ଆଜିର ରାଶିଫଳ; ୨୭ ଜାନୁଆରୀ ୨୦୨୦ ସୋମବାର ; କେମିତି କଟିବ ଆଜିର ଦିନ

ମେଷ

ଯଦି ଆପଣ କୌଣସି ଆଇନଗତ କେସ୍ ଲଢ଼ୁଛନ୍ତି ତେବେ ଆପଣଙ୍କ ଜିତିବା ନିଶ୍ଚୟ । କୌଣସି ଜଣେ ଅନୁଭବି ଓକିଲଙ୍କ ପରାମର୍ଶ ନିଅନ୍ତୁ । ଚ଼ିନ୍ତାର କୌଣସି କାରଣ ନାହିଁ, କାହିଁକି ନା ଉଚ୍ଚ ଅଧିକାରୀ ଆପଣଙ୍କ ସପକ୍ଷରେ ରହିବେ ।

ବୃଷ

ଆପଣଙ୍କ ବୁଦ୍ଧି ଆଜି ଅଧିକ ବେଗରେ ସାହାଯ୍ୟ କରିବ । ଏହାର ଉପଯୋଗ ଆପଣ ଭବିଷ୍ୟତ ଯୋଜନା କରିବାରେ ବିନିଯୋଗ କରନ୍ତୁ । ଯଦି ଆପଣ କେବଳ ନିଜ ଲକ୍ଷ୍ୟ ଉପରେ ଧ୍ୟାନ ଦେବେ, ତେବେ ବାକି ସମସ୍ତ କାର୍ଯ୍ୟ ସ୍ୱତଃ ଠିକ୍ ହୋଇଯିବ ।

ମିଥୁନ

ଆପଣ କିଛି ଦିନ ହେଲା ଯାଣିପାରୁନାହାନ୍ତି ଯେ ଆପଣଙ୍କର କଣ କରିବା ଉଚ଼ିତ୍ । କିନ୍ତୁ ଆପଣଙ୍କର ଚ଼ିନ୍ତାଧାରାରେ ସ୍ପଷ୍ଟତା ଆସିଯିବ । ଏହି ସମୟର ଲାଭ ଉଠାନ୍ତୁ ଏବଂ ଅଟକି ଯାଉଥିବା ସମସ୍ତ କାର୍ଯ୍ୟ କରିବାକୁ ଚ଼େଷ୍ଟା କରନ୍ତୁ ।

କର୍କଟ

ନିଜର ତୀକ୍ଷ୍ଣ ବୁଦ୍ଧି ଯୋଗୁଁ ଆପଣ ଯେ କୌଣସି ସମସ୍ୟାର ସମାଧାନ କରିଦେବେ ଯାହା ବହୁତ ସମୟ ଧରି ଆପଣଙ୍କୁ ହଇରାଣ କରୁଥିଲା । ଆଜି ଆପଣଙ୍କ ବୌଦ୍ଧିକ କ୍ଷମତା ଓ ଯୋଗ୍ୟତା ଚ଼ରମ ସୀମାରେ ଉପନୀତ ହେବ ।

ସିଂହ

ଆଜି ଆପଣଙ୍କ ଜୀବନରେ ଗତିପଥ ସମାନ୍ ନୁହେଁ । ଏମିତି ଲାଗୁଛି ଯେପରି ଆପଣଙ୍କର ଆଖପାଖର ପରିସ୍ଥିତି ଖରାପ ଆଡ଼କୁ ଗତିକରୁଛି । ଆପଣଙ୍କ କାର୍ଯ୍ୟସ୍ଥଳରେ କିଛି ଅଦରକାରୀ ପରିବର୍ତ୍ତନ ହୋଇପାରେ ।

କନ୍ୟା

ପରିଶେଷରେ ଆଜି ଆପଣଙ୍କ ବିଚ଼ାରରେ ସ୍ପଷ୍ଟତା ଆସିବ ଏବଂ କିଛି ଗମ୍ଭୀର ସମସ୍ୟା ବିଷୟରେ ଆପଣ ସ୍ପଷ୍ଟରୂପେ ଚ଼ିନ୍ତା କରିପାରିବେ । ସବୁ ସମସ୍ୟାର ସମାଧାନ ଏବେ ଆପଣଙ୍କୁ ପରିଷ୍କାର ରୂପେ ଦେଖାଯିବ ।

ତୁଳା

ଆଜି ଆପଣ କୌଣସି ପ୍ରତିଯୋଗିତାର ମାନସିକତାରେ ଅଛନ୍ତି । ଜୀବନର କେତେକ କ୍ଷେତ୍ରରେ ଏହା ଠିକ୍, ମାତ୍ର ମନେରଖନ୍ତୁ ଯେ ଆପଣ ଯେମିତି ବେଶି ଉଗ୍ର ମନୋବୃତି ନଆଣନ୍ତି ବିଶେଷତଃ ନିଜ ପରିବାରକୁ ନେଇ ।

ବିଛା

ଆଜି ଆପଣଙ୍କ ବିନମ୍ର ସ୍ୱଭାବ ଓ ଦୃଢ଼ତା ସଭିଙ୍କର ମନ ଜିତି ନେବ । ଆଉକିଛି ନହେଲେ ମଧ୍ୟ ଆପଣଙ୍କୁ ଏମିତି ଏକ ଦୃଢ଼ ମନୁଷ୍ୟ କରିଦେବ ଯିଏ କି ସବୁ ପରିସ୍ଥିତିକୁ ସହଜରେ ସମ୍ଭାଳି ନେବ ।

ଧନୁ

ଆଜି ଆପଣ ଉଭୟ ଶାରିରୀକ ଓ ମାନସିକ ରୂପେ ସୁସ୍ଥ ରହିବେ । ଘର ହେଉ ବା କାର୍ଯ୍ୟକ୍ଷେତ୍ର , ଆପଣଙ୍କ ଆକର୍ଷଣୀୟ ବ୍ୟକ୍ତିତ୍ୱ ସମସ୍ତଙ୍କୁ ଖୁସି କରିଦେବ । ଶାରିରୀକ ଓ ମାନସିକ ସୁସ୍ଥତା ହେତୁ ଉଭୟ ଆପଣଙ୍କ ଉତ୍ପାଦନ ଓ ଗୁଣବତ୍ତା ବଢ଼ିଯ଼ିବ ।

ମକର

ବହୁଦିନର ଲମ୍ବା ପ୍ରତୀକ୍ଷା ପରେ ଆଇନଗତ କେସର ନିଷ୍ପତ୍ତି ଆପଣଙ୍କ ସପକ୍ଷରେ ଯିବ । ଏବେ ଆପଣ ଶାନ୍ତିରେ ନିଶ୍ୱାସ ନେଇ ପାରିବେ । ଆପଣଙ୍କ ଓକିଲଙ୍କ ପରାମର୍ଶ ଏବେ କାମରେ ଲାଗିବ ।

କୁମ୍ଭ

କୌଣସି ଆଇନଗତ ନିଷ୍ପତ୍ତି ଏବେ ଆପଣଙ୍କ ସପକ୍ଷରେ ରହିବ । ଏବେ ଆପଣଙ୍କୁ ଆପଣଙ୍କ ଉଦ୍ୟମର ଫଳ ମିଳିପାରିବ । ସବୁ କିଛି ଠିକ୍ ହୋଇଯିବ କିନ୍ତୁ ଆପଣ ନିଜ କ୍ରୋଧ ଉପରେ ଅକ୍ତିଆର ରଖିବାକୁ ହେବ । ଏବେ ଖୁସିର ସମୟ ଆସିଗଲାଣି ।

ମୀନ

ଆଜି ଆପଣଙ୍କ ମାନସିକ ଶକ୍ତି ଏହାର ଚ଼ରମ ସୀମାରେ ରହିବ । ଆପଣଙ୍କୁ ଅସୁବିଧା ଅବସର ଭଳି ଲାଗିବ ଏବଂ ଏହା ଆପଣଙ୍କ ପାଇଁ ବହୁତ ଲାଭ ଦାୟକ ହେବ । ବିପଦ ସହ ସଂଗ୍ରାମ କରିବାର ଆପଣଙ୍କର ଏହି ସ୍ୱଭାବ ଆପଣଙ୍କୁ ଆଗେଇ ନେବ ।