଢ଼ିଲେ ଆପଣଙ୍କୁ ବହୁତ ଲାଭ ମିଳିବ । ବୋଧହୁଏ ଆପଣଙ୍କୁ ଏମିତି ଲାଗିବ ଯେ ଆପଣ ଯାହା ପଢ଼ିଛନ୍ତି ସେହି ପାଠ ଆପଣଙ୍କ ବ୍ୟକ୍ତିଗତ ଉନ୍ନତିରେ ସହାୟକ ହେବ ।