19 ଜୁଲାଇ ଗୁରୁବାର : କେମିତି କଟିବ ଆଜିର ଦିନ

ମେଷ

ଆଜିର ଦିନ ଟି ଆପଣଙ୍କର ଜୋସ୍ ରେ ଭରା ରହିବ । ଆଜି ଆପଣଙ୍କୁ ଆପଣଙ୍କର ପ୍ରତ୍ୟେକ ଦିନର ଦିନଚ଼ର୍ଯ୍ୟାରୁ ମୁକ୍ତି ମିଳିବ । ଏବଂ ଆପଣ ନିଜକୁ ସତେଜ ଅନୁଭବ କରିବେ ।

ବୃଷ

ଆଜି ଆପଣ କୌଣସି କଥାର ସତ୍ୟତା ପରିକ୍ଷା ପାଇଁ ତାହାକୁ ଯାଞ୍ଚ ନିଶ୍ଚୟ କରନ୍ତୁ । ଏମିତି କୌଣସି କଥାକୁ ଶୁଣି ନିଷ୍ପତ୍ତି ନିଅନ୍ତୁ ନାହିଁ ।

ମିଥୁନି

ସପ୍ତାହରୁ ଚ଼ାଲି ଆସୁଥିବା ଯୁକ୍ତି ଏବଂ ଚ଼ିନ୍ତାରୁ ଆପଣ ନିଜେ କ୍ଳାନ୍ତ ଅନୁଭବ କରୁଥିବେ । ବେଶୀ ଚ଼ିନ୍ତା କରନ୍ତୁ ନାହିଁ ଏବଂ କଳିରୁ ବଞ୍ଚିବାକୁ ଚ଼େଷ୍ଟା କରନ୍ତୁ । ନିଜ ବନ୍ଧୁ ଏବଂ ପରିବାରରେ ଭଲ ବ୍ୟବହାର କରନ୍ତୁ ।

କର୍କଟ

ଆଜି ଆପଣ ଆପଣଙ୍କ ସାଙ୍ଗର ସାନିଧ୍ୟ ଲାଭ କରିବେ ।ଆଜିର ଦିନ ବହୁତ ଖୁସି କରିବାର ଦିନ ଅଟେ । ସମୟର ତାଳେ ତାଳେ ଏହି ସମ୍ପର୍କ ଆହୁରି ମଜବୁତ ହେବ । ଆଜି ଦିନରେ ସ୍ମରଣୀୟ ମୂହୁର୍ତ୍ତ ଆପଣଙ୍କ ସାଂଗରେ ସବୁବେଳେ ରହିବ ।

ସିଂହ

ଆଜି ଆପଣଙ୍କର ବହୁତ ଦିନ ଧରି ଅଟକି ଥିବା କାମ ପୂରାହେବ । କେହି ଜଣେ ମହତ୍ତ୍ୱପୂର୍ଣ୍ଣ ବ୍ୟକ୍ତି ଯିଏକି ଏପର୍ଯ୍ୟନ୍ତ ଆପଣଙ୍କ ପାଇଁ ବାଧା ହୋଇ ରହିଥିଲା ସେ ଏବେ ଆପଣଙ୍କର ସାହାଯ୍ୟ ପାଇଁ ଆଗେଇ ଆସିବେ ।

କନ୍ୟା

ଆଜି ଦିନରେ ଆପଣ ଅସୁଖି ଅନୁଭବ କରି ପାରନ୍ତି । କିଛି ସାମାନ୍ୟ ଦୁଶ୍ଚିନ୍ତା ମଧ୍ୟରେ ସମୟ କାଟିପାରନ୍ତି । କିନ୍ତୁ ଖରାପ ସମୟ ଆପେ ଆପେ ଦୁରେଇଯିବ । ସାମୟିକ ଭାବରେ ନିରାପତ୍ତାର ଅଭାବ ଅନୁଭବ କରି ପାରନ୍ତି ।

ତୁଳା

ଆଜି ଆପଣ ବନ୍ଧୁଙ୍କ ସହିତ ଝଗଡ଼ା କରିବା ଦ୍ୱାରା ଚ଼ିନ୍ତାରେ ପଡ଼ିଯିବେ । ଏହି କଥା ପାଇଁ ଆପଣଙ୍କୁ ବହୁତ ଆଶ୍ଚର୍ଯ୍ୟ ଲାଗିବ ଏବଂ ବହୁତ ବୁଦ୍ଧିର ସହିତ ଆପଣଙ୍କୁ ଏହି ପରିସ୍ଥିତିକୁ ସମ୍ଭାଳିବା ପାଇଁ ପଡ଼ିବ ।

ବିଛା

ଆଜି ଦିନରେ ଆପଣ ଅତି ସାବଧାନରେ ସମସ୍ତ କଥା ଚିନ୍ତା କରିବେ । ଏଭଳି ଅବସ୍ଥାରେ ପହଞ୍ଚିବା ପାଇଁ କେତେ କଠିନ ପରିଶ୍ରମ କରିଛନ୍ତି ତାହା ଚିନ୍ତା କରି ଆନନ୍ଦିତ ହେବେ ଏବଂ ଭବିଷ୍ୟତ ଆପଣଙ୍କ କିପରି ହେବ ତାହା ମଧ୍ୟ ଚିନ୍ତା କରିବେ ।

ଧନୁ

ଆଜି ଆପଣଙ୍କର ପରିବାର ସଦସ୍ୟ କୌଣସି ଶୁଭ ସମାଚ଼ାର ଦେଇପାରିବେ । ଆଜି ଆପଣଙ୍କୁ କୌଣସି ଶୁଭ ସମାଚ଼ାର ମିଳିପାରେ । ଆଜି ଆପଣଙ୍କର ପାଖ ପରିବେଶ ବହୁତ ଭଲ ରହିବ ।

ମକର

ଆଜି ଆପଣ ସଫଳତାର ମୁକୁଟ ପିନ୍ଧିବେ ,ଏହି ସଫଳତାର ଅସଲ ହକଦାର ଆପଣ, କାରଣ ଏହି ସଫଳତା ପାଇବା ପାଇଁ ଆପଣ ଅପ୍ରାଣ ଉଦ୍ୟମ କରିଛନ୍ତି । ଆଜି ସବୁ ଚିନ୍ତିତରେ ଦୂରେଇ ଯାଇ ସଫଳତାକୁ ଉପଭୋଗ କରନ୍ତୁ ।

କୁମ୍ଭ

ଯଦି ଆପଣଙ୍କୁ କୌଣସି ସାହାଯ୍ୟର ଆବଶ୍ୟକତା ଥାଏ ତାହେଲେ ନିଜ ଲୋକଙ୍କ ଠାରୁ ସାହାଯ୍ୟ ମାଗିବାରେ ଆପଣ ପଛଘୁଞ୍ଚା କରନ୍ତୁ ନାହିଁ । ଯେତେ ସହଜରେ ଆପଣ ସାହାଯ୍ୟ କରନ୍ତି ସେତିକି ସେମାନେ ମଧ୍ୟ ଆପଣଙ୍କୁ ସାହାଯ୍ୟ କରିବାକୁ ଆଗେଇ ଆସିବେ ।

ମୀନ

ଆପଣଙ୍କ ଆଶା ଏବଂ ବୁଝିପାରିବାର ଶକ୍ତି ଆପଣଙ୍କ ସମ୍ପର୍କକୁ ଅଧିକ ସୁଦୃଢ଼ କରିବ । ଦୂରେଇ ଯାଇଥିବା ସମ୍ପର୍କକୁ ନିଜର କରିବା ପାଇଁ ଆପଣଙ୍କ ଚ଼େଷ୍ଟା ସଫଳ ହେବ ଏବଂ ଏହି ସମ୍ପର୍କ ମଜବୁତ ହେବ ।