ଆଜିର ରାଶିଫଳ:୩୧ ଅକ୍ଟୋବର ଗୁରୁବାର : କେମିତି କଟିବ ଆଜିର ଦିନ

ମେଷ

ଆପଣ ଏଭଳି ଜଣେ ବ୍ୟକ୍ତି ଯାହାକୁ ନିଜ ଆଖପାଖ ଲୋକଙ୍କ ସାହାଯ୍ୟ ସହଯରେ ମିଳିଯାଏ । ଆପଣଙ୍କୁ ହୁଏତ ଏହା ଜଣା ନାହିଁ ଯେ ବହୁତ ଲୋକ ଆପଣଙ୍କ ବ୍ୟକ୍ତିତ୍ତ୍ୱ ଦ୍ୱାରା ପ୍ରଭାବିତ । ଆପଣ କେବେ ମଧ୍ୟ ନିଜର ଛବିକୁ ମଳିନ ହେବାକୁ ଦିଅନ୍ତୁ ନାହିଁ ।

ବୃଷ

ଆଜି ଆପଣ ବହୁତ ସନ୍ତୁଷ୍ଟ ଅନୁଭବ କରିବେ ଏବଂ ନିଜ ବନ୍ଧୁମାନଙ୍କ ସହ ବାହାରକୁ ଯିବା ପାଇଁ ଚ଼ାହିଁବେ । ଭଲଭାବେ ପ୍ରସ୍ତୁତ ହୋଇ ନିଜ ବନ୍ଧୁମାନଙ୍କ ସହ ବାହାରକୁ ଯାଆନ୍ତୁ ଏବଂ ଖୁବ୍ ମଜ୍ଜା କରନ୍ତୁ ।

ମିଥୁନ

ଆଜି ଆପଣଙ୍କ ମଜ୍ଜା ଓ ଆରାମର ଦିନ । ସାମାଜିକ ରୀତିନୀତି ଆଜି ଆପଣଙ୍କ ପାଇଁ ବହୁତ ଆନନ୍ଦ ନେଇକି ଆସିବ । ଆପଣଙ୍କ ଜୀବନରେ ବର୍ତ୍ତମାନ ସମୟରେ ଯେଉଁ ପରିବର୍ତ୍ତନ ସବୁ ଆସିଛି, ସେଥିରୁ ମଧ୍ୟ ଆପଣଙ୍କୁ ବହୁତ ଖୁସି ମିଳିବ ।

କର୍କଟ

ଆଜି ଆପଣ କୌଣସି ସାମାଜିକ ସମାରୋହ ପରେ ନିଜ ଘରକୁ ସଜାଡିବାରେ ଲାଗି ଯିବେ । ଘରକୁ ଠିକ୍ ଠାକ୍ କରନ୍ତୁ । କିଛି ଆରାମ ମଧ୍ୟ କରନ୍ତୁ । ଆପଣ ସମାରୋହର ଖୁବ୍ ମଜ୍ଜା ନିଅନ୍ତୁ । କିନ୍ତୁ ନିଜ ଦାୟୀତ୍ୱ ସବୁ ତୁଲାଇବାର ସମୟ ଆଜି ।

ସିଂହ

ଆଜି ଆପଣଙ୍କ ମନ କରିବ ଯେ ,ଆପଣ ଆପଣଙ୍କ ସବୁ କାମ ଏକ ପାର୍ଶ୍ୱରେ ରଖି ନିଜ ପରିବାର ଓ ବନ୍ଧୁମାନଙ୍କ ସହ ଭଲ ସମୟ ବ୍ୟତିତ କରନ୍ତୁ । ନିଜ ପସନ୍ଦର ଗିତ ବଜାନ୍ତୁ ଓ ବନ୍ଧୁମାନଙ୍କ ସହ ଖୁସି ମଜ୍ଜା କରନ୍ତୁ ।

କନ୍ୟା

ଆଜି ଆପଣ ଆରାମ କରନ୍ତୁ । ନିଜ ଚ଼ତୁଃପାର୍ଶ୍ୱର ଲୋକମାନଙ୍କ ସହିତ ମଜ୍ଜା କରନ୍ତୁ । ଏହି ସମ୍ପର୍କ ସବୁରୁ ଆପଣଙ୍କୁ ଭବିଷ୍ୟତରେ ବହୁତ ଲାଭ ହେବ । ଆପଣ ଆପଣଙ୍କ ଘର ଲୋକଙ୍କ ସହ ମଧ୍ୟ ଏକ ଗଭୀର ସମ୍ପର୍କ ମୁଳଦୁଆ ରଖିଛନ୍ତି ।

ତୁଳା

ଆଜି ଆପଣ କୌଣସି ପାରିବାରିକ ସମାରୋହରେ ଖୁବ୍ ଜମେଇକି ନାଚ଼ିବେ । ଆଜି କାଲି ଆପଣଙ୍କ ସମ୍ପର୍କୀୟ ସଭିଙ୍କ ସହ ମଧୁର ଅଛି, ତେଣୁ ଆପଣଙ୍କୁ ନିଜ ଲୋକଙ୍କ ଠାରୁ ବହୁତ ଖୁସି ମିଳିବ ।

ବିଛା

ଆପଣ ଏ ପରିସ୍ଥିତିରେ ଅଛନ୍ତି ଯେ ଆପଣଙ୍କୁ ଅନେକ ଅଧିକାର ଓ କ୍ଷମତା ମିଳିବ । ଏଥିରେ ଆପଣଙ୍କୁ ବହୁତ ଆନନ୍ଦ ମିଳିବ କିନ୍ତୁ ଏହା ଧ୍ୟାନ ରଖିବା ଉଚ଼ିତ୍ ଯେ ଏହି ଅଧିକାର ସହିତ ଆପଣଙ୍କୁ ଅତିରିକ୍ତ ଦାୟୀତ୍ତ୍ୱ ମଧ୍ୟ ମିଳିବ ।

ଧନୁ

ଆଜି ପୂରା ଦିନ ଆପଣ ଖୁସି ମଜ୍ଜାରେ ମଜ୍ଜି ରହିବେ । ଆଜି ନିଜର ପରିବାର ଓ ବନ୍ଧୁମାନଙ୍କ ସହିତ କିଛି ସମୟ କାଟନ୍ତୁ । ଏଥିଯୋଗୁଁ ଆପଣ ନିଜେ ଖୁସି ହେବା ସହିତ ନିଜ ପରିବାରବର୍ଗଙ୍କୁ ମଧ୍ୟ ଖୁସି ମିଳିବ, ଏହି ଦିନ ଗୁଡ଼ିକରେ ଆପଣଙ୍କ ଜୀବନ ସାଥୀଙ୍କ ସହ ଆପଣଙ୍କ ସମ୍ପର୍କ ମଧୁର ଅଟେ ।

ମକର

ଆଜି ଆପଣଙ୍କ ସାମାଜିକ ଜୀବନ ବହୁତ ଖୁସି ପୁର୍ଣ୍ଣ ରହିବ । ଆପଣ ଆପଣଙ୍କ ବନ୍ଧୁମାନଙ୍କ ସହ ଖୁବ୍ ମଜ୍ଜା କରିବେ ଓ ତାହା ସହିତ ଆପଣଙ୍କ କାମରେ ମଧ୍ୟ ମିଳିତ ସଫଳତାର ମଜ୍ଜା ନେବେ ।

କୁମ୍ଭ

ଆଜି ଆପଣଙ୍କ ଧ୍ୟାନ କେବଳ ମଉଜ ମସ୍ତି ଆଡ଼କୁ ହିଁ ରହିବ । ଆଜି ଆପଣ ସବୁ କିଛି ଭୁଲିଯାଇ ଖୁବ୍ ନାଚ଼ନ୍ତୁ ,ନଚ଼େତ୍ କୌଣସି ସମାରୋହ କରନ୍ତୁ । ସେଠାକୁ ସଭିଙ୍କୁ ନିମନ୍ତ୍ରଣ କରନ୍ତୁ । ଆଜି ଆପଣ ଯାହା କିଛି କରୁଛନ୍ତି ପୂର୍ଣ୍ଣ ମନରେ କରନ୍ତୁ ।

ମୀନ

ଆଜି ଆପଣଙ୍କର ବାହାରକୁ ଯାଇ ଲୋକମାନଙ୍କ ସହ ସାକ୍ଷାତ କରିବାପାଇଁ ଇଛାହେବ । ଆଜି ଆପଣ ଦ୍ୱିଧାରେ ଅଛନ୍ତି । ଆପଣ ନିଜ ବନ୍ଧୁଙ୍କ ସହ ବାହାରକୁ ବୁଲିବା ପାଇଁ ଯାଆନ୍ତୁ ।